Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 78:1-7

ଅଫସର ମସ୍କୀଲ୍।

78 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ।
    ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି।
    ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।
ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ।
    ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।
ଆମ୍ଭେମାନେ ସେମାନଙ୍କ ବଂଶଧରମାନଙ୍କୁ ଏହା ଲୁଗ୍ଭଇବୁ ନାହିଁ।
    ସେମାନେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍,
ଏହା ଆମ୍ଭେ ଆମ୍ଭର ଆସୁଥିବା ପିଢ଼ିକୁ କହିବୁ,
    ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ଯ୍ୟତା ଯାହା ସେ କଲେ ସେସବୁ ବିଷୟରେ ସେମାନଙ୍କୁ କହିବୁ।
ସଦାପ୍ରଭୁ ଯାକୁବ ସହିତ ଏକ ଚୁକ୍ତି କଲେ।
    ପରମେଶ୍ୱର ଇସ୍ରାଏଲକୁ ବ୍ୟବସ୍ଥା ପ୍ରଦାନ କଲେ।
ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ଆଜ୍ଞା ଦେଲେ,
    ସେମାନଙ୍କର ଉତ୍ତରାଧିକାରୀମାନଙ୍କୁ ଏହି ଶିକ୍ଷା ଦେବା ସମ୍ବନ୍ଧେ।
ଏପରିକି ଯେଉଁ ପିଲାମାନେ ଜନ୍ମ ହେବେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଜଣାଇବେ।
    ତା'ପରେ ସେମାନେ ଯେବେ ବଡ଼ ହେବେ ସେମାନଙ୍କର ପିଲାମାନଙ୍କୁ କହିବେ।
ତେଣୁ ସମସ୍ତ ଲୋକ ପରମେଶ୍ୱରଙ୍କର ଆଜ୍ଞା ମାନିବେ।
    ସେମାନେ କଦାପି ଭୁଲିବେ ନାହିଁ ଯେ ପରମେଶ୍ୱର କ’ଣ କରିଥିଲେ।
    ସେମାନେ ଯତ୍ନ ସହକାରେ ପରମେଶ୍ୱରଙ୍କ ଆଜ୍ଞାସବୁ ପାଳନ କରିବେ।

ଯିହୋଶୂୟଙ୍କର ପୁସ୍ତକ 8:30-35

ଆଶୀର୍ବାଦ ଓ ଅଭିଶାପ ପଠନ

30 ଏହା ପରେ ଯିହୋଶୂୟ ଏବଲ ପର୍ବତ ଉପରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ। 31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ ସନ୍ତାନଗଣକୁ ଯେ ରୂପେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥର ଲେଖାନୁସାରେ ଯହିଁ ଉପରେ କୌଣସି ମଣିଷ ଲୁହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥରରେ ଯଜ୍ଞବେଦି ସେ ନିର୍ମାଣ କଲେ। ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

32 ସେହି ସ୍ଥାନରେ ଯିହୋଶୂୟ ପ୍ରସ୍ତର ଫଳକ ଉପରେ ମୋଶାଙ୍କ ବ୍ୟବସ୍ଥା ପୁସ୍ତକ ଲେଖିଲେ। କାରଣ ତାହା ଇସ୍ରାଏଲ ଲୋକମାନଙ୍କୁ ଦେଖାଇବାକୁ ଯିହୋଶୂୟ ଏହା କଲେ। 33 ଇସ୍ରାଏଲର ସମସ୍ତ ଲୋକମାନେ, ସେମାନଙ୍କ ପ୍ରାଚୀନବର୍ଗ, ନେତୃବର୍ଗ, ସେମାନଙ୍କର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦୁକ ସମ୍ମୁଖରେ ଛିଡ଼ା ହେଲେ। ସେମାନଙ୍କ ମଧ୍ୟରୁ ଅର୍ଦ୍ଧେକ ଏବଲ ପର୍ବତ ଆଗରେ ଓ ଅର୍ଦ୍ଧେକ ଗରିଷୀମ ପର୍ବତ ଆଗରେ ଛିଡ଼ା ହେଲେ। ସଦାପ୍ରଭୁଙ୍କ ପବିତ୍ର ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସେମାନେ ଠିଆ ହେଲେ। ସେମାନେ ଏପରି କଲେ କାରଣ ସଦାପ୍ରଭୁଙ୍କର ସେବକ ମୋଶା ଇସ୍ରାଏଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦେଇଥିଲେ।

