Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:97-104

ମେମ୍

97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
    ତାହା ମୁଁ ଦିନସାରା ଭାବେ।
98 ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି।
    ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
99 ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍।
    କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ।
    କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
101 ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି,
    ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ,
    କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।
103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ
    ମହୁଠାରୁ ଅଧିକ ମଧୁର ଲାଗେ।
104 ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ।
    ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।

ଯାତ୍ରାପୁସ୍ତକ 16:31-35

31 ତେଣୁ ଇସ୍ରାଏଲର ଲୋକମାନେ ସେହି ଖାଦ୍ୟର ନାମ “ମାନ୍ନା”[a] ଦେଲେ। ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ସ୍ୱାଦ ମଧୁ ମିଶ୍ରିତ ପିଷ୍ଟକ ତୁଲ୍ୟ ଥିଲା। 32 ଏହା ପରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଛନ୍ତି, ‘ସେ ତୁମ୍ଭମାନଙ୍କୁ ମିଶର ଦେଶଠାରୁ ଆଣିବା ବେଳେ ମରୁଭୂମି ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେମନ୍ତ ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି। ଏଣୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣର ମାନ୍ନା ରଖ।”’

33 ତେଣୁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଏକ ପାତ୍ର ନେଇ ଏକ ଓମର ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ। ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।” 34 ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିବା ଅନୁସାରେ ହାରୋଣ ଏହାକୁ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ। 35 ଲୋକମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ଏହି ମାନ୍ନା ଖାଇଲେ। ସେମାନେ ଏହି ମାନ୍ନା ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଏହିପରି ଭୋଜନ କଲେ। କିଣାନ ଦେଶର ସୀମାରେ ପହଞ୍ଚିବା ପର୍ଯ୍ୟନ୍ତ ସେମାନେ ମାନ୍ନା ଖାଇଲେ।

ରୋମୀୟଙ୍କ ପ୍ରତି ପତ୍ର 16:1-16

ପାଉଲଙ୍କ କେତେକ ଅନ୍ତିମ କଥା

16 ମୁଁ, ତୁମ୍ଭକୁ କେଙ୍କ୍ରେୟା ନଗରୀର ମଣ୍ତଳୀର ବିଶେଷ ସେବିକା, ଆମ୍ଭର ଧର୍ମ ଭଉଣୀ ଫୈବୀଙ୍କୁ ସୁପାରିଶ କରୁଛି। ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କଠାରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସେଗୁଡ଼ିକ ଦ୍ୱାରା ତାହାଙ୍କୁ ସାହାଯ୍ୟ କର। ସେ ମୋତେ ଓ ଅନ୍ୟ ଅନେକ ଲୋକଙ୍କୁ ବହୁତ ସାହାଯ୍ୟ କରିଛନ୍ତି।

ପ୍ରୀସ୍କା ଓ ଆକ୍ୱିଲାଙ୍କୁ ମୋର ନମସ୍କାର। ସେମାନେ ଖ୍ରୀଷ୍ଟ ଯୀଶୁଙ୍କ କାମରେ ମୋର ସହକର୍ମୀ ଅଟନ୍ତି। ସେମାନେ ମୋର ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦରେ ପକାଇ ଥିଲେ। ମୁଁ ସେମାନଙ୍କ ପ୍ରତି କୃତଜ୍ଞ। କେବଳ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ୟ ସେମାନଙ୍କ ପ୍ରତି କୃତଜ୍ଞ।

ତାଙ୍କ ଘରେ ହେଉଥିବା ମଣ୍ତଳୀକୁ ମଧ୍ୟ ନମସ୍କାର।

ମୋର ପ୍ରିୟ ବନ୍ଧୁ ଏପାଇନେତଙ୍କୁ ନମସ୍କାର। ସେ ସମଗ୍ର ଏସିଆ[a]ରେ ଖ୍ରୀଷ୍ଟଙ୍କୁ ଗ୍ରହଣ କରିବାରେ ପ୍ରଥମ ଲୋକ।

ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି।

ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର। ସେମାନେ ମୋର ଜ୍ଞାତି, ଓ ସେମାନେ ମୋ’ ସହିତ ବନ୍ଦୀ ହୋଇ କାରାଗାରରେ ଥିଲେ। ସେମାନେ ପରମେଶ୍ୱରଙ୍କ ଅତି ପ୍ରସିଦ୍ଧ କାର୍ଯ୍ୟକର୍ତ୍ତା[b] ଓ ମୋ'ଠାରୁ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଥିଲେ।

ପ୍ରଭୁଙ୍କଠାରେ ସ୍ଥିତ ମୋର ପ୍ରିୟ ମିତ୍ର ଆମ୍ପ୍ଲିୟାତାଙ୍କୁ ନମସ୍କାର। ଖ୍ରୀଷ୍ଟଙ୍କ ସେବା ବିଷୟରେ ଆମ୍ଭର ସହକର୍ମୀ ଉର୍ବାଣ ଓ ମୋର ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମୋର ନମସ୍କାର। 10 ଆପେଲ୍ଲାଙ୍କୁ ମୋର ନମସ୍କାର, ଯିଏ ଖ୍ରୀଷ୍ଟଙ୍କ ସେବାରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମୋର ନମସ୍କାର। 11 ମୋର ଜ୍ଞାତି ହେରୋଦିୟୋନଙ୍କୁ ମୋର ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁମାନେ ପ୍ରଭୁଙ୍କର ଅଟନ୍ତି। 12 ପ୍ରଭୁଙ୍କର ପରିଶ୍ରମୀ କାର୍ଯ୍ୟକର୍ତ୍ତା କ୍ରୁଫେଣା ଓ କୁଫୋସାଙ୍କୁ ନମସ୍କାର। ମୋର ପ୍ରିୟ ପ୍ରଭୁଙ୍କ ସେବାରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।

13 ପ୍ରଭୁଙ୍କର ବିଶିଷ୍ଟ ସେବକ ରୂପେ ଓ ତାହାଙ୍କର ମାଙ୍କୁ ଯେ ମୋର ମାତା ଭଳି ତାହାଙ୍କୁ ମୋର ନମସ୍କାର।

14 ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା ଓ ହର୍ମାସ୍, ଏବଂ ସେମାନଙ୍କ ଭାଇମାନଙ୍କୁ ଯେଉଁମାନେ ସେମାନଙ୍କ ସହ ଅଛନ୍ତି ନମସ୍କାର।

15 ଫିଲଲଗ, ଯୁଲିୟା, ନୀରୂସ୍‌‌ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସେମାନଙ୍କ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।

16 ତୁମ୍ଭେମାନେ ସମସ୍ତେ ପବିତ୍ର ଚୁମ୍ବନ ଦେଇ ଏକଆରେକକୁ ଅଭିବାଦନ ଜଣାଅ।

ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ୱାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center