Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 90:1-6

ଚତୁର୍ଥ ପୁସ୍ତକ

(ଗୀତସଂହିତା 90–106)

ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା।

90 ହେ ପ୍ରଭୁ, ତୁମ୍ଭେ ବଂଶାନୁକ୍ରମେ ଆମ୍ଭମାନଙ୍କର ବାସସ୍ଥାନ ହୋଇଅଛ।
ହେ ପରମେଶ୍ୱର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ
    ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ୱର ଥିଲ।
    ତୁମ୍ଭେ ଚିରକାଳ ପରମେଶ୍ୱର ହୋଇ ରହିବ।

ତୁମ୍ଭେ ଲୋକମାନଙ୍କୁ ପୃଥିବୀକୁ ଆଣିଛ
    ଏବଂ ପରିଶେଷରେ ତୁମ୍ଭେ ସେମାନଙ୍କୁ ଧୂଳିରେ ପରିଣତ କରିଛ।
ତୁମ୍ଭ ଦୃଷ୍ଟିରେ, ସହସ୍ର ବର୍ଷ ଗତକାଲିର ତୁଲ୍ୟ
    ଓ ରାତ୍ରିର ଅଳ୍ପ ସମୟପରି।
ତୁମ୍ଭେ ସେମାନଙ୍କର ଜୀବନକୁ ଉଚ୍ଛେଦ କରିଛ, ଯାହା ମୃତ୍ୟୁରେ ଶୋଇ ଥିବା ପରି।
ପ୍ରଭାତରେ ସେମାନେ ଗୁଜୁରିବା ତୃଣପରି।
    ପ୍ରାତଃକାଳରେ ତୃଣ ସତେଜ ହୋଇ ବଢ଼େ।
    ସନ୍ଧ୍ୟାକାଳରେ ତାହା ଶୁଖି ମରିଯାଏ।

ଗୀତସଂହିତା 90:13-17

13 ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫେରି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ?
    ଆପଣା ଦାସ ପ୍ରତି ଦୟା କର।
14 ପ୍ରଭାତରେ, ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର।
    ଆମ୍ଭମାନଙ୍କୁ ଯାବଜ୍ଜୀବନ ଖୁସୀ ଓ ଆନନ୍ଦିତ ହେବାକୁ ଦିଅ।
15 ତୁମ୍ଭେ ଜୀବନରେ ଆମ୍ଭକୁ ବହୁ ବର୍ଷଧରି କଷ୍ଟ ଓ ଯନ୍ତ୍ରଣା ଦେଲ।
    ବର୍ତ୍ତମାନ ଆମ୍ଭକୁ ଆନନ୍ଦିତ କର, ଯେପରି ଯଥାର୍ଥ।
16 ତୁମ୍ଭେ କରିପାରୁଥିବା ଆଶ୍ଚର୍ଯ୍ୟ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ
    ଏବଂ ସେମାନଙ୍କ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦେଖାଅ।
17 ହେ ପରମେଶ୍ୱର, ଆମ୍ଭମାନଙ୍କ ପ୍ରଭୁ, ଆମ୍ଭମାନଙ୍କୁ ଦୟାକର।
    ଆମ୍ଭର କାର୍ଯ୍ୟ ଆମ୍ଭକୁ ସମର୍ଥନ କରେ,
    ତେଣୁ ଦୟାକରି ଆମ୍ଭର କାର୍ଯ୍ୟକୁ ସମର୍ଥନ କର ଓ ଏହାକୁ ସଫଳ କରାଅ।

ଦ୍ୱିତୀୟ ବିବରଣ 31:14-22

ସଦାପ୍ରଭୁ ମୋଶା ଓ ଯିହୋଶୂୟଙ୍କୁ ଡାକିଲେ

14 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ମୃତ୍ୟୁର ସମୟ ଆସିଗଲା। ଯିହୋଶୂୟଙ୍କୁ ଡାକ, ତୁମ୍ଭେ ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ। ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।

