Revised Common Lectionary (Semicontinuous)
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।
124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
2 କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
3 ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
4 ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
ଜଳରାଶି ପରି ମଗ୍ନ କରିଥା’ନ୍ତେ।
ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
5 ଗର୍ଜୁଥିବା ଜଳରାଶି ଆମ୍ଭକୁ
ବୁଡ଼ାଇ ଦେଇଥା’ନ୍ତା।
6 ସଦାପ୍ରଭୁଙ୍କର ପ୍ରଶଂସା କର।
ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।
7 ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
8 ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
29 ଏହା ପରେ ଇସ୍ରାଏଲ ତାଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ମୁଁ ଯେତେବେଳେ ମରିବି, ମୋର ପୂର୍ବପୁରୁଷମାନଙ୍କ ସହିତ ମୋତେ ଇଫ୍ରୋଣର ହେତୀୟ କ୍ଷେତରେ କବର ଦିଅ। 30 ଯେଣୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ। ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ। 31 ଅବ୍ରହାମ ଏବଂ ତାଙ୍କ ସ୍ତ୍ରୀ ସାରା ସେଠାରେ କବର ପ୍ରାପ୍ତ ହୋଇଛନ୍ତି। ଇସ୍ହାକ ଓ ତାଙ୍କର ସ୍ତ୍ରୀ ରିବିକା ସେହିଠାରେ କବର ନେଇଛନ୍ତି। ମୁଁ ସେହି ସ୍ଥାନରେ ଲେୟାକୁ କବର ଦେଇଛି। 32 ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥ ଗୁହା ହେତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।” 33 ଯାକୁବ ତାଙ୍କର ପିଲାମାନଙ୍କ ସହିତ କଥାବାର୍ତ୍ତା କଲା ପରେ, ସେ ଶଯ୍ୟାରେ ଦୁଇପାଦ ଏକତ୍ର ବିଛଣା ଭିତରକୁ କରି ପ୍ରାଣତ୍ୟାଗ କଲେ।
ଯାକୁବଙ୍କର ସମାଧି
50 ଇସ୍ରାଏଲ ମରିଯିବା ପରେ, ଯୋଷେଫ ବହୁତ ଦୁଃଖ କଲେ ଏବଂ ସେ ରୋଦନ କଲେ ଓ ପିତାଙ୍କୁ ଚୁମ୍ବନ କଲେ। 2 ଯୋଷେଫ ତାଙ୍କର ବୈଦ୍ୟମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସେମାନେ ଶରୀରକୁ ମିଶରୀୟ ପଦ୍ଧତିରେ ପ୍ରସ୍ତୁତ କଲେ। 3 ମିଶରୀୟ ଲୋକମାନେ ତାଙ୍କ ପାଇଁ ସତୁରି ଦିନ ଯାଏ ଶୋକ କଲେ। ଶରୀର ସଂସ୍କାର ନିମନ୍ତେ ପ୍ରସ୍ତୁତ ଗ୍ଭଳିଶ୍ ଦିନରେ ଶେଷ ହେଲା।
