Revised Common Lectionary (Semicontinuous)
ପଞ୍ଚମ ପୁସ୍ତକ
(ଗୀତସଂହିତା 107–150)
107 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ।
ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
2 ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍।
ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
3 ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ।
ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।
4 ସେମାନଙ୍କ ମଧ୍ୟରୁ କେତେକ ଶୁଷ୍କ ମରୁଭୂମିରେ ଏଣେତେଣେ ଭ୍ରମଣ କଲେ।
ସେମାନେ ସହରରେ ବାସ କରିବାକୁ ଏକ ସ୍ଥାନ ଖୋଜୁଥିଲେ,
କିନ୍ତୁ ସେମାନେ ପାଇଲେ ନାହିଁ।
5 ସେମାନେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ
ଏବଂ ସେମାନେ ଦୁର୍ବଳ ହୋଇଯାଇଥିଲେ।
6 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ କାକୁକ୍ତି କଲେ।
ଏବଂ ସେ ତାଙ୍କୁ ସେହି ବିପଦରୁ ମୁକ୍ତ କଲେ।
7 ପରମେଶ୍ୱର ସେମାନଙ୍କୁ ବସତି ନଗରକୁ ଆଗେଇ ନେଲେ, ଯେଉଁଠାରେ ସେମାନେ ବାସ କରି ପାରିବେ।
33 ପରମେଶ୍ୱର ନଦନଦୀକୁ ମରୁଭୂମିରେ ପରିଣତ କରି ପାରିବେ
ଏବଂ ଝରଣାର ଜଳସ୍ରୋତକୁ ବନ୍ଦ କରି ପାରନ୍ତି।
34 ପରମେଶ୍ୱର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି।
କାରଣ ଦେଶର ଅଧର୍ମୀ ଲୋକମାନେ ସେଠାରେ ବାସ କରନ୍ତି।
35 କିନ୍ତୁ ପରମେଶ୍ୱର ମଧ୍ୟ ମରୁଭୂମିକୁ ଜଳାଶୟରେ ପରିବର୍ତ୍ତିତ କରି ପାରନ୍ତି।
ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
36 ପରମେଶ୍ୱର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗେଇ ନିଅନ୍ତି।
ଏବଂ ସେଠାରେ ସେମାନେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।
37 ସେହି ଲୋକମାନେ ସେମାନଙ୍କର ଜମିରେ ବୀଜ ରୋପଣ କଲେ ଓ ସେମାନେ ଦ୍ରାକ୍ଷାଲତା ଲଗେଇଲେ
ଏବଂ ଭଲ ଫସଲ ଅମଳ କରି ପାରନ୍ତି।
ସଦାପ୍ରଭୁ ଇସ୍ରାଏଲକୁ ଆଗେଇ ନେବା ପାଇଁ ଯିହୋଶୂୟଙ୍କୁ ବାଛିଲେ
1 ମୋଶା ସଦାପ୍ରଭୁଙ୍କର ଦାସ ଥିଲେ। ନୂନର ପୁତ୍ର ଯିହୋଶୂୟ ମୋଶାଙ୍କର ପରିଗ୍ଭରକ ଥିଲେ। ମୋଶାଙ୍କର ମୃତ୍ୟୁ ପରେ, ସଦାପ୍ରଭୁ ଯିହୋଶୂୟକୁ କହିଲେ। 2 “ମୋର ସେବକ ମୋଶାର ମୃତ୍ୟୁ ହୋଇଅଛି। ବର୍ତ୍ତମାନ ତୁମ୍ଭେ ଏହି ଲୋକମାନଙ୍କୁ ନେଇ ଯର୍ଦ୍ଦନ ନଦୀ ପାର ହୋଇ ଯାଅ। ମୁଁ ଯେଉଁ ଦେଶସବୁ ଇସ୍ରାଏଲ ଲୋକମାନଙ୍କୁ ଦେବାକୁ କହିଅଛି, ତୁମ୍ଭେ ସେହି ଦେଶକୁ ଯାଅ। 3 ଯେଉଁ ଯେଉଁ ସ୍ଥାନରେ ତୁମ୍ଭର ପାଦ ପଡ଼ିବ, ସେ ସବୁ ସ୍ଥାନ ମୁଁ ମୋଶା ସହିତ କରିଥିବା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କୁ ଦେବି। 