Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ
19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।
ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା'ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
10 “ମଞ୍ଜି ବୁଣା, ଶସ୍ୟଅମଳ କର, ଭୂମିକୁ ଛଅ ବର୍ଷ ପାଇଁ ଫସଲ କର। 11 କିନ୍ତୁ ସପ୍ତମ ବର୍ଷ ଜମିରେ ଆଉ ଫସଲ କର ନାହିଁ। ସପ୍ତମ ବର୍ଷଟି ଭୂମିକୁ ପଡ଼ିଆ ରଖ। ଏହି ସମୟରେ ତୁମ୍ଭର କ୍ଷେତ୍ରରେ କୌଣସି ଫସଲ କର ନାହିଁ। ଯଦି କୌଣସି ଫସଲ ହୁଏ ତେବେ ଦରିଦ୍ର ଲୋକମାନଙ୍କ ପାଇଁ ଛାଡ଼ିଦିଅ ଏବଂ ଅବଶିଷ୍ଟକୁ ବଣ୍ୟଜନ୍ତୁମାନଙ୍କୁ ଖାଇବାକୁ ଛାଡ଼ିଦିଅ। ଏପରିକି ତୁମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର ଏବଂ ଜୀତବୃକ୍ଷ ଥିବା କ୍ଷେତ୍ର ପାଇଁ ଏହିପରି କର।
12 “ଛଅ ଦିନ ଧରି କାର୍ଯ୍ୟ କର ଏବଂ ସପ୍ତମ ଦିନରେ ବିଶ୍ରାମ କର। ଏପରି ମଧ୍ୟ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ୟ ଏପରି କରିବ। ସେମାନଙ୍କ ପାଇଁ ସପ୍ତମ ଦିନଟି ବିଶ୍ରାମ ଦେବ।
13 “ସାବଧାନ, ତୁମ୍ଭେ ମୋର ସମସ୍ତ ବ୍ୟବସ୍ଥା ମାନିବ। ଅନ୍ୟ ଦେବତାମାନଙ୍କୁ ପୂଜା କର ନାହିଁ, କିମ୍ବା ତାଙ୍କର ନାମ ତୁମ୍ଭମାନଙ୍କର ମୁଖରେ ଧର ନାହିଁ।
ଯୀଶୁଙ୍କ ସମ୍ବନ୍ଧରେ ଲୋକମାନଙ୍କର ତର୍କ
40 ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତେକ ଲୋକ କହିଲେ, “ଏହି ଲୋକ ପ୍ରକୃତରେ ସେହି ଭବିଷ୍ୟଦ୍ବକ୍ତା।”
41 ଅନ୍ୟମାନେ କହିଲେ, “ସେ ଖ୍ରୀଷ୍ଟ।”
ଅନ୍ୟମାନେ କହିଲେ, “ଗାଲିଲୀରୁ ଖ୍ରୀଷ୍ଟ ଆସିବେ ନାହିଁ। 42 ଧର୍ମଶାସ୍ତ୍ର କୁହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲିହିମ ନଗରରୁ ଆସିବେ।” 43 ତେଣୁ ଲୋକମାନେ ଯୀଶୁଙ୍କ ବିଷୟରେ ଭିନ୍ନ ଭିନ୍ନ ମତ ଦେଲେ। 44 ଲୋକମାନଙ୍କ ମଧ୍ୟରୁ କେତେକ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଗ୍ଭହିଁଲେ। କିନ୍ତୁ କେହି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।
ଯିହୂଦୀ ନେତାମାନେ ବିଶ୍ୱାସ କରିବାକୁ ମନା କଲେ
45 ମନ୍ଦିରର ସୈନ୍ୟମାନେ ମୁଖ୍ୟଯାଜକ ଓ ଫାରୂଶୀମାନଙ୍କ ପାଖକୁ ଫେରି ଆସିଲେ। ଯାଜକମାନେ ଓ ଫାରୂଶୀମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଯୀଶୁଙ୍କୁ କାହିଁକି ବନ୍ଦୀ କରି ଆଣିଲ ନାହିଁ?”
46 ମନ୍ଦିରର ସୈନ୍ୟମାନେ ଉତ୍ତର ଦେଲେ, “ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ୟବାନ୍।”
47 ଫାରୂଶୀମାନେ କହିଲେ, “ତାହାହେଲେ ଯୀଶୁ ତୁମ୍ଭମାନଙ୍କୁ ମଧ୍ୟ ବୋକା ବନେଇଛନ୍ତି। 48 କୌଣସି ନେତା କ'ଣ ତାକୁ ବିଶ୍ୱାସ କରିଛନ୍ତି? ନା। ଆମ୍ଭ ଫାରୂଶୀମାନଙ୍କ ମଧ୍ୟରୁ କ'ଣ ତାହାଙ୍କୁ କେହି ବିଶ୍ୱାସ କରିଛନ୍ତି? ନା। 49 ଏହି ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ କିଛି ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।”
50 କିନ୍ତୁ ସେହି ଦଳରେ ନୀକଦୀମ ଥିଲେ। ସେ ଏହା ପୂର୍ବରୁ ଯୀଶୁଙ୍କୁ ଦେଖିବା ପାଇଁ ଯାଇଥିଲେ।[a] 51 ସେ କହିଲେ, “ଆମ୍ଭର ପ୍ରଥା ଯେକୌଣସି ଲୋକର କଥା ପ୍ରଥମେ ନ ଶୁଣି ବିଗ୍ଭର କରିବ ନାହିଁ। ସେ କ'ଣ କରିଛନ୍ତି, ଆମ୍ଭେ ନ ଜାଣି ତାହାଙ୍କର ବିଗ୍ଭର କରି ପାରିବା ନାହିଁ।”
52 ଯିହୂଦୀନେତାମାନେ ଉତ୍ତର ଦେଲେ, “ତୁମ୍ଭେ କ'ଣ ସେହି ଗାଲିଲୀୟମାନଙ୍କ ମଧ୍ୟରୁ ଜଣେ? ଧର୍ମଶାସ୍ତ୍ର ଗୁଡ଼ିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ୟଦ୍ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।”
2010 by World Bible Translation Center