Revised Common Lectionary (Semicontinuous)
ସୟିନ୍
49 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କରିଥିବା ପ୍ରତିଜ୍ଞା ସ୍ମରଣ କର।
ସେହି ପ୍ରତିଜ୍ଞା ମୋତେ ଭରସା ଦେଇଅଛି।
50 ମୁଁ ଯେତେବେଳେ ଦୁଃଖରେ ଥିଲି, ତୁମ୍ଭେ ସେତେବେଳେ ମୋତେ ସାନ୍ତ୍ୱନା ଦେଇଅଛ।
ତୁମ୍ଭର ବାକ୍ୟସବୁ ମୋତେ ପୁନଃର୍ଜୀବିତ କରିଅଛି।
51 ଲୋକମାନେ ଭାବନ୍ତି ସେମାନେ ମୋ'ଠାରୁ ଉତ୍ତମ ଏବଂ ମୋତେ ଅତିଶୟ ଅପମାନିତ କରିଛନ୍ତି,
କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ୟୁତ ହୋଇ ନାହିଁ।
52 ମୁଁ ତୁମ୍ଭର ପୂର୍ବରୁ ଦେଇଥିବା ଶାସନକୁ ସ୍ମରଣ କରେ
ଏବଂ ସେଗୁଡ଼ିକ ମୋତେ ସାନ୍ତ୍ୱନା ଦିଏ।
53 ମୁଁ କ୍ରୋଧିତ ହୋଇଯାଏ, ଯେତେବେଳେ ଦେଖେ
ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାନ୍ତି।
54 ମୋର ଗୃହରେ
ମୁଁ ତୁମ୍ଭର ବ୍ୟବସ୍ଥାସବୁ ଗାନ କରେ।
55 ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ।
ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।
56 ଏହିପରି ଘଟେ କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଯତ୍ନର ସହକାରେ ମାନି ଚଳେ।
ଲୋକମାନେ ପରମେଶ୍ୱରଙ୍କୁ ଭୟ କରୁଥିଲେ
22 ମୋଶା କହିଲେ, “ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ। ଆଉ କିଛି କହିଲେ ନାହିଁ। ତେଣୁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ଦେଲେ।
23 “ମାତ୍ର ପର୍ବତ ଅଗ୍ନିରେ ଜଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ଶବ୍ଦ ଶୁଣିଲ। ଏହା ପରେ ତୁମ୍ଭମାନଙ୍କର ଗୋଷ୍ଠୀର ମୁଖ୍ୟ ଓ ପ୍ରାଚୀନ ମୋ’ ନିକଟକୁ ଆସିଲେ। 24 ସେମାନେ କହିଲେ, ଦେଖ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି। ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ବାକ୍ୟ ଶୁଣିଅଛୁ। ଆମ୍ଭେମାନେ ଆଜି ଦେଖିଲୁ ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ହେଁ ସେ ବଞ୍ଚିପାରେ। 25 କିନ୍ତୁ ଯଦି ଆମ୍ଭେମାନେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ଅଧିକ ଶୁଣୁ, ତା’ ନ ହେଲେ ଆମ୍ଭେମାନେ ମୃତ୍ୟୁବରଣ କରିବୁ। ସେହି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ୱଂସ କରିବ। ଆମ୍ଭେମାନେ ମରିବାକୁ ଗ୍ଭହୁଁ ନାହୁଁ। 26 ଅଗ୍ନି ମଧ୍ୟରୁ ଜୀବନ୍ତ ପରମେଶ୍ୱର କହିବାର କେହି ଶୁଣି ନାହାନ୍ତି। ଯେପରି ଆମ୍ଭେମାନେ ଶୁଣିଛୁ ଓ ବଞ୍ଚିଛୁ। 27 ହେ ମୋଶା ଯାଅ ଓ ଶୁଣ, ଯାହାସବୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର କହନ୍ତି ଏବଂ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କଠାରୁ ଯାହା ଶୁଣିଛ, ତାହା ଆମ୍ଭମାନଙ୍କୁ କୁହ ଏବଂ ଆମ୍ଭେମାନେ ତାହା ପାଳନ କରିବୁ।’
ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା କଲେ
28 “ତୁମ୍ଭେମାନେ ମୋତେ ଯେତେବେଳେ ଏପରି କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର କଥା ଶୁଣି ମୋତେ କହିଲେ, ‘ଏହି ଲୋକମାନେ ତୁମ୍ଭକୁ ଯାହା କହିଛନ୍ତି ଆମ୍ଭେ ସେହି କଥା ଶୁଣିଅଛୁ। ସେମାନେ ଯାହା କହିଛନ୍ତି ଭଲ କହିଛନ୍ତି। 29 ଆମ୍ଭେ ଗ୍ଭହୁଁ ତାଙ୍କର ଭାବନାର ପରିବର୍ତ୍ତନ ଘଟୁ। ଆମ୍ଭେ ଗ୍ଭହୁଁ ସେମାନେ ହୃଦୟତାର ସହକାରେ ଆମ୍ଭକୁ ସମ୍ମାନ କରି ଆମ୍ଭର ବାକ୍ୟ ପାଳନ କରନ୍ତୁ। ଏହା ପରେ ସେମାନଙ୍କର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳୀନ ମଙ୍ଗଳ ହେବ।
