Revised Common Lectionary (Semicontinuous)
2 ଏହା ପରେ ସମଗ୍ର ଇସ୍ରାଏଲୀୟ ସମାଜ ମରୁଭୂମିଠାରେ ମୋଶା ଓ ହାରୋଣଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ। 3 ଲୋକମାନେ କହିଲେ, “ଏହା ବହୁତ ଭଲ ହୋଇଥା’ନ୍ତା, ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମିଶରରେ ହତ୍ୟା କରିଥା’ନ୍ତେ। ସେଠାରେ ଆମ୍ଭର ପ୍ରଚୁର ଖାଦ୍ୟ ଥିଲା। ଆମ୍ଭେ ଆବଶ୍ୟକ ପରିମାଣର ଖାଦ୍ୟ ସେଠାରେ ପାଉଥିଲୁ। କିନ୍ତୁ ତୁମ୍ଭେ ଆମ୍ଭଙ୍କୁ ଏଠାକୁ ଆଣିଲ। ତୁମ୍ଭେ ଏଠାରେ ଆମ୍ଭକୁ ଭୋକରେ ମାରିବାକୁ ଗ୍ଭହଁ କି?”
4 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଆକାଶ ମାର୍ଗରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା। ଲୋକମାନେ ପ୍ରତିଦିନ ବାହାରକୁ ଯାଇ ତାଙ୍କର ଆବଶ୍ୟକ ପରିମାଣରେ ଖାଦ୍ୟ ସଂଗ୍ରହ କରି ଆଣିବେ। ଏଥିରୁ ଜଣା ପଡ଼ିବ ଯେ ସେମାନେ ଆମ୍ଭର ବ୍ୟବସ୍ଥା ଅନୁସାରେ ଚଳୁଛନ୍ତି ନା ନାହିଁ। 5 ପ୍ରତ୍ୟେକ ଲୋକ ଦିନକ ପାଇଁ ଯେତିକି ଖାଦ୍ୟ ଦରକାର ସେତିକି ଖାଦ୍ୟ ସଂଗ୍ରହ କରିବେ। କିନ୍ତୁ ଶୁକ୍ରବାର ଦିନ, ଯେତେବେଳେ ଲୋକମାନେ ତାଙ୍କର ଖାଦ୍ୟ ପ୍ରସ୍ତୁତ କରିବେ, ସେତେବେଳେ ସେମାନେ ଦେଖିବେ ଯେ ତାହା ଦୁଇଗୁଣ ହୋଇଯିବ।”
6 ତେଣୁ ମୋଶା ଏବଂ ହାରୋଣ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ସଦାପ୍ରଭୁଙ୍କର ଶକ୍ତି ଦେଖି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶରରୁ ଉଦ୍ଧାର କରିଛନ୍ତି। 7 ଆସନ୍ତାକାଲି ପ୍ରଭାତରେ ତୁମ୍ଭେମାନେ ପରମେଶ୍ୱରଙ୍କର ମହିମା ଦେଖିବ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି, ଯାହା ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେମାନେ କିଏ? ପ୍ରକୃତରେ ତୁମ୍ଭେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”
8 ଏବଂ ମୋଶା କହିଲେ, “ତେଣୁ ଆଜି ରାତ୍ରିରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ କରିବାକୁ ଦେବେ। ଏବଂ ପ୍ରଭାତରେ ସେ ତୁମ୍ଭମାନଙ୍କୁ ଆବଶ୍ୟକ ପରିମାଣରେ ରୋଟୀ ମଧ୍ୟ ଦେବେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତରେ ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”
9 ଏହା ପରେ ମୋଶା ହାରୋଣଙ୍କୁ କହିଲେ, “ଇସ୍ରାଏଲର ସମସ୍ତ ଲୋକଙ୍କୁ, ‘ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ ହେବାକୁ କୁହ। ଯେହେତୁ ସେ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଲେ।”’
10 ଯେତେବେଳେ ହାରୋଣ ଇସ୍ରାଏଲୀୟମାନଙ୍କୁ କହିଲେ, ସେମାନେ ମରୁଭୂମି ଆଡ଼କୁ ବୁଲି ଗ୍ଭହିଁଲେ। ହଠାତ୍ ମେଘ ମଧ୍ୟରେ ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା।
11 ସଦାପ୍ରଭୁ ମୋଶାଙ୍କୁ କହିଲେ, 12 “ଆମ୍ଭେ ଇସ୍ରାଏଲର ଅଭିଯୋଗ ଶୁଣିଅଛୁ। ତେଣୁ ସେମାନଙ୍କୁ କୁହ, ‘ଆଜି ରାତିରେ ତୁମ୍ଭେମାନେ ମାଂସ ଭକ୍ଷ୍ୟଣ କରିବ। ଏବଂ ପ୍ରଭାତରେ ତୁମ୍ଭର ଆବଶ୍ୟକ ପରିମାଣର ରୋଟୀ ଖାଇବ। ଏଥିରେ ତୁମ୍ଭେମାନେ ଜାଣି ପାରିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।’”
