Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 19

ଦାଉଦଙ୍କର ଏକ ଗୀତ

19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
    ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
    ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
    କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
    ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।

ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
    ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
    ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
    ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
    ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।

ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
    ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
    ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
    ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
    ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।

ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
    ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
    ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
    ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
    ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।

12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
    ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
    ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା'ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
    ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
    ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
    ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।

ଯାତ୍ରାପୁସ୍ତକ 23:14-19

14 “ତୁମ୍ଭେମାନେ ବର୍ଷରେ ତିନିଥର ମୋ’ ଉଦ୍ଦେଶ୍ୟରେ ଉତ୍ସବ କର। ସେହି ଉତ୍ସବ ଗୁଡ଼ିକରେ ତୁମ୍ଭେମାନେ ମୋର ପବିତ୍ର ସ୍ଥାନକୁ ଆସି ଉପାସନା କର। 15 ପ୍ରଥମ ଉତ୍ସବଟି ତାଡ଼ିଶୂନ୍ୟ ରୋଟୀର ଉତ୍ସବ। ଏହା ମୋର ଆଜ୍ଞାନୁସାରେ ପାଳନ କରିବ। ଏହିପରି ତୁମ୍ଭେମାନେ ସାତ ଦିନ ଯାଏ ପାଳନ କରିବ। ଏହି ଉତ୍ସବଟିକୁ ତୁମ୍ଭେମାନେ ଆବୀବ୍ ମାସରେ ପାଳନ କରିବ। କାରଣ ଏହି ମାସରେ ତୁମ୍ଭେମାନେ ମିଶରରୁ ମୁକ୍ତ ହୋଇଥିଲ। ପ୍ରତ୍ୟେକ ଲୋକ ମୋତେ ନୈବେଦ୍ୟ ଉତ୍ସର୍ଗ କରିବ।

16 “ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ୱିତୀୟ ଉତ୍ସବ। ତୁମ୍ଭେମାନେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭରେ ପାଳନ କରିବ।

“ଏବଂ ତୃତୀୟ ଉତ୍ସବଟି ହେଉଛି ସଂଗ୍ରହର ଉତ୍ସବ। ଏହି ଉତ୍ସବଟି ବର୍ଷ ଶେଷରେ ଫଳ ସଂଗ୍ରହ କଲାବେଳେ ପାଳନ କରିବ।

17 “ତେଣୁ ବର୍ଷ ମଧ୍ୟରେ ତିନିଥର ସମସ୍ତ ପୁରୁଷ ପ୍ରଭୁ ତୁମ୍ଭର ସଦାପ୍ରଭୁଙ୍କ ସାକ୍ଷାତରେ ସ୍ୱତନ୍ତ୍ର ସ୍ଥାନରେ ଉପସ୍ଥିତ ହେବେ।

18 “ଯେତେବେଳେ ତୁମ୍ଭେମାନେ ପଶୁ ହତ୍ୟା କରିବ ତା'ର ରକ୍ତ ମୋ’ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। ତୁମ୍ଭେମାନେ ତାଡ଼ିଯୁକ୍ତ ରୋଟୀ ମୋତେ ଉତ୍ସର୍ଗ କରିବ ନାହିଁ। ଏବଂ ତୁମ୍ଭେ ଯେତେବେଳେ ବଳିର ମାଂସ ଖାଇବ ସେତେବେଳେ ସେହି ମାଂସକୁ ଗୋଟିଏ ଦିନରେ ଖାଇ ଶେଷ କରିବ। ତା’ ପରଦିନକୁ ବଳକା ମାଂସ ରଖିବ ନାହିଁ।

19 “ଶସ୍ୟଅମଳ ସମୟରେ ତୁମ୍ଭେ ଯେତେବେଳେ ଶସ୍ୟ ସାଇତିବ ପ୍ରଥମ ଶସ୍ୟ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ।

“ତୁମ୍ଭେ କୌଣସି ଯୁବା ଛାଗର ମାଂସକୁ ତା'ର ମାତୃ ଦୁ‌ଗ୍‌ଧରେ ପାକ କରିବ ନାହିଁ।”