30 “‘ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ ତୁମ୍ଭେମାନେ ନିଜ ନିଜ ତମ୍ବୁକୁ ଫେରିଯାଅ। 31 ମାତ୍ର ତୁମ୍ଭେ ଏହି ସ୍ଥାନରେ ମୋ’ ନିକଟରେ ଠିଆ ହୁଅ। ମୁଁ ତୁମ୍ଭକୁ ଆଜ୍ଞା, ନିୟମ ଏବଂ ଶାସନସବୁ କହିବି, ମୁଁ ସେମାନଙ୍କୁ ସେମାନଙ୍କର ଅଧିକାର ଦେବି। ଯାହାକି ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ଉଚିତ୍ ଏବଂ ସେମାନେ ସେହି ଦେଶରେ ତାହା ମାନିବା ଉଚିତ୍।’
32 “ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଛନ୍ତି, ସେହିପରି ଭାବରେ ପାଳନ କରିବା ପାଇଁ ମନୋଯୋଗ କରିବେ। ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ। 33 ଦେଖ, ଯେପରି ତୁମ୍ଭେ ସେହି ରାସ୍ତାରେ ଗ୍ଭଲ ଯେଉଁ ରାସ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଗ୍ଭଲିବା ପାଇଁ ଆଦେଶ ଦେଇଛନ୍ତି, ଯେଉଁଥିପାଇଁ ତୁମ୍ଭେମାନେ ସେହି ଦେଶରେ ଦୀର୍ଘଦିନ ବଞ୍ଚିବ ଓ ତୁମ୍ଭେ ଯେଉଁ ଦେଶ ଅଧିକାର କରିବ, ସେଠାରେ ତୁମ୍ଭର ସର୍ବମଙ୍ଗଳ ହେବ।
ସର୍ବଦା ପରମେଶ୍ୱରଙ୍କୁ ପ୍ରେମ କର ଓ ତାଙ୍କର ଆଜ୍ଞା ପାଳନ କର
6 “ଏହିସବୁ ଆଜ୍ଞା, ବ୍ୟବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦେବା ପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମୋତେ କହିଲେ। ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେଦି ଦେଶରେ ତୁମ୍ଭେମାନେ ଏହି ବ୍ୟବସ୍ଥା ପାଳନ କରିବା ଉଚିତ୍। 2 ଏହା ଏପରି ଅଟେ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତୁଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିୟମ ପାଳନ କରିବା ପାଇଁ ମୁଁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହେବ। 3 ତେଣୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର, ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେଉଁପରି ପ୍ରତିଜ୍ଞା କରିଛନ୍ତି; ସେହିପରି ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅଧିକ ବର୍ଦ୍ଧିଷ୍ଣୁ ହେବ।
17 ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କଠାରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହୋଇ ଅଛି। ପୁରୁଣା ବିଷୟ ସମସ୍ତ ଗ୍ଭଲି ଯାଇଅଛି, ଓ ପ୍ରତ୍ୟେକ ବିଷୟ ନୂଆ ହୋଇ ଯାଇଛି। 18 ଏହିସବୁ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ୱରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାୟିତ୍ୱ ଆମ୍ଭମାନଙ୍କୁ ଦେଇଛନ୍ତି। 19 ମୋ’ କହିବା କଥା ଯେ, ପରମେଶ୍ୱର ଖ୍ରୀଷ୍ଟଙ୍କ ହେତୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କେବଳ ସେତିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦେଇଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ। 20 ସେ ଆମ୍ଭ ମାଧ୍ୟମରେ ପୃଥିବୀର ଲୋକମାନଙ୍କୁ ଡାକୁଛନ୍ତି। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ପୁନର୍ମିଳିତ ହେବା ପାଇଁ ଅନୁରୋଧ କରୁ, 21 ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗନ୍ୟ କଲେ, ଯେପରି ତାହାଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କଠାରେ ଧାର୍ମିକ ଗଣିତ ହୋଇପାରିବା।
2010 by World Bible Translation Center