Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 149

149 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାନ କର।
    ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
ଇସ୍ରାଏଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର।
    ସିୟୋନର ଲୋକମାନେ, ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
ସେହି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ,
    ଦାରା ଓ ବୀଣା ବାଦନ କରି।
ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି।
    ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି।
    ସେ ସେମାନଙ୍କୁ ରକ୍ଷା କଲେ।
ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର!
    ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର।

ସେହି ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଉଚ୍ଚ ସ୍ୱରରେ କରନ୍ତୁ
    ଏବଂ ସେମାନଙ୍କ ନିଜ ହସ୍ତରେ ନିଜର ଖ‌ଡ଼୍‌ଗମାନ ଧରନ୍ତୁ।
ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ।
    ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ।
ପରମେଶ୍ୱରଙ୍କର ଲୋକମାନେ ତାଙ୍କର ରାଜା
    ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।
ପରମେଶ୍ୱରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ଦଣ୍ଡ ଦେବେ।
    ଏହା ପରମେଶ୍ୱରଙ୍କର ସମସ୍ତ ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦେବ।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଯାତ୍ରାପୁସ୍ତକ 9:1-7

କୃଷିକ୍ଷେତ୍ରର ପଶୁମାନଙ୍କୁ ରୋଗ

ଏହା ପରେ ସଦାପ୍ରଭୁ ମୋଶାଙ୍କୁ ଫାରୋଙ୍କ ନିକଟକୁ ଯାଇ କହିବାକୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ଯିବାକୁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରି ପାରିବେ। ଯଦି ତୁମ୍ଭେ ଏପରି କର ଓ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ। ତେବେ ସଦାପ୍ରଭୁ ତୁମ୍ଭର ପଶୁମାନଙ୍କ ଉପରେ ତାଙ୍କର ମହାନ ଶକ୍ତି ପ୍ରୟୋଗ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପଶୁ ଯଥା: ଘୋଡ଼ାମାନଙ୍କର, ଗଧମାନଙ୍କର, ଓଟମାନଙ୍କର, ଗାଈ ଗୋରୁମାନଙ୍କର, ମେଣ୍ଢାମାନଙ୍କଠାରେ ମାହାମାରୀ ସୃଷ୍ଟି କରିବେ। ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କର ପଶୁମାନଙ୍କ ପାଇଁ ଯେପରି ବ୍ୟବହାର କରିବେ, ସେପରି ମିଶରୀୟମାନଙ୍କର ପଶୁମାନଙ୍କୁ ବ୍ୟବହାର କରିବେ ନାହିଁ। ଇସ୍ରାଏଲୀୟମାନଙ୍କର କୌଣସି ପଶୁ ମରିବେ ନାହିଁ। ସଦାପ୍ରଭୁ ଏହା କରିବା ପାଇଁ ସମୟ ସ୍ଥିର କରିଛନ୍ତି। ଆସନ୍ତାକାଲି ସଦାପ୍ରଭୁ ତୁମ୍ଭର ଦେଶରେ ଏପରି କରିବାକୁ ଯାଉଛନ୍ତି।”’

ତା’ ପରଦିନ ସଦାପ୍ରଭୁ ଠିକ୍ ତାହା କଲେ। ମିଶରୀୟମାନଙ୍କର କୃଷି କ୍ଷେତ୍ରରେ ପଶୁମାନଙ୍କର ମୃତ୍ୟୁ ହେଲା। କିନ୍ତୁ ଇସ୍ରାଏଲୀୟମାନଙ୍କର ଗୋଟିଏ ବି ପଶୁ ମଲେ ନାହିଁ। ଫାରୋ ଲୋକମାନଙ୍କୁ ପଠାଇଲେ ଦେଖିବା ପାଇଁ ଯେ ଇସ୍ରାଏଲର କୌଣସି ପଶୁ ମରିଛନ୍ତି କି ନାହିଁ? ମାତ୍ର ଇସ୍ରାଏଲର କୌଣସି ପଶୁ ମରି ନ ଥିଲେ। ତଥାପି ଫାରୋ ଜି‌ଦ୍‌ଖୋର ହୋଇ ରହିଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:11-21