4 ହିତ୍ତୀୟମାନଙ୍କ ସମସ୍ତ ଦେଶ ସହିତ ଭୂମଧ୍ୟସାଗର ପର୍ଯ୍ୟନ୍ତ ଓ ପଶ୍ଚିମରେ ମହାନ ଫରାତ୍ ନଦୀ ପାଖର ମରୁଭୂମି ଓ ଲିବାନୋନ୍ର ସମସ୍ତ ଭୂମି ତୁମ୍ଭର ହେବ। 5 ମୁଁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମୋଶା ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କେହି ସମର୍ଥ ହୋଇ ପାରିବେ ନାହିଁ। ମୁଁ ତୁମ୍ଭକୁ ଛାଡ଼ିବି ନାହିଁ। ମୁଁ ତୁମ୍ଭକୁ ପରିତ୍ୟାଗ କରିବି ନାହିଁ।
6 “ଯିହୋଶୂୟ, ତୁମ୍ଭେ ବଳବାନ୍ ଓ ସାହସୀ ହୁଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗେଇ ନିଅ, ଯେପରି କି ସେମାନେ ସେମାନଙ୍କର ଦେଶ ଅଧିକାର କରି ପାରିବେ। ମୁଁ ତାଙ୍କ ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲି ଯେ, ମୁଁ ସେମାନଙ୍କୁ ସେହି ଦେଶ ଦେବି। 7 କିନ୍ତୁ ତୁମ୍ଭେ ବଳବାନ ଓ ସାହସୀ ହୁଅ। ଅନ୍ୟ କଥା ମାନିବାକୁ ତୁମ୍ଭେ ନିଶ୍ଚିତ ମୋର ଦାସ ମୋଶାଙ୍କର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତେବେ ତୁମ୍ଭେ ଯେଉଁ କର୍ମ କରିବ ସେଥିରେ ଉତ୍ତୀର୍ଣ୍ଣ ହେବ। 8 ସର୍ବଦା ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ସମ୍ମୁଖରୁ ବିଚଳିତ ନ ହେଉ। ଦିନରାତି ଏହି ନିୟମ ପୁସ୍ତକକୁ ପଠନ କର। ତେବେ ତୁମ୍ଭେ ନିଶ୍ଚିତ ହୋଇ ପାରିବ। ଏହି ନିୟମକୁ ପାଳନ କର, ଯାହା ଏହି ପୁସ୍ତକରେ ଲେଖା ହୋଇ ଅଛି। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେ ବୁଦ୍ଧିମାନ ଓ ପ୍ରତ୍ୟେକ କାର୍ଯ୍ୟରେ କୃତକାର୍ଯ୍ୟ ହେବ, ଯାହା ତୁମ୍ଭେ କରିବ। 9 ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
ଯିହୋଶୂୟ ଆଦେଶ ଦେଲେ
10 ତେଣୁ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ, 11 “ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯଥେଷ୍ଟ ସାମଗ୍ରୀ ପ୍ରସ୍ତୁତ କର। ତିନି ଦିନ ମଧ୍ୟରେ ଆମ୍ଭକୁ ଯର୍ଦ୍ଦନ ନଦୀ ପାର ହୋଇଯିବାକୁ ହେବ। ଆମ୍ଭେମାନେ ଯିବୁ ଏବଂ ସେହି ଦେଶ ଅଧିକାର କରିବୁ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି।’”
ଯିହୂଦୀ ଓ ବ୍ୟବସ୍ଥା
17 ତୁମ୍ଭ ବିଷୟରେ କ’ଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ୟବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ଅଛ। 18 ତୁମ୍ଭେ ଜାଣ ଯେ, ତୁମ୍ଭେ କ’ଣ କରିବ ବୋଲି ପରମେଶ୍ୱର ଗ୍ଭହାନ୍ତି। ଏବଂ ତୁମ୍ଭେ ଜାଣିଛ ଯେ କେଉଁ ବିଷୟ ଗୁଡ଼ିକ ମହତ୍ତ୍ୱପୂର୍ଣ୍ଣ, କାରଣ ତୁମ୍ଭେ ବ୍ୟବସ୍ଥା ଶିଖିଛ। 