34 ଏହା ପରେ ବ୍ୟବସ୍ଥା ପୁସ୍ତକରେ ଲେଖାଯାଇଥିବା ଉଭୟ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ ଶବ୍ଦ ସେ ପାଠକଲେ। 35 ଇସ୍ରାଏଲର ସମସ୍ତ ଲୋକମାନେ ସେଠାରେ ଉପସ୍ଥିତ ଥିଲେ। ସେଠାରେ ମଧ୍ୟ ସମସ୍ତ ସ୍ତ୍ରୀଲୋକ, ପୁରୁଷ ଲୋକ, ପିଲାମାନେ, ଏବଂ ବିଦେଶୀମାନେ ଉପସ୍ଥିତ ଥିଲେ। ବିଦେଶୀମାନେ ଇସ୍ରାଏଲଗଣ ସହିତ ବାସ କରୁଥିଲେ। ଏବଂ ସେଠାରେ ଯିହୋଶୂୟ ସମସ୍ତ ନିୟମ ପାଠ କରିଥିଲେ, ଯାହାକି ମୋଶାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:13-21

ଷଷ୍ଠ ତୂରୀ ବିସ୍ଫୋରଣ

13 ତା'ପରେ ଷଷ୍ଠ ସ୍ୱର୍ଗଦୂତ ତୂରୀ ବଜାଇଲେ। ମୁଁ ପରମେଶ୍ୱରଙ୍କ ସମ୍ମୁଖରେ ଥିବା ସୁନା ବେଦୀର ଗ୍ଭରି ଶୃଙ୍ଗ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି। 14 ଏହି ସ୍ୱର ତୂରୀ ଧରିଥିବା ଷଷ୍ଠ ଦୂତଙ୍କୁ କହିଲା, “ଫରାତ୍ ମହାନଦୀରେ ବନ୍ଧା ହୋଇ ରହିଥିବା ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ମୁକ୍ତ କରିଦିଅ।” 15 ତେଣୁ ଯେଉଁ ଗ୍ଭରି ଜଣ ଦୂତଙ୍କୁ ପୃଥିବୀର ଏକ ତୃତୀୟାଂଶ ଲୋକମାନଙ୍କର ପ୍ରାଣନାଶ କରିବାକୁ ସେହି ଘଣ୍ଟା, ଦିନ, ମାସ ଓ ସେହି ବର୍ଷ ପର୍ଯ୍ୟନ୍ତ ପ୍ରସ୍ତୁତ କରି ରଖାଯାଇଥିଲା, ସେମାନଙ୍କୁ ମୁକ୍ତ କରାଗଲା। 16 ଅଶ୍ୱାରୋହୀ ସୈନ୍ୟ କୋଡ଼ିଏ କୋଟି ବୋଲି ମୁଁ ଶୁଣିବାକୁ ପାଇଲି।

17 ମୋ’ ଦର୍ଶନରେ ମୁଁ ଅଶ୍ୱ ଓ ଅଶ୍ୱାରୋହୀମାନଙ୍କୁ ଦେଖିଲି। ସେମାନେ ନୀଳକାନ୍ତ ମଣି ତୁଲ୍ୟ ଲୋହିତ, ନୀଳକାନ୍ତ ମଣି ତୁଲ୍ୟ ନୀଳ ଓ ଗନ୍ଧକ ପରି ହଳଦିଆ ବର୍ଣ୍ଣର ସାଞ୍ଜୁ ଛାତିରେ ପିନ୍ଧିଥିଲେ। ଅଶ୍ୱମାନଙ୍କର ମୁଣ୍ଡ ସିଂହର ମୁଣ୍ଡ ପରି ଦେଖାଯାଉଥିଲା। ସେମାନଙ୍କ ମୁଖରୁ ଅଗ୍ନି, ଧୂଆଁ ଓ ଗନ୍ଧକ ବାହାରୁଥିଲା। 18 ସେମାନଙ୍କ ମୁହଁରୁ ବାହାରୁଥିବା ଏହି ତିନୋଟି ମହାମାରୀ ଅଗ୍ନି, ଧୂଆଁ ଓ ଗନ୍ଧକ ହେତୁ ମନୁଷ୍ୟ ଜାତିର ଏକ ତୃତୀୟାଂଶ ପ୍ରାଣ ହରାଇଲେ। 19 ସେହି ଅଶ୍ୱମାନଙ୍କର ମାରାତ୍ମକ ଶକ୍ତି କେବଳ ମୁହଁରେ ନ ଥାଇ ଲାଙ୍ଗୁଳରେ ମଧ୍ୟ ଥିଲା। ସେମାନଙ୍କର ଲାଙ୍ଗୁଳ ସାପ ପରି, ଯାହାଙ୍କର ମୁଣ୍ଡ ଲୋକମାନଙ୍କୁ ଦଂଶନ ଓ ଅନିଷ୍ଟ କରିବା ପାଇଁ ଥିଲା।

20 ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇ ଦେଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଗ୍ଭଲି ପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ। 21 ଏହା ବ୍ୟତୀତ ସେମାନେ ସେମାନଙ୍କର ନରହତ୍ୟା, ଗୁଣିବିଦ୍ୟା, ଯୌନଗତ ପାପ କିମ୍ବା ଗ୍ଭେରି ପାପ ପରିତ୍ୟାଗ କଲେ ନାହିଁ କି ସେଥିରୁ ମନ ଫେରାଇ ଅନୁତାପ କଲେ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center