Revised Common Lectionary (Semicontinuous)
ବୌ
41 ହେ ସଦାପ୍ରଭୁ, ମୋ’ ପ୍ରତି ତୁମ୍ଭର ପ୍ରେମ ପ୍ରଦର୍ଶନ କର।
ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ପରିତ୍ରାଣ କର।
42 ତହିଁରେ ମୁଁ ସେମାନଙ୍କୁ ଉତ୍ତର ଦେବି,
ଯେଉଁମାନେ ମୋତେ ଅପମାନିତ କରୁଥିଲେ।
ହେ ସଦାପ୍ରଭୁ, ବାସ୍ତବରେ ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
43 ମୋତେ ତୁମ୍ଭର ସତ୍ୟ ଶିକ୍ଷା ବିଷୟରେ କହିବାକୁ ଦିଅ।
ମୁଁ ତୁମ୍ଭର ବୁଦ୍ଧିମାନ ବାକ୍ୟରେ ନିର୍ଭର କରେ।
44 ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭର ଶିକ୍ଷା ଅନୁସରଣ କରିବି।
45 ତେଣୁ ମୁଁ ମୁକ୍ତ ହେବି,
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଅନୁସରଣ କରିବାକୁ ଚେଷ୍ଟା କରେ।
46 ମୁଁ ରାଜାମାନଙ୍କ ସହିତ ତୁମ୍ଭର ବାକ୍ୟ ବିଷୟରେ ଆଲୋଚନା କରିବି।
ଏବଂ ମୁଁ ଲଜ୍ଜିତ ହେବି ନାହିଁ।
47 ମୁଁ ତୁମ୍ଭର ନୀତି ଆଦେଶମାନ ମାନି ବହୁତ ଖୁସୀ।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଜ୍ଞାସମୂହ ସ୍ନେହ କରିଅଛି।
48 ମୁଁ ତୁମ୍ଭର ଆଦେଶଗୁଡ଼ିକୁ ପ୍ରଶଂସା କରେ, ଯେଉଁଗୁଡ଼ିକ କି ମୁଁ ଭଲପାଏ।
ଏବଂ ମୁଁ ତୁମ୍ଭର ବ୍ୟବସ୍ଥାସବୁ ଧ୍ୟାନ କରିବି।
38 ଏହା ପରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ। ପୁଣି ଇସ୍ରାଏଲର ଲୋକମାନେ ମିଶରରୁ ବାହାର ହୋଇ ଆସିବାର ଗ୍ଭଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ। 39 ଆଉ ହୋର ପର୍ବତରେ ହାରୋଣ ମୃତ୍ୟୁବରଣ କରିବା ସମୟରେ ସେ 123 ବର୍ଷ ବୟସ୍କ ଥିଲେ।
8 ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ୟ କରେ। ଶାସ୍ତ୍ରରେ ଏହି ରାଜକୀୟ ନିୟମଟି ମିଳେ: “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”(A) ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା'ହେଲେ ତୁମ୍ଭେ ଠିକ୍ କରୁଛ। 9 କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନାରେ ଅଧିକ ମହତ୍ତ୍ୱ ଦେଉଛ, ତା'ହେଲେ ତୁମ୍ଭେ ପାପ କରୁଛ। ସେହି ରାଜକୀୟ ବ୍ୟବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ୱରଙ୍କ ନିୟମ ଭଙ୍ଗ କରିବାରେ ଦୋଷୀ ଅଟ।
10 ଜଣେ ଲୋକ ହୁଏତ ପରମେଶ୍ୱରଙ୍କ ସବୁ ବ୍ୟବସ୍ଥା ପାଳନ କରୁଥାଇପାରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ୟ ହୁଏ, ତା'ହେଲେ ସେ ବ୍ୟବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷରେ ଦୋଷୀ ହୁଏ। 11 ପରମେଶ୍ୱର କହିଛନ୍ତି, “ବ୍ୟଭିଗ୍ଭରର ପାପ କର ନାହିଁ।”(B) ସେହି ପରମେଶ୍ୱର ପୁନଃ କହିଛନ୍ତି, “ହତ୍ୟା କର ନାହିଁ।’’(C) ଅତଏବ, ତୁମ୍ଭେ ଯଦି ବ୍ୟଭିଗ୍ଭର ପାପ କରି ନାହଁ କିନ୍ତୁ ଜଣକୁ ହତ୍ୟା କରିଛ, ତା'ହେଲେ ପରମେଶ୍ୱରଙ୍କ ବ୍ୟବସ୍ଥା ଭାଙ୍ଗିବା ଦୋଷରେ ଦୋଷୀ ହେଲ।
12 ଲୋକମାନଙ୍କୁ ସ୍ୱାଧୀନ କରୁଥିବା ବ୍ୟବସ୍ଥା ଦ୍ୱାରା ତୁମ୍ଭର ବିଗ୍ଭର ହେବ। ପ୍ରତ୍ୟେକ କଥା କହିଲା ବେଳେ ଓ ପ୍ରତ୍ୟେକ କାମ କଲାବେଳେ, ତୁମ୍ଭେ ଏହି କଥା ମନେ ରଖିବା ଉଚିତ୍। 13 ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା'ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।
2010 by World Bible Translation Center