Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 128

ଆରୋହଣ ଗୀତ।

128 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ
    ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।

ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ।
    ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ।
    ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
    ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଯିହୋଶୂୟଙ୍କର ପୁସ୍ତକ 4

ଲୋକମାନଙ୍କ ସ୍ମରଣ ପାଇଁ ଅ‌ଦ୍‌ଭୂତ ଶିଳା

ସମସ୍ତ ଲୋକ ଯର୍ଦ୍ଦନ ନଦୀ ପାର ହୋଇ ସାରିବା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ବାର ଜଣ ଲୋକଙ୍କୁ ବାରଟି ଗୋଷ୍ଠୀବର୍ଗରୁ ବାଛ। ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ। ଏହିପରି ଭାବେ ସେମାନଙ୍କୁ ଆଦେଶ ଦିଅ, ଯେଉଁଠାରେ ଯାଜକଗଣ ନଦୀ ମଝିରେ ଛିଡ଼ା ହୋଇଥିଲେ ବାରଟି ଶିଳାଖଣ୍ତ ସଂଗ୍ରହ କର। ତୁମ୍ଭ ସହିତ ସେହି ବାରଟି ଶିଳାଖଣ୍ଡକୁ ବହିନିଅ। ତୁମ୍ଭେ ଯେଉଁଠାରେ ରାତି କଟାଇବାକୁ ଯୋଜନା କରିଛ, ସେଗୁଡ଼ିକ ସେଠାରେ ରଖ।”

ତେଣୁ ଯିହୋଶୂୟ ବାରଟି ଗୋଷ୍ଠୀବର୍ଗରୁ ବାର ଜଣଙ୍କୁ ବାଛିଲେ। ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ। ତା'ପରେ ସେ ସେହି ବାର ଜଣ ଲୋକଙ୍କୁ ଗୋଟିଏ ଜାଗାରେ ଏକତ୍ର କଲେ। ଯିହୋଶୂୟ ସେହି ବାର ଜଣ ଲୋକଙ୍କୁ କହିଲେ, “ଯର୍ଦ୍ଦନ ନଦୀର ମଝିକୁ ଯାଅ ଯେଉଁଠାରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଠିଆ ହୋଇ ଥିଲେ, ତୁମ୍ଭେମାନେ ବାରଟି ଶିଳାଖଣ୍ତ ପାଇବା ଉଚିତ୍। ସେଠାରୁ ତୁମ୍ଭେମାନେ ପ୍ରତ୍ୟେକେ ଗୋଟିଏ ଲେଖାଏଁ ଶିଳା ତୁମ୍ଭ କାନ୍ଧରେ ବହି ଆଣିବ। ସେହି ଶିଳାଗୁଡ଼ିକ ତୁମ୍ଭମାନଙ୍କର ଏକ ପ୍ରତୀକ ହୋଇ ରହିବ। ଭବିଷ୍ୟତରେ ଯେତେବେଳେ ତୁମ୍ଭର ପିଲାମାନେ ଉତ୍ସୁକ ହୋଇ ତୁମ୍ଭକୁ ପଗ୍ଭରିବେ, ‘ଏହି ପଥରଗୁଡ଼ିକ ତୁମ୍ଭ ପାଇଁ କ’ଣ?’ ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ ଯେ ସଦାପ୍ରଭୁ ଯର୍ଦ୍ଦନ ନଦୀର ଜଳ ଧାରକୁ ବନ୍ଦ କରିଥିଲେ। ସେହି ସମୟରେ ଯାଜକମାନେ ସଦାପ୍ରଭୁଙ୍କର ଚୁକ୍ତିର ପବିତ୍ର ସିନ୍ଦୁକ ସହିତ ଧରି ନଦୀ ପାର ହେଉଥିଲେ, ଏହି ଶିଳା ଖଣ୍ତଗୁଡ଼ିକ ସବୁଦିନ ପାଇଁ ଇସ୍ରାଏଲବାସୀଙ୍କର କଥାକୁ ମନେପକାଉ ଥିବ।”

