Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 121

ଏକ ଆରୋହଣ ଗୀତ।

121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
    କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
    ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
    ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
    କି କେବେ ଶୋଇବେ ନାହିଁ।
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
    ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
    କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
    ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
    ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

ଯାତ୍ରାପୁସ୍ତକ 12:14-28

14 “ତେଣୁ ତୁମ୍ଭେମାନେ ଭଲଭାବେ ମନେରଖ ଯେ, ଆଜି ରାତ୍ରଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀୟ ଦିନ ହେବ। ତୁମ୍ଭେମାନେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପାଳନ କରିବ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ଏହି ପର୍ବ ପ୍ରତି ବର୍ଷ ପାଳନ କରିବେ। 15 ଏହି ଉତ୍ସବରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ସାତ ଦିନ ପର୍ଯ୍ୟନ୍ତ ଖାଇବ। ବିଶେଷତଃ ପ୍ରଥମ ଦିନରେ ତୁମ୍ଭ ଗୃହରୁ ତାଡ଼ି ଦୂରରେ ରଖିବ। ଏହି ସାତ ଦିନ ମଧ୍ୟରେ ତୁମ୍ଭେମାନେ କେହି ତାଡ଼ି ଖାଇବ ନାହିଁ। ଯଦି କେହି ତାଡ଼ି ଭୋଜନ କରେ ତେବେ ସେ ତା'ର ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। 16 ଏହି ପର୍ବର ପ୍ରଥମ ଦିନ ଓ ଶେଷ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ତୁମ୍ଭେମାନେ ସେହି ଦିନ କିଛି କରିବା ଉଚିତ୍ ନୁହେଁ। କେବଳ ତୁମ୍ଭେମାନେ ତୁମ୍ଭମାନଙ୍କର ଖାଦ୍ୟ ପ୍ରସ୍ତୁତ କରିବ। 17 ଏହି ପ୍ରକାରରେ ତୁମ୍ଭେମାନ ତାଡ଼ିଶୂନ୍ୟ ରୋଟୀର ପର୍ବ ପ୍ରତି ବର୍ଷ ପାଳନ କରିବ। କାରଣ ସେହି ଦିନରେ ହିଁ ମୁଁ ତୁମ୍ଭମାନଙ୍କୁ ମିଶରରୁ ଦଳବଦ୍ଧ କରି ବାହାର କରି ଆଣିବା। ଏଣୁ ତୁମ୍ଭମାନଙ୍କର ବଂଶଧର ଅନନ୍ତକାଳୀନ ବ୍ୟବସ୍ଥାରେ ମୋ’ ପାଇଁ ଏହି ଦିନ ପାଳନ କରିବ। 18 ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ। 19 ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ। 20 ଏହି ପର୍ବରେ, ତୁମ୍ଭେମାନେ ତାଡ଼ିମିଶ୍ରିତ ରୋଟୀ ଖାଇବ ନାହିଁ। ତୁମ୍ଭେମାନେ ଯେଉଁ ସ୍ଥାନରେ ବାସ କରନା କାହିଁକି ତାଡ଼ିଶୂନ୍ୟ ରୋଟୀ ଖାଇବ।”