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:14-18

14 ଅଭିଯୋଗ ବା ବାଦାନୁବାଦ ନ କରି ପ୍ରତ୍ୟେକ କାର୍ଯ୍ୟ କର। 15 ତେବେ ଯାଇ ତୁମ୍ଭେ ନିର୍ଦ୍ଦୋଷ ହେବ ଓ ତୁମ୍ଭ ଭିତରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ୱରଙ୍କ ନିର୍ଦ୍ଦୋଷ ପୁତ୍ର ହେବ। କିନ୍ତୁ ତୁମ୍ଭେମାନେ ନଷ୍ଟ ହୋଇ ଯାଉଥିବା ମନ୍ଦ ଲୋକଙ୍କ ମଧ୍ୟରେ ରହୁଛ। କିନ୍ତୁ ସେମାନଙ୍କ ଭିତରେ ତୁମ୍ଭେ ଏହି ଅନ୍ଧକାରପୂର୍ଣ୍ଣ ଜଗତରେ ଜ୍ୟୋତିଃ ଭଳି ପ୍ରକାଶିତ ହେଉଛ। 16 ତୁମ୍ଭେ ସେମାନଙ୍କୁ ଜୀବନ ପ୍ରଦାନକାରୀ ଶିକ୍ଷା ଦିଅ। ତେଣୁ ଖ୍ରୀଷ୍ଟଙ୍କ ଆଗମନରେ ମୁଁ ଖୁସୀ ହେବି, କାରଣ ମୁଁ ଜାଣିବି ଯେ ମୋର କାମ ବିଫଳ ହୋଇ ନାହିଁ। ମୁଁ ଜାଣିବି ଯେ ଦୌଡ଼ ପ୍ରତିଯୋଗିତାରେ ଦୌଡ଼ି ଜିତିଛି।

17 ପରମେଶ୍ୱରଙ୍କ ସେବାରେ, ତୁମ୍ଭ ବିଶ୍ୱାସ ତୁମ୍ଭକୁ ଏକ ବଳିଦାନ ରୂପେ ସେବା କରିବା ପାଇଁ ପ୍ରେରଣ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସେବାରେ ମୋତେ ମୋର ନିଜ ରକ୍ତ ମଧ୍ୟ ଉତ୍ସର୍ଗ କରିବାକୁ ପଡ଼ିପାରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦରେ ପରିପୂର୍ଣ୍ଣ ଓ ଖୁସୀ ହେବି। 18 ତୁମ୍ଭେମାନେ ମଧ୍ୟ ମୋ’ ସହିତ ଖୁସୀ ହୁଅ ଓ ଆନନ୍ଦରେ ପରିପୂର୍ଣ୍ଣ ହୁଅ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:1-4

ଯୀଶୁ ଖ୍ରୀଷ୍ଟ ସବୁଠାରୁ ମହାନ

ଆଉ ଏବେ ହେ ମୋର ଭାଇ ଓ ଭଉଣୀମାନେ! ପ୍ରଭୁଙ୍କଠାରେ ଆନନ୍ଦ କର। ତୁମ୍ଭକୁ ଥରକୁ ଥର ସେହି ଏକାକଥା ଲେଖିବାରେ, ମୋତେ କଷ୍ଟ ହୁଏ ନାହିଁ, କାରଣ ଏହା ଦ୍ୱାରା ତୁମ୍ଭେମାନେ ଅଧିକ ପ୍ରସ୍ତୁତ ହୋଇ ରହିବ।

ଯେଉଁମାନେ ମନ୍ଦକର୍ମରେ ଲିପ୍ତ, ସେମାନଙ୍କଠାରୁ ସାବଧାନ ହୋଇ ରୁହ, ସେମାନେ କୁକୁରମାନଙ୍କ ପରି। ସେମାନେ ଲୋକମାନଙ୍କୁ ସୁନ୍ନତ[a] ହେବା ପାଇଁ ଦାବୀ କରନ୍ତି। କିନ୍ତୁ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ହୋଇଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ୱାରା ପରମେଶ୍ୱରଙ୍କର ସେବା କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ। ଯଦିଓ ମୁଁ ନିଜ ଶକ୍ତିରେ ବିଶ୍ୱାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ୱାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ୱାସ କରିବାର ତା'ର କାରଣ ଅଛି, ତା'ହେଲେ ମୁଁ କହିବି ଯେ ତା’ ଅପେକ୍ଷା ମୋର ନିଜ ଉପରେ ବିଶ୍ୱାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center