19 ତୁମ୍ଭେ ଭାବୁଛ ଯେ, ଯେଉଁ ଲୋକମାନେ ସତ୍ୟ ମାର୍ଗ ବିଷୟରେ ଜାଣନ୍ତି ନାହିଁ, ତୁମ୍ଭେ ସେମାନଙ୍କର ମାର୍ଗ ଦର୍ଶକ। ତୁମ୍ଭେ ଭାବୁଛ ଯେ, ଯେଉଁମାନେ ଅନ୍ଧକାରରେ ଅଛନ୍ତି ସେମାନଙ୍କ ପାଇଁ ତୁମ୍ଭେ ଆଲୁଅ ସଦୃଶ। 20 ତୁମ୍ଭେ ଭାବୁଛ ଯେ, ଯେଉଁମାନେ ମୁର୍ଖ, ସେମାନଙ୍କୁ ସତ୍ୟ ଦେଖାଇ ପାରିବ। ଏବଂ ତୁମ୍ଭେ ଭାବୁଛ ଯେ, ଯେଉଁମାନଙ୍କର ଏବେ ମଧ୍ୟ ଶିଖିବା ଆବଶ୍ୟକ, ସେମାନଙ୍କର ତୁମ୍ଭେ ଶିକ୍ଷକ। ତୁମ୍ଭ ପାଖରେ ବ୍ୟବସ୍ଥା ଅଛି, ସେଥିପାଇଁ ତୁମ୍ଭେ ଭାବୁଛ ଯେ ତୁମ୍ଭେ ସବୁକିଛି ଜାଣିଛ ଓ ତୁମ୍ଭ ପାଖରେ ସତ୍ୟ ଅଛି। 21 ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉ ନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଗ୍ଭେରି କର ନାହିଁ। କିନ୍ତୁ ତୁମ୍ଭେ ନିଜେ ଗ୍ଭେରି କରୁଛ। 22 ତୁମ୍ଭେ କହୁଛ ଲୋକେ ବ୍ୟଭିଗ୍ଭର ପାପ କରିବା କଥା ନୁହେଁ। କିନ୍ତୁ ତୁମ୍ଭେ ନିଜେ ସେହି ପାପରେ ଦୋଷୀ। ତୁମ୍ଭେ ମୂର୍ତ୍ତିକୁ ଘୃଣା କରିଥାଅ। 23 କିନ୍ତୁ ତୁମ୍ଭେ ମନ୍ଦିରରୁ ଗ୍ଭେରି କରୁଛ। ତୁମ୍ଭେ ପରମେଶ୍ୱରଙ୍କ ବ୍ୟବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସେହି ବ୍ୟବସ୍ଥା ଭଙ୍ଗ କରି ପରମେଶ୍ୱରଙ୍କୁ ଲଜ୍ଜା ଦେଉଛ। 24 ପବିତ୍ର-ଶାସ୍ତ୍ରରେ[a] ଲେଖା ଅଛି, “ଅଣଯିହୂଦୀମାନେ ପରମେଶ୍ୱରଙ୍କ ବିଷୟରେ ମନ୍ଦ କଥା, ଯିହୂଦୀମାନଙ୍କ ପାଇଁ ହିଁ କୁହନ୍ତି।”(A)
25 ଯଦି ତୁମ୍ଭେ ବ୍ୟବସ୍ଥା[b] ପାଳନ କରୁଛ, ତା'ହେଲେ ତୁମ୍ଭର ସୁନ୍ନତ[c] ହେବାର ମୂଲ୍ୟ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥା ଭଙ୍ଗ କରୁଛ ତା'ହେଲେ ତୁମ୍ଭେ ସୁନ୍ନତ ନ ହେବା ସହିତ ସମାନ। 26 ଅଣଯିହୂଦୀମାନେ ସୁନ୍ନତ ହୁଅନ୍ତି ନାହିଁ। କିନ୍ତୁ ସେମାନେ ଯଦି ବ୍ୟବସ୍ଥା କହିବା ଭଳି ଆଚରଣ କରନ୍ତି, ତା'ହେଲେ ସେମାନେ ସୁନ୍ନତ ହେବା ଭଳି ହେଲେ। 27 ତୁମ୍ଭ ଯିହୂଦୀମାନଙ୍କର ଲିଖିତ ବ୍ୟବସ୍ଥା ଅଛି ଓ ସୁନ୍ନତ ମଧ୍ୟ, କିନ୍ତୁ ତୁମ୍ଭେମାନେ ବ୍ୟବସ୍ଥା ଭଙ୍ଗ କରୁଛ। ଅତଏବ ଶାରୀରିକ ଭାବେ ସୁନ୍ନତ ନ ହୋଇ ବ୍ୟବସ୍ଥା ପାଳନ କରୁଥିବା ଲୋକେ ଦେଖାଇ ଦେବେ ଯେ ତୁମ୍ଭେ ଦୋଷୀ ଅଟ।
28 ଜଣେ କେବଳ ଶରୀରରେ ଯିହୂଦୀ, କିନ୍ତୁ ପ୍ରକୃତରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କେବଳ ବାହାର ଶରୀରରେ ନୁହେଁ। 29 ଜଣେ ଲୋକ ଯଦି ପ୍ରକୃତରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟରେ ହିଁ କରା ଯାଇଥାଏ। ଏହା ଆତ୍ମା[d] ଦ୍ୱାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟରେ ଆତ୍ମା ଦ୍ୱାରା ସୁନ୍ନତ ହୋଇଥାଏ ସେ ପରମେଶ୍ୱରଙ୍କଠାରୁ ପ୍ରଶଂସା ପାଏ, ମଣିଷମାନଙ୍କଠାରୁ ନୁହେଁ।
2010 by World Bible Translation Center