13 ସେହି ରାତିରେ ଭାଟୁଇ ପକ୍ଷୀଗଣ ଆସିଲେ ଏବଂ ଛାଉଣିକୁ ଆଚ୍ଛାଦିତ କଲେ। ଏବଂ ପ୍ରଭାତରେ ଛାଉଣି ସ୍ଥାନରେ ଗ୍ଭରିଆଡ଼େ କାକରର ଏକ ସ୍ତର ଥିଲା। 14 ଏହା ପରେ କାକର ବିନ୍ଦୁସବୁ ଉର୍ଦ୍ଧକୁ ଉଠିଯିବାରୁ ଭୂମିସ୍ଥ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ମରୁଭୂମି ଉପରେ ପଡ଼ି ରହିଲା। 15 ଇସ୍ରାଏଲର ଲୋକମାନେ ଏହାକୁ ଦେଖି କଥାବାର୍ତ୍ତା ହେଲେ। “ଏଗୁଡ଼ିକ କ’ଣ?” ସେମାନେ ଏପରି କହିଲେ କାରଣ ସେମାନେ ଜାଣି ନ ଥିଲେ ଏଗୁଡ଼ିକ କ’ଣ ଥିଲା। ତେଣୁ ସେମାନେ ମୋଶାଙ୍କୁ ପଗ୍ଭରିଲେ, ତେଣୁ ମୋଶା ସେମାନଙ୍କୁ କହିଲେ, “ଏଗୁଡ଼ିକ ଖାଦ୍ୟ, ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କର ଦାନ।
105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
ତାଙ୍କର ନାମକୁ ଡାକ।
ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
ତାଙ୍କର ପ୍ରଗ୍ଭରିତ କର।
ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
3 ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
4 ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
5 ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
6 ତୁମ୍ଭେ ହେଉଛ ତାଙ୍କର ସେବକ,
ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
ଓ ତା'ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।
42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
43 ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
44 ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ।
ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ।
ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।
ପରମେଶ୍ୱରଙ୍କର ପ୍ରଶଂସା କର!
21 ମୋର ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ୟୁ ମଧ୍ୟ ମୋ’ ପାଇଁ ଏକ ଲାଭ ଅଟେ।” 22 ଯଦି ମୁଁ ଶରୀରରେ ଜୀବିତ ରୁହେ, ତା'ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ୟୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣେନା? 23 ଜୀବନ ଓ ମୃତ୍ୟୁ ମଧ୍ୟରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ। 24 କିନ୍ତୁ, ତୁମ୍ଭ ପାଇଁ ମୋର ଶରୀରରେ ବଞ୍ଚି ରହିବା ଅଧିକ ଆବଶ୍ୟକ। 25 ମୁଁ ଜାଣେ ତୁମ୍ଭେମାନେ ମୋତେ ଗ୍ଭହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ୱାସରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାଯ୍ୟ କରିବି। 26 ଯଦି ମୁଁ ତୁମ୍ଭ ପାଖକୁ ଫେରିଯାଏ, ତେବେ ଏହା ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋ’ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହେବ।