କରିନ୍ଥୀଠାରେ ଖ୍ରୀଷ୍ଟିୟାନମାନଙ୍କ ପ୍ରତି ପାଉଲଙ୍କ ପ୍ରେମ

11 ମୁଁ ମୂର୍ଖଙ୍କ ଭଳି କହିଗ୍ଭଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭେମାନେ ମୋତେ ବାଧ୍ୟ କରିଥିଲ। ତୁମ୍ଭେମାନେ ହେଉଛ ସେହିଲୋକ, ଯେଉଁମାନେ ମୋ’ ସପକ୍ଷରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସେହି “ମହାନ୍ ପ୍ରେରିତ”ମାନେ ମୋ'ଠାରୁ ଅଧିକ ମଧ୍ୟ ନୁହନ୍ତି। 12 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ରେରିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି। ମୁଁ ନାନାଦି ଚିହ୍ନ, ଅ‌ଦ୍‌ଭୂତ ଓ ଆଶ୍ଚର୍ଯ୍ୟଜନକ କାମ ଦେଖାଇଥିଲି। ଏ ସବୁ ମୁଁ ଅନେକ ଧୈର୍ଯ୍ୟର ସହିତ କରିଥିଲି। 13 ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା'ସବୁ ତୁମ୍ଭେମାନେ ମଧ୍ୟ ପାଇଛ। କେବଳ ଗୋଟିଏ କଥା ତନ୍ମଧ୍ୟରୁ ଅଲଗା: ମୁଁ ତୁମ୍ଭମାନଙ୍କ ଉପରେ କେବେ ହେଲେ ଭାରସ୍ୱରୂପ ନ ଥିଲି। ଏଥିପାଇଁ ମୋତେ କ୍ଷମା କରି ଦିଅ।

14 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଯିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ହେବି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତିବଦଳରେ ମୁଁ ତୁମ୍ଭମାନଙ୍କୁ ଗ୍ଭହେଁ। ସନ୍ତାନମାନଙ୍କର ନିଜ ପିତାମାତା ଲାଗି କୌଣସି ସଞ୍ଚୟର ଆବଶ୍ୟକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି। 15 ଏଣୁ ମୋ’ ପାଖରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦେବି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ୟ ଦେଇଦେବି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା'ହେଲେ ତୁମ୍ଭେମାନେ କ’ଣ ମୋତେ ସ୍ନେହରେ ଊଣା କରିବ?

16 ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ୱରୂପ ହେବାକୁ ଗ୍ଭହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ୟା କହି ତୁମ୍ଭମାନଙ୍କୁ ଜାଲରେ ପକାଇବା ପାଇଁ ଚେଷ୍ଟା କରିବି। 17 ମୁଁ ତୁମ୍ଭମାନଙ୍କ ପାଖକୁ ପଠାଇଥିବା ଲୋକମାନଙ୍କ ମଧ୍ୟରୁ କାହାରି ମାଧ୍ୟମରେ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଛି କି? ନା, ତୁମ୍ଭେମାନେ ଜାଣ ଯେ, ଏସବୁ ମୁଁ କଦାପି କରି ନାହିଁ। 18 ମୁଁ ତୀତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତୀତସ କ’ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି? ନା! ତୁମ୍ଭେମାନେ ଜାଣ ଯେ ତୀତସ ଓ ମୁଁ ଦୁହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହରେ କାମ କରିଛୁ। ସେହି ପବିତ୍ରଆତ୍ମାର ପ୍ରେରଣରେ ଆମ୍ଭେ ଦୁହେଁ କାମ କରିଥିଲୁ।

19 ତୁମ୍ଭେମାନେ କ’ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷରେ ଯୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବରେ ପରମେଶ୍ୱରଙ୍କ ଆଗରେ କହିଥିଲୁ। ତୁମ୍ଭେମାନେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହାକିଛି କହୁଛୁ ତାହା ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ଶକ୍ତିଶାଳୀ ହେବ ବୋଲି କହୁଛୁ। 20 ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ। 21 ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center