ତେଣୁ ଇସ୍ରାଏଲ ଲୋକମାନେ ଯିହୋଶୂୟଙ୍କର ନିର୍ଦ୍ଦେଶ ମାନିଲେ। ସେମାନେ ସେହି ବାର ଖଣ୍ତ ଶିଳାଗୁଡ଼ିକୁ ନଦୀ ଶଯ୍ୟାରୁ ଆଣିଲେ। ସଦାପ୍ରଭୁ ଯିହୋଶୂୟଙ୍କୁ ଦେଇଥିବା ନିର୍ଦ୍ଦେଶ ଅନୁସାରେ ପ୍ରତ୍ୟେକ ପରିବାରବର୍ଗକୁ ଜଣେ ଗୋଟିଏ ଶିଳାଖଣ୍ତ ନେଲେ। ଲୋକମାନେ ସେମାନଙ୍କ ସହିତ ଶିଳାଖଣ୍ତ ବହିଲେ। ଏବଂ ସେମାନେ ଯେଉଁଠାରେ ରାତ୍ରି ଯାପନ କରନ୍ତି, ସେଠାରେ ଶିଳାଖଣ୍ଡକୁ ରଖନ୍ତି। ଯିହୋଶୂୟ ଯର୍ଦ୍ଦନ ନଦୀର ମଝିରେ ବାର ଖଣ୍ତ ପଥର ବସାଇଲେ। ଯେଉଁଠାରେ ବାର ଜଣ ଯାଜକ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ଧରି ଠିଆ ହୋଇଥିଲେ। ଯାହାକି ଆଜି ପର୍ଯ୍ୟନ୍ତ ପଥରଖଣ୍ତଗୁଡ଼ିକ ସେହି ସ୍ଥାନରେ ଅଛି।

10 ସଦାପ୍ରଭୁ ଯିହୋଶୂୟଙ୍କୁ ନିର୍ଦ୍ଦେଶ କରିଥିଲେ, ଲୋକମାନଙ୍କୁ କହିବା ପାଇଁ, ଯାହା ମୋଶା ଯିହୋଶୂୟଙ୍କୁ କହିଥିଲେ। ତେଣୁ ଯାଜକମାନେ ଯେଉଁମାନେ ସଦାପ୍ରଭୁଙ୍କର ସିନ୍ଦୁକ ବହୁଥିଲେ, ସମସ୍ତ ଇସ୍ରାଏଲ ଲୋକମାନେ ନଦୀ ପାର ନ ହେବା ପର୍ଯ୍ୟନ୍ତ, ସେମାନେ ସେହି ନଦୀ ଶଯ୍ୟାରେ ଠିଆ ହୋଇ ରହିଲେ। 11 ଯେତେବେଳେ ସମସ୍ତ ଲୋକମାନେ ନଦୀ ପାର ହୋଇଗଲେ, ଏହା ପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଯର୍ଦ୍ଦନ ନଦୀ ପାର ହୋଇଗଲେ।

12 ରୁବେନ୍ ଗୋଷ୍ଠୀର ମନୁଷ୍ୟମାନେ, ଗାଦ୍ ଗୋଷ୍ଠୀର ମନୁଷ୍ୟମାନେ ଓ ମନଃଶିର ଅର୍ଦ୍ଧେକ ଗୋଷ୍ଠୀଗଣ, ଯୁଦ୍ଧାସ୍ତ୍ରରେ ସଜ୍ଜିତ ଓ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ଇସ୍ରାଏଲୀୟମାନଙ୍କ ଆଗରେ ନଦୀ ପାର ହୋଇଗଲେ, ଠିକ୍ ମୋଶା ଯେପରି ସେମାନଙ୍କୁ କହିଲେ[a] 13 ପ୍ରାୟ 40,000 ସୈନ୍ୟ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ ପଦାକୁ ଗଲେ।

14 ସେହି ଦିନ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଆଗରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ। ତହିଁରେ ଲୋକମାନେ ମୋଶାଙ୍କୁ ଯେପରି ଭୟ କରୁଥିଲେ, ସମ୍ମାନ କରୁଥିଲେ, ସେହିପରି ତାଙ୍କର ଜୀବନସାରା ତାଙ୍କୁ ଭୟ ଓ ସମ୍ମାନ କଲେ।

