Revised Common Lectionary (Semicontinuous)
7 ତା'ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ମୁଁ ତୁମ୍ଭକୁ ସମୁଦାୟ ଇସ୍ରାଏଲ ସମ୍ମୁଖରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବି। ଏଥିରେ ଲୋକମାନେ ଜାଣିବେ ଯେ ମୁଁ ଯେପରି ମୋଶାଙ୍କ ସହିତ ଥିଲି, ତୁମ୍ଭ ସହିତ ସେହିପରି ଅଛି। 8 ନିୟମ-ସିନ୍ଦୁକ ବାହକ ଯାଜକମାନଙ୍କୁ କୁହ, ‘ପାଣିରେ ପଶିବା ପୂର୍ବରୁ ଯର୍ଦ୍ଦନ ନଦୀ କୂଳରେ ଠିଆ ହୋଇ ରୁହ।’”
9 ତା'ପରେ ଯିହୋଶୂୟ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଏହିଠାକୁ ଆସ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର କଥାମାନ ଶୁଣ। 10 ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ୱାରା ତୁମ୍ଭେମାନେ ଜାଣି ପାରିବ। ସେ କିଣାନୀୟ, ହିତ୍ତୀୟ, ହିବ୍ବୀୟ, ପିରିଷୀୟ, ଗିର୍ଗାଶୀୟ, ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ, ସେହି ଭୂମିରୁ ନିଶ୍ଚିତ ତଡ଼ି ଦେବେ। 11 ଏହା ଏକ ପ୍ରମାଣ। ସମଗ୍ର ଜଗତର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ପାର ହୋଇ ତୁମ୍ଭମାନଙ୍କ ଆଗରେ ଯାଉଅଛି, ଯେହେତୁ ତୁମ୍ଭେମାନେ ଯର୍ଦ୍ଦନ ନଦୀ ପାର ହେଉଅଛ। 12 ବର୍ତ୍ତମାନ ତୁମ୍ଭେ ବାର ଜଣ ଲୋକଙ୍କୁ ବାଛ। ତୁମ୍ଭେମାନେ ଇସ୍ରାଏଲର ବାର ପରିବାରରୁ ଜଣ ଜଣ କରି ବାର ଜଣଙ୍କୁ ବାଛ। 13 ଯେତେବେଳେ ଯାଜକଗଣ ସମଗ୍ର ଜଗତର ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବହନ କରି ଯର୍ଦ୍ଦନ ନଦୀରେ ପ୍ରବେଶ କରିବେ, ଯର୍ଦ୍ଦନର ପ୍ରବାହ ବନ୍ଦ ହୋଇଯିବ। ଯର୍ଦ୍ଦନର ପାଣିସବୁ ରୋକିବ ଓ ଗୋଟିଏ ରାଶି ହୋଇ ସ୍ଥଗିତ ରହିବ।”
14 ଯେତେବେଳେ ଲୋକମାନେ ଛାଉଣି ପକାଇଥିବା ସ୍ଥାନରୁ ଯର୍ଦ୍ଦନ ନଦୀ ପାର ହେବା ପାଇଁ ଯାତ୍ରା ଆରମ୍ଭ କଲେ, ଯାଜକମାନେ ଲୋକମାନଙ୍କ ଆଗେ ଆଗେ ନିୟମ-ସିନ୍ଦୁକ ବହି ନେଉଥିଲେ। 15 ଯଦିଓ ଶସ୍ୟଅମଳ ସମୟରେ ଯର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶଯ୍ୟାରେ ପ୍ରବେଶ କଲା ମାତ୍ରେ ହଠାତ୍ ତା'ର ପ୍ରବାହ ବନ୍ଦ ହୋଇଗଲା। 16 ତା'ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ। 17 ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଯାଉଥିବା ଯାଜକଗଣ ଦୃଢ଼ ଭାବରେ ଯର୍ଦ୍ଦନ ନଦୀର ମଝିରେ ଅଟକି ଗଲେ, ଯେପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ଲୋକ ଶୁଖିଲା ଭୂମିରେ ନଦୀ ପାର ହୋଇ ନାହାନ୍ତି।
ପଞ୍ଚମ ପୁସ୍ତକ
(ଗୀତସଂହିତା 107–150)
107 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ।
ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
2 ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍।
ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
3 ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ।
ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।
4 ସେମାନଙ୍କ ମଧ୍ୟରୁ କେତେକ ଶୁଷ୍କ ମରୁଭୂମିରେ ଏଣେତେଣେ ଭ୍ରମଣ କଲେ।
ସେମାନେ ସହରରେ ବାସ କରିବାକୁ ଏକ ସ୍ଥାନ ଖୋଜୁଥିଲେ,
କିନ୍ତୁ ସେମାନେ ପାଇଲେ ନାହିଁ।
5 ସେମାନେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ
ଏବଂ ସେମାନେ ଦୁର୍ବଳ ହୋଇଯାଇଥିଲେ।
6 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ କାକୁକ୍ତି କଲେ।
ଏବଂ ସେ ତାଙ୍କୁ ସେହି ବିପଦରୁ ମୁକ୍ତ କଲେ।
7 ପରମେଶ୍ୱର ସେମାନଙ୍କୁ ବସତି ନଗରକୁ ଆଗେଇ ନେଲେ, ଯେଉଁଠାରେ ସେମାନେ ବାସ କରି ପାରିବେ।
33 ପରମେଶ୍ୱର ନଦନଦୀକୁ ମରୁଭୂମିରେ ପରିଣତ କରି ପାରିବେ
ଏବଂ ଝରଣାର ଜଳସ୍ରୋତକୁ ବନ୍ଦ କରି ପାରନ୍ତି।
34 ପରମେଶ୍ୱର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି।
କାରଣ ଦେଶର ଅଧର୍ମୀ ଲୋକମାନେ ସେଠାରେ ବାସ କରନ୍ତି।
35 କିନ୍ତୁ ପରମେଶ୍ୱର ମଧ୍ୟ ମରୁଭୂମିକୁ ଜଳାଶୟରେ ପରିବର୍ତ୍ତିତ କରି ପାରନ୍ତି।
ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
36 ପରମେଶ୍ୱର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗେଇ ନିଅନ୍ତି।
ଏବଂ ସେଠାରେ ସେମାନେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।
37 ସେହି ଲୋକମାନେ ସେମାନଙ୍କର ଜମିରେ ବୀଜ ରୋପଣ କଲେ ଓ ସେମାନେ ଦ୍ରାକ୍ଷାଲତା ଲଗେଇଲେ
ଏବଂ ଭଲ ଫସଲ ଅମଳ କରି ପାରନ୍ତି।
9 ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ମନେ ପକାଅ ଯେ, ଆମ୍ଭେ କେତେ କଠିନ ପରିଶ୍ରମ କରିଛୁ। ଆମ୍ଭେ ଦିନରାତି କାମ କରିଛୁ। ଆମ୍ଭେମାନେ ପରମେଶ୍ୱରଙ୍କ ସୁସମାଗ୍ଭର ପ୍ରଗ୍ଭର କଲାବେଳେ, ତୁମ୍ଭେମାନେ ଆମ୍ଭକୁ କିଛି ଦେଇ ଭାରାକ୍ରାନ୍ତ ହୁଅ, ସେ କଥା ଆମ୍ଭେ ଗ୍ଭହିଁଲୁ ନାହିଁ।
10 ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଗହଣରେ ରହିଥିଲାବେଳେ, ଆମ୍ଭେମାନେ ପବିତ୍ର, ଧାର୍ମିକ ଓ ତ୍ରୁଟି ରହିତ ଜୀବନଯାପନ କରିଥିଲୁ। 11 ତୁମ୍ଭେମାନେ ଓ ପରମେଶ୍ୱର ମଧ୍ୟ ଜାଣନ୍ତି ଯେ, ଏହା ସତ୍ୟ। ପିତା ନିଜ ସନ୍ତାନମାନଙ୍କୁ ସ୍ନେହ କଲା ଭଳି ଆମ୍ଭେ ତୁମ୍ଭମାନଙ୍କ ସହିତ ସ୍ନେହପୂର୍ବକ ବ୍ୟବହାର କରିଛୁ। 12 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିଛୁ, ଆମ୍ଭେ ତୁମ୍ଭମାନଙ୍କୁ ଆଶ୍ୱାସନା ଦେଲୁ ଏବଂ ପରମେଶ୍ୱରଙ୍କ ପାଇଁ ଭଲ ଜୀବନଯାପନ କରିବା ପାଇଁ କହିଛୁ। ପରମେଶ୍ୱର ତୁମ୍ଭମାନଙ୍କୁ ନିଜ ରାଜ୍ୟ ଓ ମହିମା ପ୍ରାପ୍ତ କରିବା ପାଇଁ ଡାକୁଛନ୍ତି।
