Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 106:1-6

106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
    ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
    ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
    ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।

ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
    ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
    ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
    ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
    ଆମ୍ଭେ ଅଧର୍ମ କରିଅଛୁ।
    ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।

ଗୀତସଂହିତା 106:19-23

19 ସେହି ଲୋକମାନେ ହୋରେବରେ ଏକ ଗୋବତ୍ସ ନିର୍ମାଣ କଲେ
    ଓ ଛାଞ୍ଚରେ ଢଳା ପ୍ରତିମାକୁ ପୂଜା କଲେ।
20 ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର
    ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।
21 ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ।
    ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
22 ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ।
    ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।

23 ପରମେଶ୍ୱର ଗ୍ଭହିଁଥିଲେ ସେହି ଲୋକମାନଙ୍କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ,
    କିନ୍ତୁ ମୋଶା ତାହାଙ୍କ ମନୋନୀତ ବ୍ୟକ୍ତି ତାଙ୍କର କୋପ ଫେରାଇବା ନିମନ୍ତେ
ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ,
    ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନାଶ କଲେ ନାହିଁ।

ଯାତ୍ରାପୁସ୍ତକ 24:12-18

ମୋଶା ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକ ଆଣିବାକୁ ଗଲେ

12 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।”

13 ଏହା ପରେ ମୋଶା ଓ ତାଙ୍କର ପରିଗ୍ଭରକ ଯିହୋଶୂୟ ଉଠିଲେ, ମୋଶା ପରମେଶ୍ୱରଙ୍କର ପର୍ବତକୁ ଆରୋହଣ କଲେ। 14 ମୋଶା ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟକୁ ଫେରି ନ ଆସିଛୁ ସେପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସେମାନେ ତାଙ୍କର ନିକଟକୁ ଯିବେ।”

ମୋଶା ପରମେଶ୍ୱରଙ୍କୁ ସାକ୍ଷାତ କଲେ

15 ଏହା ପରେ ମୋଶା ପର୍ବତ ଉପରକୁ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା। 16 ଏଥିରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା। ଏହା ପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ। 17 ସେଠାରେ ସଦାପ୍ରଭୁଙ୍କର ମହିମା ପର୍ବତ ଶିଖର ଉପରେ ଦେଖାଗଲା। ଇସ୍ରାଏଲର ଲୋକଙ୍କୁ ଏହା ଗ୍ରାସକାରୀ ଅଗ୍ନି ପରି ଦେଖାଗଲା।

18 ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଗ୍ଭଳିଶ୍ ଦିନ ସେହି ପର୍ବତ ଉପରେ ରହିଲେ।

ମାର୍କ ଲିଖିତ ସୁସମାଗ୍ଭର 2:18-22

ଯୀଶୁ ଅନ୍ୟ ଧର୍ମ ଗୁରୁମାନଙ୍କଠାରୁ ଭିନ୍ନ

(ମାଥିଉ 9:14-17; ଲୂକ 5:33-39)

18 ଯୋହନଙ୍କ ଶିଷ୍ୟ ଓ ଫାରୂଶୀମାନେ ଉପବାସ କରୁଥିଲେ। କେତେକ ଲୋକ ଯୀଶୁଙ୍କ ପାଖକୁ ଆସି କହିଲେ, “ଯୋହନଙ୍କ ଶିଷ୍ୟମାନେ ଉପବାସ କରୁଛନ୍ତି, କିନ୍ତୁ ତୁମ୍ଭର ଶିଷ୍ୟମାନେ କାହିଁକି ଉପବାସ କରୁ ନାହାନ୍ତି?”

19 ଯୀଶୁ କହିଲେ, “ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସେମାନଙ୍କ ସାଙ୍ଗରେ ଥା’ନ୍ତି। ତେଣୁ ବର ସେଠାରେ ଥିବା ପର୍ଯ୍ୟନ୍ତ ସେମାନେ ଉପବାସ କରି ନ ପାରନ୍ତି। 20 କିନ୍ତୁ ସମୟ ଆସିବ, ବରଙ୍କୁ ସେମାନଙ୍କଠାରୁ ଦୂରେଇ ନିଆଯିବ। ସେତେବେଳେ ସେମାନେ (ବର ଯାତ୍ରୀମାନେ) ଉପବାସ କରିବେ।

21 “କେହି କେବେ ହେଲେ ପୁରୁଣା ଲୁଗାରେ ନୂଆ କନାର ତାଳି ପକାଏ ନାହିଁ। ଯଦି ସେ ତାହା କରେ, ତେବେ ନୂଆ କନାର ତାଳି ଜାକି ହୋଇ ଯିବ ଓ ତଦ୍ଦ୍ୱାରା ଟାଣି ହୋଇ ଯାଇ ପୁରୁଣା କନାର କଣା ବଡ଼ ହୋଇଯିବ। 22 ସେହିଭଳି କେହି କେବେ ହେଲେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରରେ ରଖେ ନାହିଁ। ଯଦି ତାହା କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରକୁ ଫଟାଇ ଦେବ ଓ ଚମଡ଼ା ପାତ୍ର ସହିତ ଦ୍ରାକ୍ଷାରସ ମଧ୍ୟ ନଷ୍ଟ ହୋଇଯିବ। ସେଥିପାଇଁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ହିଁ ରଖାଯାଇଥାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center