Revised Common Lectionary (Semicontinuous)
97 ସଦାପ୍ରଭୁ ଶାସନ କରନ୍ତି।
ସକଳ ପୃଥିବୀ ଆନନ୍ଦ କରୁ।
ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
2 ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
3 ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
ତାଙ୍କର ଶତ୍ରୁଗଣକୁ ବିନାଶ କରେ।
4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
ଏହା ଦେଖି ଲୋକେ ଭୟ କଲେ।
5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
6 ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।
7 ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
8 ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
9 ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।
ମୁଁ ତୁମ୍ଭ ସହିତ ଯିବି ନାହିଁ
33 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ୟାଗ କର। ମୁଁ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସେମାନଙ୍କ ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବି ବୋଲି। 2 ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ୱର୍ଗଦୂତ ପଠାଇବି ପୁଣି ମୁଁ କିଣାନୀୟ ଓ ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବି। 3 ତେଣୁ ତୁମ୍ଭେମାନେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ କିନ୍ତୁ ମୁଁ ତୁମ୍ଭ ସହିତ ଯିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବି, ଯେହେତୁ ତୁମ୍ଭେମାନେ ଜିଦ୍ଖୋର ଲୋକ।”
4 ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସେମାନେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ। 5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ଯିବି ତେବେ ତୁମ୍ଭମାନଙ୍କୁ ଧ୍ୱଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହା ପରେ ତୁମ୍ଭମାନଙ୍କ ପାଇଁ କ’ଣ କରାଯିବ ବିଗ୍ଭର କରିବା।’” 6 ତେଣୁ ଇସ୍ରାଏଲୀୟ ଲୋକମାନେ ହୋରେବ ପର୍ବତ ନିକଟରୁ ଆସିବାଠାରୁ ଆଉ ସୁବର୍ଣ୍ଣ ପିନ୍ଧିଲେ ନାହିଁ।
13 ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ମୁଁ ଏପର୍ଯ୍ୟନ୍ତ ସେହି ଲକ୍ଷ୍ୟ ସ୍ଥଳକୁ ଯାଇ ପାରି ନାହିଁ। କିନ୍ତୁ ମୁଁ ସବୁବେଳେ ଏହି ଗୋଟିଏ କାର୍ଯ୍ୟ କରେ: ମୁଁ ଅତୀତର ବିଷୟସବୁ ଭୁଲି, ମୋ’ ଆଗରେ ଥିବା ଲକ୍ଷ୍ୟକୁ ଆଖିରେ ରଖି ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରେ। 14 ମୁଁ ସବୁବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠାରେ ସ୍ୱର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ୱର ମୋତେ ଡାକିଛନ୍ତି।
15 ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହେବା ପାଇଁ ଯାଉଛୁ, ସେମାନେ ମଧ୍ୟ ଏହିଭଳି ଭାବିବା ଦରକାର। ଯଦି ଏଥିରେ କୌଣସି କଥାରେ ତୁମ୍ଭର ଭିନ୍ନ ମତ ଥାଏ, ତା'ହେଲେ ପରମେଶ୍ୱର ତୁମ୍ଭ ପାଇଁ ଏହାକୁ ମଧ୍ୟ ସ୍ପଷ୍ଟ କରିଦେବେ। 16 କିନ୍ତୁ ଆମ୍ଭେ ଯେଉଁସବୁ ସତ୍ୟ ଜାଣିଛୁ, ସେହି ସତ୍ୟ ମାର୍ଗରେ ଅବିରତ ଗ୍ଭଲିବା ଉଚିତ୍।
17 ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମୋ’ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦେଖାଇଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସେହି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସେମାନଙ୍କୁ ଅନୁସରଣ କର। 18 ଅନେକ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନେକଥର ଏହି ଲୋକମାନଙ୍କ ବିଷୟରେ କହିଛି। ଏବେ ମଧ୍ୟ ମୁଁ କାନ୍ଦିକାନ୍ଦି ସେମାନଙ୍କ ବିଷୟରେ କହୁଛି। 19 ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି। 20 କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ୱର୍ଗ। ଆମ୍ଭେ ସ୍ୱର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁ ଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି। 21 ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ।
କେତେକ ବ୍ୟବହାରିକ କଥା
4 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମୋର ଆନନ୍ଦ ଓ ମୋର ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଗ୍ଭଲିଥାଅ।
2010 by World Bible Translation Center