Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 128

ଆରୋହଣ ଗୀତ।

128 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ
    ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।

ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ।
    ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ।
    ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
    ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଯିହୋଶୂୟଙ୍କର ପୁସ୍ତକ 10:12-14

12 ସେହି ଦିନ ସଦାପ୍ରଭୁ ଇମୋରୀୟମାନଙ୍କୁ ଇସ୍ରାଏଲୀୟଗଣଙ୍କୁ ହସ୍ତାନ୍ତର କଲେ। ଯିହୋଶୂୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ତା'ପରେ ସେ ଇସ୍ରାଏଲୀୟମାନଙ୍କ ଉପସ୍ଥିତିରେ ଆଜ୍ଞା ଦେଲେ।

“ହେ ସୂର୍ଯ୍ୟ ତୁମ୍ଭେ ଗିବିୟୋନ ଉପରେ ସ୍ତବ୍ଧ ହୁଅ।
    ହେ ଚନ୍ଦ୍ର ତୁମ୍ଭେ ଅୟାଲୋନ୍ ଭୂମିରେ ସ୍ତବ୍ଧ ହୁଅ।”

13 ତେଣୁ ଲୋକମାନେ ଆପଣା ଶତ୍ରୁମାନଙ୍କୁ ପରାସ୍ତ ନ କରିବା ପର୍ଯ୍ୟନ୍ତ ସୂର୍ଯ୍ୟ ଓ ଚନ୍ଦ୍ର ସ୍ତବ୍ଧ ହେଲେ। ଏହା ଯାଶେର୍ ପୁସ୍ତକରେ ଲେଖା ଅଛି। ଆଉ ସୂର୍ଯ୍ୟ ଆକାଶର ମଝି ସ୍ଥାନରେ ସ୍ତବ୍ଧ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ। 14 ଏହା ପୂର୍ବରୁ ବା ଏହା ପରେ ଏପରି ଦିନ ଆଉ ହୋଇ ନାହିଁ। ସେହି ଦିନ ସଦାପ୍ରଭୁ ମନୁଷ୍ୟର କଥା ଏରୂପେ ଶୁଣିଲେ। କାରଣ ସଦାପ୍ରଭୁ ଇସ୍ରାଏଲ ସପକ୍ଷରେ ଯୁଦ୍ଧ କଲେ।

ମାଥିଉ ଲିଖିତ ସୁସମାଗ୍ଭର 15:1-9

ମନୁଷ୍ୟକୃତ ନିୟମଠାରୁ ପରମେଶ୍ୱରଙ୍କ ବିଧାନ ବଡ଼

(ମାର୍କ 7:1-23)

15 କେତେକ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, “ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।”

ଯୀଶୁ କହିଲେ, “ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ୱରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛ? ପରମେଶ୍ୱର କହିଛନ୍ତି: ‘ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ,(A) କିନ୍ତୁ ଯେଉଁ ଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାଯିବା ଉଚିତ୍।’(B) କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା'ଫଳରେ ଜଣେ ଲୋକ ତା'ର ପିତାମାତାଙ୍କୁ କହି ପାରିବ, ‘ମୁଁ ତୁମ୍ଭକୁ ସାହାଯ୍ୟ କରି ପାରିବି ନାହିଁ। କାରଣ ମୋର ଯାହାସବୁ ଅଛି ସେଗୁଡ଼ିକୁ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି।’ ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ। ତୁମ୍ଭେ ସବୁ କପଟୀ! ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଠି‌କ୍‌ ଭାବରେ ଏହି ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କହିଥିଲେ।

ଏମାନେ କେବଳ ମୁଖରେ ମୋର ଆଦର କରନ୍ତି,
    କିନ୍ତୁ ସେମାନଙ୍କ ମନକଥା ମୋ'ଠାରୁ ବହୁତ ଦୂରରେ ରହିଥାଏ।
ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ।
    ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’”(C)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center