27 ଖ୍ରୀଷ୍ଟଙ୍କ ସୁସମାଗ୍ଭର ଯୋଗ୍ୟ ଜୀବନଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହା ଦ୍ୱାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂରରେ ଥାଏ; ତୁମ୍ଭ ବିଷୟରେ ଶୁଣିବି ଯେ ତୁମ୍ଭେମାନେ ଏକ ଉଦ୍ଦେଶ୍ୟରେ, ଏକମନ ହୋଇ, ସୁସମାଗ୍ଭରରୁ ଉତ୍ପନ୍ନ ବିଶ୍ୱାସ ପାଇଁ ଦୃଢ଼ ଭାବରେ କାର୍ଯ୍ୟ କରୁଛ। 28 ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅଛନ୍ତି ସେମାନଙ୍କୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ୱରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭେମାନେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତ୍ରୁମାନେ ବିନାଶ ହେବେ। 29 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କେବଳ ପରମେଶ୍ୱର ତୁମ୍ଭକୁ ସୁଯୋଗ ଦେଇଛନ୍ତିା ତାହା ଯଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ୟ ତୁମ୍ଭମାନଙ୍କୁ ସୁଯୋଗ ଦେଇଛନ୍ତି। ଏହି ଉଭୟ ବିଷୟ ଯୀଶୁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରେ। 30 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ତୁମ୍ଭେମାନେ ମୋତେ ସୁସମାଗ୍ଭର ବିରୁଦ୍ଧରେ ଥିବା ଲୋକଙ୍କ ସହିତ ସଂଘର୍ଷ କରିବା ଦେଖିଛ। ତୁମ୍ଭେ ଏବେ ଶୁଣୁଛ ଯେ ମୁଁ ଏଠାରେ ସଂଘର୍ଷରତ। ତୁମ୍ଭେମାନେ ମଧ୍ୟ ସେହିଭଳି ଏବେ ସଂଘର୍ଷରତ ଅଛ।
ଯୀଶୁ ଶ୍ରମିକମାନଙ୍କର କାହାଣୀ କହିଲେ
20 “ସ୍ୱର୍ଗରାଜ୍ୟ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତେକ ଦ୍ରାକ୍ଷା ବଗିଗ୍ଭ ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷାବଗିଗ୍ଭରେ କାମ କରିବା ପାଇଁ ଅନ୍ୟ କେତେକ ଶ୍ରମିକ ଆଣିବାକୁ ବାହାରିଗଲେ। 2 ସେ ଶ୍ରମିକମାନଙ୍କୁ ସେଦିନ କାମ କରିବା ବାବଦରେ ଗୋଟିଏ ଗୋଟିଏ ରୌପ୍ୟ ମୁଦ୍ରା ଦେବା ପାଇଁ ରାଜି ହେଲେ। ତା'ପରେ ସେ ଶ୍ରମିକମାନଙ୍କୁ ବଗିଗ୍ଭକୁ କାମ କରିବାକୁ ପଠାଇଦେଲେ।
3 “ପ୍ରାୟ ନଅଟା ବେଳେ ସେ ବଜାର ଆଡ଼କୁ ଗଲେ ଓ ସେଠାରେ କେତେକ ଶ୍ରମିକଙ୍କୁ ଠିଆ ହୋଇଥିବାର ଦେଖିଲେ। ସେମାନଙ୍କ ପାଖରେ କିଛି କାମ ନ ଥିଲା। 4 ତେଣୁ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ଯଦି ଯାଇ ମୋ’ ଦ୍ରାକ୍ଷାବଗିଗ୍ଭରେ କାମ କରିବ, ତେବେ ତୁମ୍ଭର ଯାହା ଉଚିତ୍ ପ୍ରାପ୍ୟ ହେବ, ମୁଁ ତୁମ୍ଭକୁ ତାହା ଦେବି।’ 5 ତେଣୁ ସେମାନେ ମଧ୍ୟ ଦ୍ରାକ୍ଷାବଗିଗ୍ଭକୁ କାମ କରିବାକୁ ଗଲେ।
“ପୁଣି ପ୍ରାୟ ବାରଟା ବେଳେ ଓ ଆଉଥରେ ପ୍ରାୟ ତିନିଟା ବେଳେ ସେ ଘରୁ ଯାଇ ପୂର୍ବଭଳି ଆଉ କେତେକ ଶ୍ରମିକଙ୍କୁ ଆଣିଲେ। 6 ପ୍ରାୟ ପାଞ୍ଚଟା ବେଳେ ସେ ଘରୁ ଯାଇ ବଜାରରେ ଦେଖିଲେ ଯେ କେତେକ ଲୋକ ଠିଆ ହୋଇଛନ୍ତି। ସେ ସେମାନଙ୍କୁ ପଗ୍ଭରିଲେ, ‘ତୁମ୍ଭେମାନେ ଦିନସାରା କିଛି କାମ ନ କରି ଏଠାରେ ଏମିତି କାହିଁକି ଠିଆ ହୋଇଛ?’