13 ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ୱରଙ୍କ ବାକ୍ୟ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ୱରଙ୍କୁ ଅନବରତ ଧନ୍ୟବାଦ ଜଣାଉଛୁ। ଏହା ପ୍ରକୃତରେ ପରମେଶ୍ୱରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।
ଯୀଶୁଙ୍କର ଯିହୂଦୀ ଧର୍ମ ନେତାଙ୍କୁ ସମାଲୋଚନା
(ମାର୍କ 12:38-40; ଲୂକ 11:37-52; 20:45-47)
23 ତା'ପରେ ଯୀଶୁ ଜନସମୂହ ଓ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, 2 “ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାର ବ୍ୟାଖ୍ୟା କରିବାର ଅଧିକାର ପାଇଛନ୍ତି। 3 ତେଣୁ ସେମାନେ ଯାହାସବୁ କହୁଛନ୍ତି, ତାହା ତୁମ୍ଭେ ମାନିବା ଉଚିତ୍। ତୁମ୍ଭକୁ ସେମାନେ ଯାହାସବୁ କରିବାକୁ କହୁଛନ୍ତି, ତୁମ୍ଭେ ତାହା କରିବା ଉଚିତ୍। କିନ୍ତୁ ସେମାନେ ଯାହାସବୁ କରୁଛନ୍ତି, ତୁମ୍ଭେ ତାହା କର ନାହିଁ। କାରଣ ସେମାନେ ଯାହାସବୁ କହନ୍ତି, ନିଜେ ତାକୁ କାର୍ଯ୍ୟରେ କେବେ କରନ୍ତି ନାହିଁ। 4 ମାନିବା ପାଇଁ କଠିନ ହେଲେ ମଧ୍ୟ ସେମାନେ ଲୋକମାନଙ୍କ ପାଇଁ କଡ଼ାକଡ଼ି ନିୟମ ତିଆରି କରନ୍ତି। ସେହି ନିୟମଗୁଡ଼ିକ ମାନିବା ପାଇଁ ସେମାନେ ଲୋକଙ୍କୁ ବାଧ୍ୟ କରନ୍ତି। କିନ୍ତୁ ସେମାନେ ନିଜେ କେବେ ହେଲେ ସେହି ନିୟମମାନଙ୍କ ମଧ୍ୟରୁ ଗୋଟିଏ ହେଲେ ଅନୁସରଣ କରିବାକୁ ଚେଷ୍ଟା କରନ୍ତି ନାହିଁ।
5 “କେବଳ ଅନ୍ୟ ଲୋକଙ୍କୁ ଦେଖେଇ ହେବା ପାଇଁ ଯାହାକିଛି ଭଲ କାମ, ତାହା ସେମାନେ କରନ୍ତି। ନିଜକୁ ଧାର୍ମିକ ଦେଖେଇ ହେବା ପାଇଁ ପ୍ରକୃତରେ ସେମାନେ ବଡ଼ବଡ଼ କବଚ ପିନ୍ଧିଥା’ନ୍ତି ଓ ନିଜର ସ୍ୱତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥା’ନ୍ତି। 6 ଭୋଜିମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ପାଇବାକୁ ସେମାନେ ଭଲ ପାଆନ୍ତି। 7 ସେମାନେ ବଜାର ସ୍ଥାନମାନଙ୍କରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସେମାନେ ଗ୍ଭହାନ୍ତି ଯେ ଲୋକେ ତାହାଙ୍କୁ ‘ରାବ୍ବୀ’[a] ବୋଲି ଡାକନ୍ତୁ।
8 “କିନ୍ତୁ ତୁମ୍ଭ ଭିତରୁ କେହି ନିଜକୁ ‘ରାବ୍ବୀ’ କହିବ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି। 9 “ଏ ସଂସାରରେ କାହାରିକୁ ‘ପରମପିତା’ ବୋଲି ସମ୍ବୋଧନ କର ନାହିଁ। ତୁମ୍ଭର ଜଣେ ମାତ୍ର ପରମପିତା ଯେ କି ସ୍ୱର୍ଗରେ ରହୁଛନ୍ତି। 10 ତୁମ୍ଭେ ନିଜକୁ ‘ମାଲିକ’ ବୋଲି କହିବ ନାହିଁ। କାରଣ ତୁମ୍ଭର କେବଳ ଜଣେ ମାତ୍ର ମାଲିକ, ସେ ହେଉଛନ୍ତି ଯୀଶୁ। 11 ଯେଉଁ ଲୋକ ଗ୍ଭକର ଭଳି ତୁମ୍ଭର ସେବା କରିବ, ସେ ଲୋକ ତୁମ୍ଭମାନଙ୍କ ମଧ୍ୟରେ ସବୁଠାରୁ ବଡ଼ ହେବ। 12 ଯେଉଁ ଲୋକ ନିଜକୁ ଅନ୍ୟ ଲୋକଙ୍କ ଅପେକ୍ଷା ଉଚ୍ଚ କରିବ, ତାକୁ ନତ କରାଯିବ। ଯେଉଁ ଲୋକ ନିଜକୁ ନତ କରିବ, ତାକୁ ମହାନ କରାଯିବ।
2010 by World Bible Translation Center