Revised Common Lectionary (Semicontinuous)
ମେମ୍
97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ତାହା ମୁଁ ଦିନସାରା ଭାବେ।
98 ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି।
ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
99 ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍।
କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
101 ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି,
ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ,
କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।
103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ
ମହୁଠାରୁ ଅଧିକ ମଧୁର ଲାଗେ।
104 ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ।
ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।
18 “ଲୋକମାନଙ୍କୁ କୁହ, କାଲି ପାଇଁ ନିଜକୁ ପବିତ୍ର କର। ଆଉ ତୁମ୍ଭେମାନେ ମାଂସ ଖାଇବ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣ ଗୋଚରରେ କହିଅଛ, ‘କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଂ ମିଶର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା!’ ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଖାଇବାକୁ ଦେବେ। 19 ତୁମ୍ଭେମାନେ ଦିନେ କି ଦୁଇ ଦିନ କି ପାଞ୍ଚ ଦିନ କି ଦଶ ଦିନ କି କୋଡ଼ିଏ ଦିନ ଖାଇବ ତାହା ନୁହେଁ। 20 ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’”
21 ତେବେ ମୋଶା କହିଲେ, “ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି ସେମାନେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ!’ 22 ସେମାନଙ୍କୁ ଯୋଗାଇବା ପାଇଁ ପଲ ମଧ୍ୟରୁ ସମସ୍ତ ଗୋମେଷ ବଧ କଲେ ମଧ୍ୟ ଏକ ମାସ ପାଇଁ ଅଣ୍ଟିବ ନାହିଁ। ଆଉ ସମୁଦ୍ରର ସମସ୍ତ ମାଛ ସେମାନଙ୍କୁ ଯଥେଷ୍ଟ ନୁହେଁ!”
23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “କ’ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭେମାନେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ୟ ତୁମ୍ଭ ପ୍ରତି ସତ ହେବ।”
ଭାଟୋଇ ପକ୍ଷୀଙ୍କ ଆଗମନ
31 ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା। ସେମାନଙ୍କର ସଂଖ୍ୟା ଏତେ ଅଧିକ ହେଲା ଯେ ସେମାନେ ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେ ପାଖେ ଦିନକର ପଥ ପର୍ଯ୍ୟନ୍ତ ବ୍ୟାପି ରହିଲେ। ସେମାନେ ଭୂମିଠାରୁ ପ୍ରାୟ ଦୁଇ ଫୁଟ ବହଳରେ ଗଦା ହୋଇଗଲେ। 32 ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ। କେହି ଦଶ ବୁଶେଲରୁ ଊଣା ସଂଗ୍ରହ କଲା ନାହିଁ। ଆଉ ସେମାନେ ନିଜ ପାଇଁ ଛାଉଣିର ଗ୍ଭରିଆଡ଼େ ତାହା ବିଛାଇ ରଖିଲେ।
ସବୁଠାରୁ ଶ୍ରେଷ୍ଠ କିଏ
(ମାର୍କ 9:33-37; ଲୂକ 9:46-48)
18 ସେହି ସମୟରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, “ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ କିଏ?”
2 ଯୀଶୁ ଗୋଟିଏ ଛୋଟ ପିଲାକୁ ପାଖକୁ ଡାକିଲେ। ସେ ପିଲାକୁ ଶିଷ୍ୟମାନଙ୍କ ଆଗରେ ଠିଆ କରାଇଲେ। 3 ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତରେ ଗୋଟିଏ ଛୋଟ ପିଲାଭଳି ହୋଇଯାଅ। ଏ କଥା ନ କଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ। 4 ଯେଉଁ ଲୋକ ନିଜକୁ ଗୋଟିଏ ଛୋଟ ପିଲା ଭଳି ନମ୍ର କରିଥାଏ, ସେହି ଲୋକ ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ।
5 “ଯେଉଁ ଲୋକ ମୋ’ ନାମରେ ଏହିଭଳି ଗୋଟିଏ ଛୋଟ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ।
2010 by World Bible Translation Center