7 “ସେମାନେ କହିଲେ, ‘ଆମ୍ଭକୁ କେହି ମଜୁରୀ ଦେଇ କାମ କରିବାକୁ ଡାକି ନାହାନ୍ତି।’
“ଜମିଦାର ଜଣକ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଯାଇ ମୋର ଦ୍ରାକ୍ଷାବଗିଗ୍ଭରେ କାମ କର।’
8 “ସନ୍ଧ୍ୟା ହେବାରୁ ଦ୍ରାକ୍ଷାବଗିଗ୍ଭର ଜମିଦାର ତାହାଙ୍କ ଗୁମାସ୍ତାଙ୍କୁ ଡାକି କହିଲେ, ‘ଶ୍ରମିକମାନଙ୍କୁ ଡାକ। ମୁଁ ଯେଉଁମାନଙ୍କୁ ଶେଷରେ କାମରେ ଲଗାଇଲି ସେହି ଶ୍ରମିକମାନଙ୍କଠାରୁ ପ୍ରଥମେ ମଜୁରୀ ଦେବା ଆରମ୍ଭ କର। ସର୍ବ ଶେଷରେ ପ୍ରଥମେ କାମକୁ ଆସିଥିବା ଶ୍ରମିକମାନଙ୍କୁ ମଜୁରୀ ଦିଅ।’
9 “ଯେଉଁମାନେ ପାଞ୍ଚଟା ବେଳେ ଆସିଥିଲେ, ସେମାନେ ମଜୁରୀ ନେବାକୁ ଆସିଲେ। ପ୍ରତ୍ୟେକ ଶ୍ରମିକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ। 10 ଯେତେବେଳେ ଆଗ ଆସିଥିବା ଶ୍ରମିକମାନେ ଆସିଲେ, ସେମାନେ ଭାବିଥିଲେ ଯେ ସେମାନଙ୍କୁ କିଛି ଅଧିକ ମିଳିବ। କିନ୍ତୁ ସେମାନେ ମଧ୍ୟ ପ୍ରତ୍ୟେକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ। 11 ସେମାନେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇସାରି ଜମିଦାରଙ୍କ ଆଗରେ ଯାଇ ଏ ବିଷୟରେ ଅଭିଯୋଗ କଲେ। 12 ସେମାନେ କହିଲେ, ‘ଶେଷରେ ଆସିଥିବା ଶ୍ରମିକମାନେ ମାତ୍ର ଗୋଟିଏ ଘଣ୍ଟା କାମ କରିଛନ୍ତି। ଆମ୍ଭେ ଖରାରେ ଦିନସାରା କଠିନ ପରିଶ୍ରମ କରିଛୁ। କିନ୍ତୁ ଆପଣ ସେମାନଙ୍କୁ ଯେତିକି ମଜୁରୀ ଦେଲେ, ଆମ୍ଭକୁ ମଧ୍ୟ ସେତିକି ମଜୁରୀ ଦେଲେ!’
13 “ଜମିଦାର ସେହି ଶ୍ରମିକମାନଙ୍କ ଭିତରୁ ଜଣକୁ କହିଲେ, ‘ବନ୍ଧୁ, ମୁଁ ତୁମ୍ଭ ପ୍ରତି ଅନ୍ୟାୟ କରି ନାହିଁ। ତୁମ୍ଭେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇ କାମ କରିବ ବୋଲି ମୋ’ ସାଙ୍ଗରେ ରାଜି ହୋଇ ନ ଥିଲ କି? 14 ଯାହା ତୁମ୍ଭର ପ୍ରାପ୍ୟ ତାହା ନେଇ ଘରକୁ ଯାଅ। ମୁଁ ତୁମ୍ଭମାନଙ୍କୁ ଯେତିକି ଦେଇଛି, ଶେଷରେ ଆସିଥିବା ଶ୍ରମିକକୁ ସେତିକି ଲେଖାଏଁ ଦେବାକୁ ଗ୍ଭହୁଁଛି। 15 ମୋ’ ଧନକୁ ମୋର ଯେଭଳି ଇଚ୍ଛା ହେବ, ସେଭଳି ଖର୍ଚ୍ଚ କରିବାର ଅଧିକାର କ’ଣ ମୋର ନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ’ଣ ତୁମ୍ଭେ ଈର୍ଷା କରୁଛ କି?’
16 “ଏହିଭଳି ଭାବରେ ବର୍ତ୍ତମାନ ଯେଉଁ ଲୋକ ସର୍ବଶେଷରେ ଅଛନ୍ତି, ଭବିଷ୍ୟତରେ ସେମାନେ ପ୍ରଥମ ସ୍ଥାନ ପାଇବେ। ଏବଂ ଯେଉଁ ଲୋକମାନେ ବର୍ତ୍ତମାନ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନ ପାଇବେ।”
2010 by World Bible Translation Center