15 ଯେତେବେଳେ ଯାଜକମାନେ ନିୟମ-ସିନ୍ଦୁକ ନଦୀ ମଧ୍ୟରେ ପାର କରୁଥିଲେ ସେ ସମୟରେ ସେମାନେ ନଦୀରେ ଛିଡ଼ା ହୋଇଥିଲେ, ସେ ସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, 16 “ତୁମ୍ଭେ ଯାଜକମାନଙ୍କୁ ନିର୍ଦ୍ଦେଶ ଦିଅ ଯର୍ଦ୍ଦନ ନଦୀ ମଧ୍ୟରୁ ବାହାରକୁ ଆସିବା ପାଇଁ।”

17 ତେଣୁ ଯିହୋଶୂୟ ନିର୍ଦ୍ଦେଶ ଦେଇ ଯାଜକମାନଙ୍କୁ, କହିଲେ, “ଯର୍ଦ୍ଦନ ନଦୀରୁ ବାହାରକୁ ଆସ।”

18 ଯାଜକମାନେ ଯିହୋଶୂୟଙ୍କୁ ମାନିଲେ। ସେମାନେ ସେହି ପବିତ୍ର ସିନ୍ଦୁକକୁ ଧରି ନଦୀରୁ କୂଳକୁ ଆସିଲେ। ଯେତେବେଳେ ଯାଜକମାନଙ୍କର ପାଦ ନଦୀରୁ ବାହାରି ଆସିଲା, ଯର୍ଦ୍ଦନ ନଦୀ ପୂର୍ବପରି ବହିବାକୁ ଲାଗିଲା। ଏହି ନଦୀ ପୂର୍ବପରି ତା'ର କୂଳ ଲଙ୍ଘନ କଲା।

19 ପ୍ରଥମ ମାସର ଦଶମ ଦିନରେ ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିରୀହୋର ପୂର୍ବ ସୀମାସ୍ଥିତ ଗି‌ଲ୍‌ଗ‌ଲ୍‌ଠାରେ ଛାଉଣି ସ୍ଥାପନ କଲେ। 20 ସେମାନେ ଯର୍ଦ୍ଦନରୁ ଆଣିଥିବା ସେହି ବାରଟି ଶିଳାଖଣ୍ଡକୁ ଯିହୋଶୂୟ ଗି‌ଲ୍‌ଗ‌ଲ୍‌ଠାରେ ସ୍ଥାପନ କଲେ। 21 ତା'ପରେ ଯିହୋଶୂୟ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ଭବିଷ୍ୟତରେ ତୁମ୍ଭର ପିଲାମାନେ ସେମାନଙ୍କର ପିତାମାତାଙ୍କୁ ପଗ୍ଭରିବେ, ‘ଏ ପଥରଗୁଡ଼ିକ କ’ଣ?’ 22 ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ, ‘ଏହି ଶିଳାଖଣ୍ତଗୁଡ଼ିକ ଅତୀତର ସ୍ମୃତି, କିପରି ଇସ୍ରାଏଲର ଲୋକମାନେ ଶୁଖିଲା ଭୂମିରେ ଯର୍ଦ୍ଦନ ନଦୀ ପାର ହୋଇଥିଲେ। 23 ଆମ୍ଭେମାନେ ପାର ହେବାଯାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କର ଶକ୍ତିବଳରେ ସୂଫସାଗର ଶୁଷ୍କ କରିଥିଲେ, ସେହିପରି ତୁମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନ ନଦୀ ଶୁଷ୍କ କଲେ।’ 24 ସଦାପ୍ରଭୁ ଏହିପରି କଲେ, କାରଣ ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁ ଶକ୍ତିଶାଳୀ ବୋଲି ଜାଣି ପାରିବେ, ସେଥିପାଇଁ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସର୍ବଦା ଭୟ ଓ ସମ୍ମାନ କରିବ।”

