Revised Common Lectionary (Semicontinuous)
ଦ୍ୱିତୀୟ ଖଣ୍ଡ
(ଗୀତସଂହିତା 42–72)
ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ।
42 ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ
ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
2 ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ।
ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?
3 ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି।
ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?
ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?”
ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।
4 ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ,
ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି।
ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ
ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।
5 ହେ ମୋର ପ୍ରାଣ, କାହିଁକି ମୁଁ ଏତେ ବ୍ୟାକୁଳ?
“ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି।
ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି।
ସେ ମୋତେ ରକ୍ଷା କରିବେ।
6 ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି।
ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”
7 ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ।
ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ,
ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ।
‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।
8 ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି।
ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।
9 ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର।
ମୁଁ କହେ, “ହେ ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ?
କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”
10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି,
ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”
11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ?
କାହିଁକି ମୁଁ ଏତେ ଅସ୍ଥିର ହେଉଅଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି
ଓ ସେ ମୋତେ ଉଦ୍ଧାର କରିବେ।
9 ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସିବି। ମୁଁ ତୁମ୍ଭକୁ ଏକଥା କହିବି ଯେପରି ସମସ୍ତେ ଶୁଣି ପାରିବେ। ମୁଁ ଏପରି କରିବି କାରଣ ସମସ୍ତ ଲୋକ ତୁମ୍ଭ ଉପରେ ବିଶ୍ୱାସ ରଖିବେ। ତୁମ୍ଭେ ସେମାନଙ୍କୁ ଯାହା କହିବ ସେମାନେ ତାହା ବିଶ୍ୱାସ କରିବେ।”
ଏହା ପରେ ମୋଶା ପରମେଶ୍ୱରଙ୍କୁ ଲୋକମାନଙ୍କର ସମସ୍ତ କଥା କହିଲେ।
10 ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆଜି ଏବଂ ଆସନ୍ତା କାଲି ତୁମ୍ଭେ ଏକ ବିଶେଷ ସଭାର ଆୟୋଜନ କର। ଲୋକମାନେ ସମସ୍ତେ ତାଙ୍କର ବସ୍ତ୍ର ଧୌତ କରି ପିନ୍ଧିବେ। 11 ଏବଂ ତୃତୀୟ ଦିନ ପାଇଁ ପ୍ରସ୍ତୁତ ହୋଇ ରହିବେ କାରଣ ଏହି ଦିନ ଆମ୍ଭେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବୁ। ଏବଂ ସମସ୍ତ ଲୋକେ ମୋତେ ଦେଖି ପାରିବେ। 12 କିନ୍ତୁ ତୁମ୍ଭେ ଲୋକମାନଙ୍କୁ ଦୂରେଇ ରହିବା ପାଇଁ କୁହ। ଏକ ସୀମା ନିର୍ଦ୍ଧାରଣ କର, ସେହି ସୀମାକୁ ଯେପରି କେହି ସ୍ପର୍ଶ କରି ପାରିବ ନାହିଁ। ପଶୁ ହେଉ କି ମନୁଷ୍ୟ ହେଉ ଯିଏ ପର୍ବତ ସ୍ପର୍ଶ କରିବ ସେ ମରିବ। 13 କିଏ ପଥର ଛେଗ୍ଭରେ ମରିବ ତ କିଏ ବାଣ ଦ୍ୱାରା ମରିବ। କିନ୍ତୁ କେହି ଏହି ବ୍ୟକ୍ତିକୁ ହତ୍ୟା କରି ପାରିବେ ନାହିଁ। ଲୋକମାନଙ୍କୁ ଏହିପରି ତୂରୀ ବାଜିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ଏହା ପରେ ସେମାନେ ପର୍ବତ ଉପରକୁ ଯାଇ ପାରିବେ।”
14 ତେଣୁ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଗଲେ, ସମସ୍ତ ଲୋକେ ସେମାନଙ୍କର ବସ୍ତ୍ର ଧୌତ କରି ନିଜକୁ ପବିତ୍ର କଲେ।
15 ଏହା ପରେ ମୋଶା ଲୋକମାନଙ୍କୁ କହିଲେ, “ତୃତୀୟ ଦିନରେ ପ୍ରସ୍ତୁତ ହୁଅ। ତୁମ୍ଭେମାନେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶରେ ଆସିବ ନାହିଁ।”
16 ତୃତୀୟ ଦିନ ପ୍ରଭାତରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡ଼ଘଡ଼ି, ବିଜୁଳି ଏବଂ ଏକ ଗମ୍ଭୀର ତୂରୀ ଧ୍ୱନି ଶୁଣାଗଲା। ଛାଉଣିର ଲୋକମାନେ ଭୟଭୀତ ହୋଇଗଲେ। 17 ଏହା ପରେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ପରମେଶ୍ୱରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ। 18 ସୀନୟ ପର୍ବତ ଧୂଆଁରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୂଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହାରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନରେ ପର୍ବତରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା। 19 ତୂରୀ ଧ୍ୱନି ଅଧିକରୁ ଅଧିକ ଶବ୍ଦରେ ଶୁଭିଲା। ମୋଶା ପରମେଶ୍ୱରଙ୍କୁ ଯେକୌଣସି ପ୍ରଶ୍ନ କଲେ ପରମେଶ୍ୱର ପ୍ରତ୍ୟେକ ଥର ବଜ୍ର ସ୍ୱରରେ ଉତ୍ତର ଦେଲେ।
20 ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ।
21 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତଳକୁ ଯାଇ ଲୋକମାନଙ୍କୁ ସତର୍କ କରାଇ ଦିଅ ଯେ ସେମାନେ ମୋ’ ଆଡ଼କୁ ଗ୍ଭହିଁବେ ନାହିଁ କି ମୋ’ ନିକଟକୁ ଆସିବେ ନାହିଁ, ଯଦି କିଏ ଅମାନ୍ୟ କରେ ତେବେ ସେ ମରିବ। 22 ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ହିଁ ନିଜ ନିଜକୁ ପବିତ୍ର କରନ୍ତୁ। ନ ହେଲେ ସେମାନେ ଦଣ୍ଡ ଭୋଗ କରିବେ।”
23 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତକୁ ଆସି ପାରିବେ ନାହିଁ। କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଛ ଯେ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।”
24 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଓହ୍ଲାଇ ଯାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନ କରନ୍ତି, ନ ହେଲେ ମୁଁ ସେମାନଙ୍କୁ ଦଣ୍ଡ ଦେବି।”
25 ତେଣୁ ମୋଶା ଓହ୍ଲାଇ ଗଲେ ଓ ଲୋକମାନଙ୍କୁ କହିଲେ।
2 କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶେଯରେ ଶୋଇଥିଲା। ଯୀଶୁ ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, “ହେ ଯୁବକ! ସାହସ ରଖ। ତୁମ୍ଭର ସବୁପାପ କ୍ଷମା କରାଗଲା।”
3 କେତେକ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, “ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ୱର। ଏହା ଦ୍ୱାରା ସେ ପରମେଶ୍ୱରଙ୍କ ନିନ୍ଦା କରୁଛି।”
4 ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ? 5 ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’? 6 ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା'ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’
7 ପକ୍ଷାଘାତ ରୋଗୀଟି ଉଠି ଘରକୁ ଗ୍ଭଲିଗଲା। 8 ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।
2010 by World Bible Translation Center