15 ସଦାପ୍ରଭୁ ସେହି ତମ୍ବୁରେ ମେଘସ୍ତମ୍ଭ ମଧ୍ୟରେ ଦର୍ଶନ ଦେଲେ ଓ ମେଘସ୍ତମ୍ଭ ତମ୍ବୁ ଦ୍ୱାର ଉପରେ ସ୍ଥିର ହୋଇ ରହିଲା। 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ। ଏହା ପରେ ଏହି ଲୋକମାନେ ଉଠିବେ। ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନରେ ବିଦେଶୀୟ ଦେବଗଣର ଅନୁଗାମୀ ହୋଇ ବ୍ୟଭିଗ୍ଭର କରିବେ ଓ ଆମ୍ଭକୁ ତ୍ୟାଗ କରିବେ। ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ। 17 ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’ 18 ଆମ୍ଭେ ସେମାନଙ୍କୁ ସାହାଯ୍ୟ କରିବା ନାହିଁ, କାରଣ ସେମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରୁଛନ୍ତି।

19 “ତେଣୁ ଏହି ସଙ୍ଗୀତ ଲେଖ, ଏବଂ ଇସ୍ରାଏଲ ଲୋକମାନଙ୍କୁ ଶିକ୍ଷା ଦିଅ। ତେବେ ଏହି ସଙ୍ଗୀତ ମୋ’ ପାଇଁ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ସାକ୍ଷୀ ହେବ। 20 ଆମ୍ଭେ ସେମାନଙ୍କୁ ସେହି ଦେଶକୁ ନେଇଯିବା, ଯେଉଁ ଦେଶ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛୁ। ସେହି ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶକୁ ସେମାନେ ଗଲା ପରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତି ଓ ହୃଷ୍ଟପୁଷ୍ଟ ହେବେ। ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ସେମାନେ ମୋର ନିୟମକୁ ପ୍ରତ୍ୟାଖାନ କରିବେ ଓ ଲଙ୍ଘନ କରିବେ। 21 ତା'ପରେ ସେହିସବୁ କ୍ଳେଶ ଓ ଅମଙ୍ଗଳର କାର୍ଯ୍ୟମାନ ସେମାନଙ୍କ ପାଇଁ ଘଟିବ। ସେମାନେ ବହୁ ସମସ୍ୟାର ସମ୍ମୁଖୀନ ହେବେ। ସେହି ସମୟରେ ସେହି ଲୋକମାନେ ସେହି ଗୀତ ସ୍ମରଣ କରିବେ। ଏହି ଗୀତ ସେମାନଙ୍କ ବିରୁଦ୍ଧରେ ସାକ୍ଷୀରୂପେ କାର୍ଯ୍ୟ କରିବ। ମୁଁ ସେମାନଙ୍କୁ ପ୍ରତିଜ୍ଞା କରିଥିବା ଦେଶକୁ ଆଣିବା ପୂର୍ବରୁ ସେମାନଙ୍କର ପ୍ରକୃତି ଜାଣିଥିଲି।”

22 ତେଣୁ ସେହି ଦିନ ମୋଶା ସେହି ସଙ୍ଗୀତ ଲେଖିଲେ ଏବଂ ସେ ଇସ୍ରାଏଲକୁ ସେହି ସଙ୍ଗୀତ ଶିକ୍ଷା ଦେଲେ।