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:13-20

13 ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ୱରଙ୍କ ବାକ୍ୟ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ୱରଙ୍କୁ ଅନବରତ ଧନ୍ୟବାଦ ଜଣାଉଛୁ। ଏହା ପ୍ରକୃତରେ ପରମେଶ୍ୱରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଉପରେ ପଡ଼ିଛି। 14 ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ଯିହୂଦାରେ[a] ଥିବା ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱରଙ୍କ ମଣ୍ଡଳୀଗୁଡ଼ିକର ଲୋକମାନଙ୍କ ଭଳି ହୋଇଛ। ଯିହୂଦାରେ ପରମେଶ୍ୱରଙ୍କ ଲୋକମାନେ ଅନ୍ୟ ଯିହୂଦୀମାନଙ୍କଠାରୁ ଯାତନା ଭୋଗ କରିଥିଲେ। ତୁମ୍ଭେମାନେ ନିଜ ଦେଶର ଲୋକମାନଙ୍କଠାରୁ ମଧ୍ୟ ସେହିଭଳି ଯାତନା ପାଇଛ। 15 ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରିଦେଲେ। ସେମାନେ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କୁ ମଧ୍ୟ ମାରିଦେଲେ। ସେହି ଯିହୂଦୀମାନେ ଆମ୍ଭକୁ ସେହି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ୟ କଲେ। ପରମେଶ୍ୱର ସେମାନଙ୍କଠାରେ ସନ୍ତୁଷ୍ଟ ନୁହନ୍ତି। ସେମାନେ ସମଗ୍ର ମାନବ ଜାତିର ବିରୋଧୀ। 16 ସେମାନେ ଆମ୍ଭକୁ ଅଣଯିହୂଦୀମାନଙ୍କ ନିକଟରେ ଶିକ୍ଷା ଦେବା ପାଇଁ ଅଟକାଇବାକୁ ଚେଷ୍ଟା କରନ୍ତି। ଅଣଯିହୂଦୀମାନେ ଉଦ୍ଧାର ହୁଅନ୍ତୁ, ଏହି ଉଦ୍ଦେଶ୍ୟରେ ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଉ। କିନ୍ତୁ ଯିହୂଦୀମାନେ ପୂର୍ବରୁ କରିଥିବା ପାପଗୁଡ଼ିକର ସୂଚୀ, ବର୍ତ୍ତମାନ ମଧ୍ୟ ବଢ଼ି ଗ୍ଭଲିଛି। ଏବେ ପୂର୍ଣ୍ଣଭାବରେ ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ଉପରେ ଆସି ପଡ଼ିଲାଣି।

ପାଉଲ ପୁଣି ଥରେ ସେମାନଙ୍କୁ ଦେଖାକରିବାକୁ ଇଚ୍ଛା କରନ୍ତି

17 ଭାଇ ଓ ଭଉଣୀମାନେ! ଆମ୍ଭେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ପାଖରୁ ଦୂରରେ ଥିଲୁ। ଆମ୍ଭେ ଶାରୀରିକ ଭାବରେ ସେଠାରେ ନ ଥିଲେ ମଧ୍ୟ, ଆମ୍ଭର ଚିନ୍ତାଗୁଡ଼ିକ ସେଠାରେ ଅଛି। ଆମ୍ଭେ ତୁମ୍ଭମାନଙ୍କୁ ଦେଖିବା ଲାଗି ବ୍ୟଗ୍ର ଥିଲୁ ଓ ସେଥିପାଇଁ ଅଧିକ ଯତ୍ନ ମଧ୍ୟ କରିଥିଲୁ। 18 ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲୁ। ମୁଁ ପାଉଲ ନିଜେ କେତେ ଥର ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଶୟତାନ ଆମ୍ଭକୁ ବାଧା ଦେଇଛି। 19 ତୁମ୍ଭେମାନେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତେବେଳେ ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ। 20 ପ୍ରକୃତରେ ତୁମ୍ଭେମାନେ ଆମ୍ଭର ମହିମା ଓ ଆମ୍ଭର ଆନନ୍ଦ ଅଟ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center