4 ଏହି ସତୁରି ଦିନ ପରେ ଶୋକ ଦିନ ଶେଷ ହେଲା। ତେଣୁ ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ତୁମ୍ଭେ ଯଦି ମୋର ମଙ୍ଗଳ ଭାବୁଛ, ଦୟାକରି ଫାରୋଙ୍କୁ କୁହ। 5 ‘ମୋର ପିତାଙ୍କ ମୃତ୍ୟୁ ପୂର୍ବରୁ ମୁଁ ତାଙ୍କଠାରେ ଶପଥ କରିଥିଲି ଯେ ତାଙ୍କର ମୃତ୍ୟୁପରେ କିଣାନ ଦେଶରେ ସେ ଆପଣା ନିମନ୍ତେ ଯେଉଁ କବର ଖନନ କରିଥିଲେ ତହିଁରେ ତାହାଙ୍କୁ କବର ଦେବି। ତେଣୁ ଏବେ ମୋତେ ଯିବାକୁ ଦିଅନ୍ତୁ। ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।’”
6 ଫାରୋ କହିଲେ, “ତୁମ୍ଭର ପ୍ରତିଜ୍ଞା ରକ୍ଷା କରି ଯାଅ, ପିତାଙ୍କୁ କବର ଦିଅ।”
7 ତେଣୁ ଯୋଷେଫ ତାଙ୍କର ପିତାଙ୍କୁ କବର ଦେବାକୁ ଗଲେ। ଫାରୋଙ୍କର ସମସ୍ତ ପ୍ରାଚୀନଗଣ, ତାଙ୍କ ଗୃହର ପ୍ରଧାନ ଲୋକ ଏବଂ ମିଶର ଦେଶର ପ୍ରଧାନ ଲୋକମାନେ ଯୋଷେଫଙ୍କ ସହିତ ଗଲେ। 8 ଯୋଷେଫଙ୍କ ପରିବାରର ସମସ୍ତ ଲୋକ, ତାଙ୍କର ଭାଇମାନେ ଏବଂ ତାଙ୍କ ପିତାଙ୍କର ସମସ୍ତ ବଂଶ ତାଙ୍କ ସହିତ ଗଲେ। ଗୋଶନରେ କେବଳ ପଶୁ ଓ ପିଲାମାନେ ରହିଲେ। 9 ତାଙ୍କ ସହ ଏକ ବିରାଟ ସମାରୋହ ଗଲା। ଏପରିକି ତାଙ୍କ ସହିତ ଅଶ୍ୱାରୋହୀ ସୈନ୍ୟ ଓ ରଥାରୋହୀ ସୈନ୍ୟମାନେ ମଧ୍ୟ ଗଲେ।
10 ଏହା ପରେ ସେମାନେ ଯର୍ଦ୍ଦନପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ ସେଠାରେ ମହାବିଳାପ କରି ରୋଦନ କଲେ। ସେମାନେ ସେଠାରେ ଯୋଷେଫଙ୍କ ପିତାଙ୍କ ପାଇଁ ସାତ ଦିନ ଶୋକ କଲେ। 11 ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କ ପ୍ରତି ଏହା ଦାରୁଣ ଦୁଃଖ।” ସେହିସ୍ଥାନ ଆବେଲ-ମିଶର ନାମରେ ବିଖ୍ୟାତ ହେଲା। ଏହା ଯର୍ଦ୍ଦନ ପାରସ୍ଥରେ।
12 ଯାକୁବ ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ ସେମାନେ ସେହିପରି କଲେ। 13 ଯାକୁବର ପୁତ୍ରମାନେ ତାହାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରର ଗୁହାରେ କବର ଦେଲେ। ମମ୍ରି ନିକଟସ୍ଥ ସେହି ଗୁହା କ୍ଷେତ୍ର ସମାଧି ଭୂମିରୂପେ ଇଫ୍ରୋଣ ଓ ହେତୀୟଠାରୁ ଅବ୍ରହାମଙ୍କ ଦ୍ୱାରା କିଣା ଯାଇଥିଲା। 14 ଯୋଷେଫ ଆପଣା ପିତାଙ୍କୁ କବର ଦେଇସାରିବା ପରେ ସେ, ତାଙ୍କ ଭାଇମାନେ ଏବଂ ତାଙ୍କ ସହିତ ଯାଇଥିବା ସମସ୍ତ ଲୋକ ମିଶରକୁ ଫେରିଗଲେ।