ତୀତସଙ୍କ ପ୍ରତି ପତ୍ର 1:5-16

କ୍ରୀତୀଠାରେ ତୀତସଙ୍କ କାର୍ଯ୍ୟ

ମୁଁ ତୁମ୍ଭକୁ କ୍ରୀତୀଠାରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସେଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସେଠାରେ ତୁମ୍ଭକୁ ଏଥିପାଇଁ ମଧ୍ୟ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରତ୍ୟେକ ନଗରରେ ପ୍ରାଚୀନ ହେବା ଲୋକମାନଙ୍କୁ ବାଛି ପାରିବ। ଏକ ପ୍ରାଚୀନ ହେବା ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସେଗୁଡ଼ିକ ହେଲା ସେ ନିର୍ଦ୍ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ୱାସୀ ହୋଇଥିବେ। ସେମାନେ ହିଂସ୍ର ଜୀବନଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ। ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ୱରଙ୍କ କାମର ଯତ୍ନ ନେବା, ଅତଏବ ସେ ନିର୍ଦ୍ଦୋଷ ହେବା କଥା। ସେ ଗର୍ବୀ, ସ୍ୱାର୍ଥୀ ଓ ଶୀଘ୍ର କ୍ରୋଧୀ ହୋଇ ନ ଥିବେ। ସେ ଅତ୍ୟଧିକ ମଦ୍ୟ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହୋଇ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହେବା ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ। ନିଜ ଘରେ ଲୋକମାନଙ୍କୁ ସ୍ୱାଗତ କରି ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ରେମ କରୁଥିବେ, ଜ୍ଞାନୀ ହୋଇଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହୋଇଥିବେ ଓ ନିଜକୁ ସଂଯମ କରି ପାରୁଥିବେ। ଆମ୍ଭେ ସତ୍ୟର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପାଳନ କରୁଥିବେ। ପ୍ରକୃତ ଶିକ୍ଷାକୁ ବ୍ୟବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାଯ୍ୟ କରିବାରେ ସକ୍ଷମ ହୋଇଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦେଖାଇ ଦେବାକୁ ସକ୍ଷମ ହେବେ ଯେ ସେମାନେ ଭୁଲ୍ ଅଟନ୍ତି।

10 ଅନେକ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ୍ ବାଟରେ ପରିଗ୍ଭଳିତ କରନ୍ତି। ମୁଁ ବିଶେଷ ଭାବରେ ସେ ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହେବା ପାଇଁ କହନ୍ତି। 11 ଜଣେ ପ୍ରାଚୀନ ସେମାନଙ୍କର ଭୁଲ୍ ବିଷୟରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସେମାନଙ୍କୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସେହି ଲୋକମାନେ କୁଶିକ୍ଷାର ଉପଦେଶ ଦେଇ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସେମାନେ କେବଳ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସେମାନେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି। 12 ତାହାଙ୍କ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ, ଯିଏ କି ଭବିଷ୍ୟ‌‌ଦ୍‌‌‌‌ବକ୍ତା, କହିଛନ୍ତି: “କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସେମାନେ ଦୁଷ୍ଟ ପଶୁ ଓ ଅଳସୁଆ। ସେମାନେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।” 13 ସେହି ଭାବବାଦୀଙ୍କ କଥା ସତ। ଅତଏବ ସେମାନଙ୍କୁ କୁହ ଯେ ସେମାନେ ଭୁଲ୍ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠୋର ହେବା ଉଚିତ୍। ତା'ହେଲେ ସେମାନେ ବିଶ୍ୱାସରେ ଦୃଢ଼ ହେବେ। 14 ତା'ହେଲେ ସେମାନେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ୟକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।

15 ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁକିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ୱାସୀ, ସେମାନଙ୍କ ଲାଗି କିଛି ହେଲେ ପବିତ୍ର ନୁହେଁ। ସେମାନଙ୍କର ଚିନ୍ତା ପାପରେ ଦୂଷିତ ହୋଇଯାଇଛି ଓ ଠିକ୍ କ’ଣ, ସେ ସମ୍ବନ୍ଧରେ ସେମାନଙ୍କର ଜ୍ଞାନ ନଷ୍ଟ ହୋଇ ଯାଇଛି। 16 ସେ ଲୋକମାନେ କୁହନ୍ତି ଯେ ସେମାନେ ପରମେଶ୍ୱରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସେମାନେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସେମାନେ ପରମେଶ୍ୱରଙ୍କୁ ଗ୍ରହଣ କରନ୍ତି ନାହିଁ। ସେମାନେ ଭୟଙ୍କର ଲୋକ, ଆଜ୍ଞା ବିରୋଧୀ ଓ କୌଣସି ଭଲ କାମ ପାଇଁ ଅଯୋଗ୍ୟ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center