Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 121

ଏକ ଆରୋହଣ ଗୀତ।

121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
    କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
    ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
    ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
    କି କେବେ ଶୋଇବେ ନାହିଁ।
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
    ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
    କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
    ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
    ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

ଯାତ୍ରାପୁସ୍ତକ 13:1-10

13 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହେବ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରଦାନ କର, ତାହା ଆମ୍ଭର।”

ମୋଶା ଲୋକମାନଙ୍କୁ କହିଲେ, “ଏହି ଦିବସକୁ ମନେରଖ, ତୁମ୍ଭେମାନେ ମିଶରରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭକ୍ଷ୍ୟଣ କରିବ। ଆଜି ଆବୀବ୍ ମାସର ଏହି ଦିନରେ ବାହାର ହେଲ। ଆଉ ଯେତେବେଳେ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖରେ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେ ତୁମ୍ଭମାନଙ୍କୁ ଦେବେ।

“ସାତ ଦିନ ଯାଏ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ସମ୍ମାନାର୍ଥେ ଏକ ବଡ଼ ଭୋଜିର ଆୟୋଜନ କରିବ। ତେଣୁ ସାତ ଦିନ ପାଇଁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ତୁମ୍ଭ ଦେଶରେ କୌଣସିଠାରେ ତାଡ଼ି ମିଶ୍ରିତ ରୋଟୀ ଯେପରି କେହି ନ ଖା’ନ୍ତି। ସେହି ଦିନ ତୁମ୍ଭେ ପିଲାମାନଙ୍କୁ ନିଶ୍ଚୟ କହିବ, ‘ଆମ୍ଭେ ଏହି ଭୋଜିର ଆୟୋଜନ କରିଛୁ ଯେହେତୁ ସଦାପ୍ରଭୁ ଆମ୍ଭକୁ ମିଶରରୁ ଏହି ଦିନ ମୁକ୍ତ କରିଥିଲେ।’

“ଏହି ପବିତ୍ର ଦିନଟିକୁ ତୁମ୍ଭେମାନେ ମନେ ରଖିବ। ଏହା ଯେପରି ତୁମ୍ଭମାନଙ୍କ ପାଇଁ, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ। ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତଦ୍ୱାରା ମିଶରଠାରୁ ତୁମ୍ଭକୁ ବାହାର କରି ଆଣିଛନ୍ତି। 10 ତେଣୁ ଏହି ସ୍ମରଣୀୟ ଦିବସଟିକୁ ବିଧି ଅନୁସାରେ ପାଳନ କରିବ।

ମାଥିଉ ଲିଖିତ ସୁସମାଗ୍ଭର 21:18-22

ଯୀଶୁ ବିଶ୍ୱାସର ଶକ୍ତି ପ୍ରକାଶ କଲେ

(ମାର୍କ 11:12-14,20-24)

18 ତା’ ପରଦିନ ଅତି ସକାଳୁ ଯୀଶୁ ଯିରୁଶାଲମ ନଗରକୁ ଫେରୁଥିଲେ। ତାହାଙ୍କୁ ଭୋକ ଲାଗିଲା। 19 ରାସ୍ତା କଡ଼ରେ ସେ ଗୋଟିଏ ଡିମିରିଗଛ ଦେଖିଲେ। ସେ ଗଛ ପାଖକୁ ଗଲେ, ଗଛରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, “ଆଉ ଏଣିକି ତୋ’ଠାରେ ଫଳ ଆସିବ ନାହିଁ।” ସଙ୍ଗେ ସଙ୍ଗେ ଡିମିରିଗଛଟି ଶୁଖି ମରିଗଲା।

20 ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏତେ ଶୀଘ୍ର ଡିମିରିଗଛଟି କିପରି ଶୁଖି ମରିଗଲା?”

21 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି ତୁମ୍ଭର ବିଶ୍ୱାସ ଥିବ ଓ କୌଣସି ସନ୍ଦେହ ନ ଥିବ ତେବେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭେମାନେ ମଧ୍ୟ ଠିକ୍ ସେହିପରି କରି ପାରିବ। ତୁମ୍ଭେମାନେ ମଧ୍ୟ ଅନେକ ଅଧିକ କାମ କରି ପାରିବ। ତୁମ୍ଭେମାନେ ଏ ପର୍ବତକୁ କହିପାରିବ, ‘ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ରରେ ପଡ଼।’ ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଏହା ଘଟିବ। 22 ତୁମ୍ଭେମାନେ ଯାହାକିଛି ପ୍ରାର୍ଥନାରେ ମାଗିବ, ତାହା ପାଇବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center