Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯାତ୍ରାପୁସ୍ତକ 33:12-23

ମୋଶା ସଦାପ୍ରଭୁଙ୍କର ମହିମା ଦେଖିଲେ

12 ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋତେ ଆଜ୍ଞା ଦେଲ ଏହି ଲୋକମାନଙ୍କୁ ଆଗେଇ ନେବା ପାଇଁ କିନ୍ତୁ ତୁମ୍ଭେ କହିଲ ନାହିଁ ମୋ’ ସହିତ କାହାକୁ ପଠାଇବ। ତୁମ୍ଭେ ମୋତେ କହିଛ ଯେ, ‘ତୁମ୍ଭେ ମୋତେ ଭଲଭାବେ ଜାଣ, ଏବଂ ତୁମ୍ଭେ ମୋ’ ପ୍ରତି ପ୍ରୀତ।’ 13 ଯଦି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛି, ତେବେ ବିନୟ କରୁଛି ତୁମ୍ଭେ ମୋତେ ତୁମ୍ଭର ପଥସବୁ ଶିକ୍ଷା ଦିଅ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସୀ କରି ପାରିବି। ମୁଁ ତୁମ୍ଭ ବିଷୟରେ ଜାଣିବାକୁ ଗ୍ଭହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳରେ ମୋତେ ବିବେଚନା କର।”

14 ସଦାପ୍ରଭୁ ଉତ୍ତର ଦେଲେ, “ମୋର ଉପସ୍ଥିତି ତୁମ୍ଭ ସହିତ ଯିବ ଏବଂ ତୁମ୍ଭକୁ ବିଶ୍ରାମ ଦେବ।”

15 ଏହା ପରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ନ ରହେ, ତେବେ ଆମ୍ଭମାନଙ୍କୁ କେଉଁଠାକୁ ପଠାଅ ନାହିଁ। 16 କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”

17 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର କଥା ଅନୁଯାୟୀ ମୁଁ କରିବି କାରଣ ମୁଁ ତୁମ୍ଭ ପ୍ରତି ପ୍ରୀତ ଓ ତୁମ୍ଭକୁ ମୁଁ ତୁମ୍ଭର ନାମଦ୍ୱାରା ଜାଣିଅଛି।”

18 ଏହା ପରେ ମୋଶା କହିଲେ, “ବର୍ତ୍ତମାନ ତୁମ୍ଭର ମହିମା ମୋତେ ଦେଖାଅ।”

19 ଏହା ପରେ ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭ ସମ୍ମୁଖରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବି ଓ ଯାହାକୁ ଦୟାକରେ ତାହାକୁ ଦୟା କରିବି। 20 କିନ୍ତୁ ତୁମ୍ଭେ ମୋର ମୁଖ ଦେଖି ପାରିବ ନାହିଁ। କାରଣ କେହି ମୋତେ ଦେଖିଲେ ଜୀବିତ ରହି ପାରିବେ ନାହିଁ।

21 “ମୋ’ ନିକଟରେ ଏକ ଶୈଳ ଅଛି। ତୁମ୍ଭେ ସେହି ଶୈଳ ଉପରେ ଛିଡ଼ା ହେବ। 22 ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ମୁଁ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବି ଓ ମୁଁ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଛନ୍ନ କରିବି। 23 ଏହା ପରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ, ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ। ମାତ୍ର ଆମ୍ଭର ମୁଖ ଦେଖି ପାରିବ ନାହିଁ।”

ଗୀତସଂହିତା 99

99 ସଦାପ୍ରଭୁଙ୍କ ଆଗରେ ଗାନ କର।
    ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
    ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
ସଦାପ୍ରଭୁ ସିୟୋନରେ ମହାନ
    ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
    ଓ ଭୟ କରନ୍ତୁ,
    ଏହା ପବିତ୍ର ଅଟେ।
ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
    ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
    ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
    ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
    ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
    ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
    ସେମାନେ ତାଙ୍କର ଆଦେଶ ମାନିଲେ
    ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
    ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
    ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
    ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
    ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1

ପାଉଲ, ସିଲ୍ୱାନ୍ ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର।

ଏହି ମଣ୍ଡଳୀଟି ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି।

ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ହେଉ।

ଥେସଲନୀକୀୟମାନଙ୍କ ଜୀବନ ଓ ବିଶ୍ୱାସ

ପ୍ରାର୍ଥନା କଲାବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେ ପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ। ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।

ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭକୁ ପ୍ରେମ କରନ୍ତି। ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ। ଏବେ ତୁମ୍ଭେମାନେ ମଧ୍ୟ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହୋଇ ଯାଇଛ। ଅତ୍ୟଧିକ କଷ୍ଟ ପାଇଲା ପରେ ମଧ୍ୟ ତୁମ୍ଭେମାନେ ସେହି ଶିକ୍ଷାକୁ ଆନନ୍ଦରେ ଗ୍ରହଣ କରିଛ। ପବିତ୍ରଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।

ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକମାନଙ୍କ ପାଇଁ ତୁମ୍ଭେମାନେ ଆଦର୍ଶ ହୋଇଥିଲ। ମାକିଦନିଆ ଓ ଆଖାୟାରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହୋଇଥିଲା। ପ୍ରତ୍ୟେକ ସ୍ଥାନରେ ପରମେଶ୍ୱରଙ୍କଠାରେ ତୁମ୍ଭ ବିଶ୍ୱାସ ପରିଚିତ ହୋଇଛି। ଅତଏବ ତୁମ୍ଭମାନଙ୍କ ବିଶ୍ୱାସ ବିଷୟରେ ଆମ୍ଭର କିଛି କହିବାର ଆବଶ୍ୟକ ନାହିଁ। ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ, ଯେପରି ଭଲ ଭାବରେ ତୁମ୍ଭେମାନେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭେମାନେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ୱରଙ୍କ ସେବା କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟରେ ସେମାନେ କହନ୍ତି। 10 ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଙ୍କର ସ୍ୱର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ୱର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌‌ଥିତ କରିଛନ୍ତି। ପରମେଶ୍ୱରଙ୍କ ଆଗାମୀ କ୍ରୋଧପୂର୍ଣ୍ଣ ବିଗ୍ଭରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।

ମାଥିଉ ଲିଖିତ ସୁସମାଗ୍ଭର 22:15-22

କେତେକ ଯିହୂଦୀ ନେତା ଯୀଶୁଙ୍କୁ ଫାନ୍ଦରେ ପକେଇବା ପାଇଁ ଚେଷ୍ଟା

(ମାର୍କ 12:13-17; ଲୂକ 20:20-26)

15 ଯୀଶୁ ଯେଉଁ ସ୍ଥାନରେ ଉପଦେଶ ଦେଉଥିଲେ, ଫାରୂଶୀମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଯୀଶୁଙ୍କ କଥା ଦ୍ୱାରା ତାହାଙ୍କୁ କିପରି ଫାନ୍ଦରେ ପକାଇବେ, ସେ ବିଷୟରେ ଯୋଜନା କଲେ। 16 ସେମାନେ କେତେକ ହେରୋଦୀୟ[a]ମାନଙ୍କ ସହିତ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯାଇ କହିଲେ, “ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ୱରଙ୍କ ମାର୍ଗ ବିଷୟରେ ଅନ୍ୟମାନେ କ’ଣ ଭାବୁଛନ୍ତି, ସେ ବିଷୟରେ ତୁମ୍ଭେ ଆଦୌ ଭୟ କର ନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ। 17 ଏ ବିଷୟରେ ତୁମ୍ଭ ମତାମତ କ’ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଉଚିତ୍ ହେବ, ନା ନାହିଁ?”

18 କିନ୍ତୁ ଯୀଶୁ ସେମାନଙ୍କ ଦୁଷ୍ଟତା ବୁଝି ପାରିଲେ। ସେ କହିଲେ, “ହେ କପଟୀଗଣ! ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ? 19 କର ଦେବା ପାଇଁ ବ୍ୟବହୃତ ହେଉଥିବା ଗୋଟେ ମୁଦ୍ରା ମୋତେ ଦେଖାଅ।” ସେମାନେ ଯୀଶୁଙ୍କୁ ଗୋଟିଏ ରୌପ୍ୟମୁଦ୍ରା[b] ଦେଖାଇଲେ। 20 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏ ମୁଦ୍ରାର ଉପରେ କାହାର ଛବି ଓ ନାମ ଖୋଦିତ ହୋଇଛି?”

21 ଲୋକମାନେ କହିଲେ, “କାଇସରଙ୍କର।”

ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।”

22 ଏ କଥା ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ତାହାଙ୍କୁ ଛାଡ଼ି ସେଠାରୁ ଗ୍ଭଲିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center