21 ତେଣୁ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭର ପରିବାର ପାଇଁ ଏକ ମେଷଶାବକ ଆଣ ଓ ନିସ୍ତାରପର୍ବର ମେଷଶାବକକୁ ବଧ କର। 22 ବିଡ଼ାଏ ଏସୋବ୍ ନେଇ ପାତ୍ରରେ ଥିବା ରକ୍ତରେ ବୁଡ଼ାଇ ଦ୍ୱାରର କପାଳି ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ। ପୁଣି ପ୍ରଭାତ ଯାଏ ତୁମ୍ଭମାନଙ୍କର କେହିଗୃହ ଦ୍ୱାରର ବାହାରକୁ ନ ଯାଉ। 23 ସେହି ସମୟରେ ସଦାପ୍ରଭୁ ମିଶର ମଝିରେ ଯିବେ ଏବଂ ମିଶରୀୟମାନଙ୍କୁ ହତ୍ୟା କରିବେ। ସଦାପ୍ରଭୁ ଯେଉଁ ଦ୍ୱାରରେ ରକ୍ତ ଚିହ୍ନ ଦେଖିବେ ସେହି ଘରକୁ ଛାଡ଼ି ଦେବେ। ସେ ମୃତ୍ୟୁ ଦୂତକୁ ତୁମ୍ଭ ଘରେ ପଶି ତୁମ୍ଭକୁ ହତ୍ୟା କରିବାକୁ ଦେବେ ନାହିଁ। 24 ତୁମ୍ଭମାନଙ୍କୁ ଏହି ଆଜ୍ଞା ମାନିବାକୁ ହେବ। ଏହି ବ୍ୟବସ୍ଥା ତୁମ୍ଭମାନଙ୍କ ପାଇଁ ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ସବୁଦିନ ପାଇଁ ପାଳନ କରିବା ଉଚିତ୍। 25 ତୁମ୍ଭମାନଙ୍କର ଏକଥା ଯେପରି ମନେ ରହେ ଏହା ତୁମ୍ଭେମାନେ ସେଠାରେ ମଧ୍ୟ ପାଳନ କରିବ, ସେହି ଭୂମି ସଦାପ୍ରଭୁ ତୁମ୍ଭମାନଙ୍କୁ ଦେବେ, ଯେହେତୁ ସେ ପ୍ରତିଜ୍ଞା କରିଥିଲେ। 26 ଯେତେବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଗ୍ଭରିବେ, ‘ତୁମ୍ଭେମାନେ କାହିଁକି ଏପରି ପର୍ବ ପାଳନ କରୁଛ?’ 27 ତୁମ୍ଭେମାନେ କହିବ, ‘ଏହା ହେଉଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ। କାରଣ ଯେତେବେଳେ ଆମ୍ଭେ ମିଶରରେ ଥିଲୁ, ସଦାପ୍ରଭୁ ସେତେବେଳେ ଆମ୍ଭମାନଙ୍କୁ ଛାଡ଼ି କେବଳ ମିଶରବାସୀମାନଙ୍କୁ ଆଘାତ କରିଥିଲେ। ସଦାପ୍ରଭୁ ମିଶରବାସୀମାନଙ୍କୁ ହତ୍ୟା କଲାବେଳେ ଆମ୍ଭମାନଙ୍କୁ ସୁରକ୍ଷା ଦେଇଥିଲେ।’”

ଯେଉଁଥିପାଇଁ ବର୍ତ୍ତମାନ ଲୋକମାନେ ନତମସ୍ତକ ହୋଇ ପ୍ରଣାମ କଲେ। 28 ଏହି ଆଜ୍ଞା ସଦାପ୍ରଭୁ, ମୋଶା ଏବଂ ହାରୋଣଙ୍କୁ ଦେଇଥିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।

ପିତରଙ୍କ ପ୍ରଥମ ପତ୍ର 2:11-17

ପରମେଶ୍ୱରଙ୍କ ପାଇଁ ଜୀବିତ ରୁହ

11 ପ୍ରିୟ ମିତ୍ରଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂରରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧରେ ସଂଘର୍ଷ କରନ୍ତି। 12 ଅବିଶ୍ୱାସୀ ଲୋକମାନେ ତୁମ୍ଭ ଗ୍ଭରିପଟେ ଅଛନ୍ତି। ସେମାନେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ଯ୍ୟ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ କରୁଥିବା ଭଲ କାମଗୁଡ଼ିକୁ ସେମାନେ ଦେଖିବେ ଓ ପରମେଶ୍ୱରଙ୍କ ଆସିବା ଦିନ ସେମାନ ତାହାଙ୍କୁ ମହିମା ଦେବେ।

କ୍ଷମତାରେ ଥିବା ଲୋକମାନଙ୍କ ଆଜ୍ଞା ପାଳନ କର

13 ଏହି ଜଗତରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର। 14 ରାଜାଙ୍କ ଦ୍ୱାରା ପ୍ରେରିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦେବା ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସେମାନଙ୍କୁ ପଠାଯାଇଥାଏ। 15 ଅତଏବ ଭଲ କାମ କରିବା ଦ୍ୱାରା, ଯେଉଁମାନେ ତୁମ୍ଭ ବିଷୟରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସେମାନଙ୍କ ମୁହଁ ବନ୍ଦ ହୋଇଯିବ। 16 ପରମେଶ୍ୱର ଏହା ଗ୍ଭହାନ୍ତି। ସ୍ୱାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ୱାଧୀନତାର ଅପବ୍ୟବହାର କର ନାହିଁ। ପରମେଶ୍ୱରଙ୍କ ସେବାରେ ଜୀବନ କାଟ। 17 ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ୱରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ୱରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center