Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 106:1-6

106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
    ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
    ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
    ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।

ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
    ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
    ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
    ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
    ଆମ୍ଭେ ଅଧର୍ମ କରିଅଛୁ।
    ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।

ଗୀତସଂହିତା 106:19-23

19 ସେହି ଲୋକମାନେ ହୋରେବରେ ଏକ ଗୋବତ୍ସ ନିର୍ମାଣ କଲେ
    ଓ ଛାଞ୍ଚରେ ଢଳା ପ୍ରତିମାକୁ ପୂଜା କଲେ।
20 ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର
    ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।
21 ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ।
    ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
22 ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ।
    ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।

23 ପରମେଶ୍ୱର ଗ୍ଭହିଁଥିଲେ ସେହି ଲୋକମାନଙ୍କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ,
    କିନ୍ତୁ ମୋଶା ତାହାଙ୍କ ମନୋନୀତ ବ୍ୟକ୍ତି ତାଙ୍କର କୋପ ଫେରାଇବା ନିମନ୍ତେ
ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ,
    ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନାଶ କଲେ ନାହିଁ।

ଯାତ୍ରାପୁସ୍ତକ 24:1-8

ପରମେଶ୍ୱର ଓ ଇସ୍ରାଏଲ ମଧ୍ୟରେ ଚୁକ୍ତି

24 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ। କେବଳ ମୋଶା ଉପାସନା କରିବାକୁ ସଦାପ୍ରଭୁଙ୍କ ନିକଟକୁ ଆସିବ। ଅନ୍ୟମାନେ ସଦାପ୍ରଭୁଙ୍କ ନିକଟକୁ ଆସିବେ ନାହିଁ। ଏବଂ ଏପରିକି ଲୋକମାନେ ମଧ୍ୟ ମୋଶାଙ୍କ ସହିତ ପର୍ବତ ଉପରକୁ ଯିବେ ନାହିଁ।”

ମୋଶା ସଦାପ୍ରଭୁଙ୍କ ନିୟମ ଏବଂ ଆଜ୍ଞା ସେମାନଙ୍କୁ ଜଣାଇଲେ। ଏହା ପରେ ସମସ୍ତ ଲୋକ ଏକ ସ୍ୱରରେ କହିଲେ, “ସଦାପ୍ରଭୁଙ୍କର ସମସ୍ତ ନିୟମଗୁଡ଼ିକ ଆମ୍ଭେମାନେ ପାଳନ କରିବୁ।”

ତେଣୁ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ। ପ୍ରଭାତରେ ଉଠି ପର୍ବତ ତଳେ ଏକ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶ ନିମନ୍ତେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। ଏହା ପରେ ମୋଶା ଇସ୍ରାଏଲର ଯୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁ ପଠାଇଲେ। ସେହି ଯୁବକଗଣ ପରମେଶ୍ୱରଙ୍କ ନିକଟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ସ୍ୱରୂପେ ବୃଷମାନଙ୍କୁ ବଳିଦାନ ଦେଲେ।

ମୋଶା ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ରରେ ରଖିଲେ ଏବଂ ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ଢାଳିଲେ।

ମୋଶା ବିଶେଷ ନିୟମ ଲେଖାଯାଇଥିବା ନଳାକାର ପୁସ୍ତକ ନେଇ ଲୋକମାନଙ୍କ ଆଗରେ ପାଠ କଲେ। ସେମାନେ କହିଲେ, “ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭେମାନେ ତାହା କରିବୁ ଏବଂ ଆମ୍ଭେମାନେ ମାନିବୁ।”

ଏହା ପରେ ମୋଶା ସେହି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, “ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହୋଇଥିବା ନିୟମର ରକ୍ତ।”

ପିତରଙ୍କ ପ୍ରଥମ ପତ୍ର 5:1-5

ପରମେଶ୍ୱରଙ୍କ ମେଷପଲ

ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି। ମୁଁ ତୁମ୍ଭକୁ ଅନୁରୋଧ କରେ ଯେ, ପରମେଶ୍ୱରଙ୍କ ଯେଉଁ ମେଷଗଣର ଦାୟିତ୍ୱରେ ତୁମ୍ଭେ ରହିଛ, ସେହି ମେଷ ସମୂହର ତୁମ୍ଭେ ଯତ୍ନ ନେବା ଉଚିତ୍। ସେମାନେ ପରମେଶ୍ୱରଙ୍କ ମେଷପଲ। ତୁମ୍ଭେ ବାଧ୍ୟବାଧକତାରେ ନୁହେଁ, ମାତ୍ର ସ୍ୱଇଚ୍ଛାରେ ପ୍ରତିପାଳନ କର। ପରମେଶ୍ୱର ତାହା ହିଁ ଗ୍ଭହାନ୍ତି। ତୁମ୍ଭେ ସେବା କରିବାରେ ଆନନ୍ଦ ପାଉଛ ବୋଲି ସେହିପରି କର, ଧନ ଲୋଭରେ ତାହା କର ନାହିଁ। ଯେଉଁମାନଙ୍କର ଦାୟିତ୍ୱ ତୁମ୍ଭେ ନେଇଛ, ସେମାନଙ୍କ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସେମାନଙ୍କ ନିକଟରେ ଆଦର୍ଶ ସ୍ୱରୂପ ହୁଅ। ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ।

ଯୁବକଗଣ, ତୁମ୍ଭମାନଙ୍କୁ ମୋର କିଛି କଥା ମଧ୍ୟ କହିବାକୁ ଅଛି। ତୁମ୍ଭେ ବୟୋଜ୍ୟେଷ୍ଠମାନଙ୍କ କଥା ମାନିବା ଉଚିତ୍। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ୍।

“ପରମେଶ୍ୱର ଗର୍ବୀ ଲୋକଙ୍କ ବିରୁଦ୍ଧରେ ଉଠନ୍ତି,
    କିନ୍ତୁ ବିନମ୍ର ଲୋକଙ୍କୁ ଅନୁଗ୍ରହ କରନ୍ତି।”(A)

ପିତରଙ୍କ ପ୍ରଥମ ପତ୍ର 5:12-14

ଶେଷ ଅଭିନନ୍ଦନ

12 ସିଲାନ୍ ସାହାଯ୍ୟରେ ମୁଁ ଏହି ଛୋଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟରେ ଜଣେ ବିଶ୍ୱସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ୱନା ଦେବା ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଗ୍ଭହିଁଥିଲି ଯେ ଏହା ହେଉଛି ପରମେଶ୍ୱରଙ୍କ ଅନୁଗ୍ରହ। ସେହି ଅନୁଗ୍ରହରେ ଦୃଢ଼ ହୋଇ ରୁହ।

13 ବାବିଲୋନ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ତୁମ୍ଭ ଭଳି ସେମାନେ ମଧ୍ୟ ମନୋନୀତ। ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମୋ’ ପୁତ୍ର ମାର୍କ ନମସ୍କାର ଜଣାଉଛନ୍ତି। 14 ଯେତେବେଳେ ଦେଖା ସାକ୍ଷାତ ହେଉଛି, ପରସ୍ପରକୁ ପ୍ରେମ ଚୁମ୍ବନ ଦ୍ୱାରା ନମସ୍କାର କର।

ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭ ସମସ୍ତଙ୍କୁ ଶାନ୍ତି ମିଳୁ। ଆମେନ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center