12 ଯେଉଁମାନେ ନିଜକୁ ବହୁତ ବଡ଼ ମନେ କରୁଛନ୍ତି, ସେହି ଲୋକମାନଙ୍କ ସହିତ ସମାନ ସ୍ତରରେ ନିଜକୁ ସ୍ଥାପନ କରିବା ପାଇଁ ବା ତୁଳନା କରିବା ପାଇଁ ଆମ୍ଭେ ସାହସ କରୁ ନାହୁଁ। ସେମାନେ ନିଜକୁ ତୁଳନାର ମାନଦଣ୍ଡ ଭଳି ବ୍ୟବହାର କରି ଅନ୍ୟକୁ ନିଜ ସହ ତୁଳନା କରନ୍ତି ଓ ବିଗ୍ଭର କରନ୍ତି, ଏତଦ୍ଦ୍ୱାରା ସେମାନେ ଯେ କେତେ ମୂର୍ଖ, ଜଣାପଡ଼େ।
13 ଆମ୍ଭକୁ ଯେଉଁ କାର୍ଯ୍ୟ ଦିଆଯାଇଛି, ତହିଁର ସୀମାଲଙ୍ଘନ କରି କଦାପି ଗର୍ବର କଥା କହିବୁ ନାହିଁ। ପରମେଶ୍ୱରଙ୍କ ପ୍ରଦତ୍ତ କାମ ପାଇଁ ଆମ୍ଭେ ନିଜେ ଗର୍ବ ଅନୁଭବ କରିବୁ। ଏହି କାମ ତୁମ୍ଭମାନଙ୍କ ସହିତ ଆମ୍ଭର କାମକୁ ମଧ୍ୟ ଅନ୍ତର୍ଭୁକ୍ତ କରେ। 14 ଆମ୍ଭେ ଅଧିକ ଗର୍ବ କରୁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖକୁ ନ ଆସି ଥିଲେ ଆମ୍ଭେ ମିଛଟାରେ ଅତ୍ୟଧିକ ପ୍ରଶଂସା ନେଇଥା’ନ୍ତୁ। କିନ୍ତୁ ବାସ୍ତବିକତା ଆମ୍ଭେମାନେ ଖ୍ରୀଷ୍ଟଙ୍କର ସୁସମାଗ୍ଭର ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିଛୁ। 15 ଆମ୍ଭେ ଅନ୍ୟମାନଙ୍କ ଦ୍ୱାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କେବଳ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ୱାସ ବଢ଼ିବା ସହିତ ଆମ୍ଭ କାମ ବ୍ୟାପକ ଭାବରେ ବଢ଼ିବାରେ ତୁମ୍ଭେମାନେ ସାହାଯ୍ୟ କରିବ। 16 ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କରେ ମଧ୍ୟ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭର କରି ପାରିବୁ। ଅନ୍ୟ କୌଣସି ସ୍ଥାନରେ ଆଉ କାହା ଦ୍ୱାରା ଯେଉଁ କାମ ହୋଇ ସାରିଛି, ସେହି କାମରେ ଆମ୍ଭେ ଗର୍ବ କରୁ ନାହୁଁ। 17 ଯେପରି ଶାସ୍ତ୍ର କୁହେ: “ଯଦି କିଏ ଗର୍ବ କରିବାକୁ ଇଚ୍ଛା କରେ, ସେ କେବଳ ପ୍ରଭୁଙ୍କଠାରେ ଗର୍ବ କରିବା ଉଚିତ୍।”(A) 18 କାରଣ ଯେଉଁ ଲୋକ, ପ୍ରଭୁଙ୍କଦ୍ୱାରା ଭଲ ବୋଲି ଗୃହୀତ ହୁଏ, ସେହି ଲୋକ ଭଲ ବୋଲି ସ୍ୱୀକୃତ ହୁଏ, କିନ୍ତୁ ଯିଏ ନିଜେ ନିଜକୁ ଭଲ ବୋଲି ମନେ କରେ, ସେ ଲୋକ ଭଲ ବୋଲି ସ୍ୱୀକୃତ ହୁଏ ନାହିଁ।
2010 by World Bible Translation Center