Revised Common Lectionary (Semicontinuous)
ଅଫସର ମସ୍କୀଲ୍।
78 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ।
ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।
2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି।
ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।
3 ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ।
ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।
4 ଆମ୍ଭେମାନେ ସେମାନଙ୍କ ବଂଶଧରମାନଙ୍କୁ ଏହା ଲୁଗ୍ଭଇବୁ ନାହିଁ।
ସେମାନେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍,
ଏହା ଆମ୍ଭେ ଆମ୍ଭର ଆସୁଥିବା ପିଢ଼ିକୁ କହିବୁ,
ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ଯ୍ୟତା ଯାହା ସେ କଲେ ସେସବୁ ବିଷୟରେ ସେମାନଙ୍କୁ କହିବୁ।
5 ସଦାପ୍ରଭୁ ଯାକୁବ ସହିତ ଏକ ଚୁକ୍ତି କଲେ।
ପରମେଶ୍ୱର ଇସ୍ରାଏଲକୁ ବ୍ୟବସ୍ଥା ପ୍ରଦାନ କଲେ।
ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ଆଜ୍ଞା ଦେଲେ,
ସେମାନଙ୍କର ଉତ୍ତରାଧିକାରୀମାନଙ୍କୁ ଏହି ଶିକ୍ଷା ଦେବା ସମ୍ବନ୍ଧେ।
6 ଏପରିକି ଯେଉଁ ପିଲାମାନେ ଜନ୍ମ ହେବେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଜଣାଇବେ।
ତା'ପରେ ସେମାନେ ଯେବେ ବଡ଼ ହେବେ ସେମାନଙ୍କର ପିଲାମାନଙ୍କୁ କହିବେ।
7 ତେଣୁ ସମସ୍ତ ଲୋକ ପରମେଶ୍ୱରଙ୍କର ଆଜ୍ଞା ମାନିବେ।
ସେମାନେ କଦାପି ଭୁଲିବେ ନାହିଁ ଯେ ପରମେଶ୍ୱର କ’ଣ କରିଥିଲେ।
ସେମାନେ ଯତ୍ନ ସହକାରେ ପରମେଶ୍ୱରଙ୍କ ଆଜ୍ଞାସବୁ ପାଳନ କରିବେ।
ନଗରଗୁଡ଼ିକର ନିରାପତ୍ତା
20 ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, 2 “ମୁଁ ମୋଶାଙ୍କ ଦ୍ୱାରା ତୁମ୍ଭକୁ ନିର୍ଦ୍ଦେଶ ଦେଇଥିଲି। ମୋଶା ତୁମ୍ଭକୁ କହିଥିଲେ, ତୁମ୍ଭେମାନେ ନିଜ ନିଜ ପାଇଁ ନିରାପତ୍ତା ସହର ବାଛିବା ପାଇଁ। 3 ଯଦି କୌଣସି ନରହତ୍ୟାକାରୀ ଭୁଲରେ ଓ ଅଜ୍ଞାତସାରରେ କାହାକୁ ବଧ କରେ ସେ ସେହି ନିରାପଦ ସହରକୁ ପଳାଇ ଯାଇପାରେ। ତେଣୁ ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।
4 ଏହି କଥା ଜଣେ ପଳାୟନକାରୀ ନିଶ୍ଚିତ କରିବ। “ନିଜ ସହରରୁ ପଳାୟନ କରୁଥିବା ଜଣେ ଲୋକ ନଗରର ପ୍ରବେଶ ଫାଟକ ପର୍ଯ୍ୟନ୍ତ ଦୌଡ଼ି ସେଠାରେ ବନ୍ଦ କରିବା ଉଚିତ୍। ତା’ ପ୍ରତି କ’ଣ ଘଟିଲା ସେ ନିହାତି ମୂଖ୍ୟ ଲୋକମାନଙ୍କୁ କହିବ। ତା'ପରେ ମୂଖ୍ୟମାନେ ତାକୁ ନଗରରେ ପ୍ରବେଶ କରିବାକୁ ଅନୁମତି ଦେବେ। ସେମାନେ ତାକୁ ସେମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେଇ ପାରନ୍ତି। 5 କିନ୍ତୁ ଯେଉଁ ଲୋକମାନେ ତା’ ପଛରେ ଗୋଡ଼ାଇ ଆସିବେ ନିଶ୍ଚିତ ଭାବରେ ସେମାନେ ଆସି ଏହି ନଗରରେ ପହଞ୍ଚି ପାରନ୍ତି। ଯଦି ଏହିପରି ଘଟଣା ଘଟେ ସହରର ପ୍ରାଚୀନ ବର୍ଗମାନେ ତାହାକୁ ପ୍ରତିଶୋଧ ନେବା ପାଇଁ ଆସିଥିବା ଲୋକମାନଙ୍କୁ ହସ୍ତାନ୍ତର କରିବେ ନାହିଁ। କାରଣ ସେ ଦୁର୍ଘଟଣା ବଶତଃ ଜଣେ ବ୍ୟକ୍ତିକୁ ହତ୍ୟା କରିଥିଲା। ସେ ରାଗି କରି କିମ୍ବା ଦ୍ୱେଷରେ ବା ଇଚ୍ଛାକରି ତାକୁ ହତ୍ୟା କରି ନ ଥିଲା। ଏହା ଦୁର୍ଘଟଣା ବଶତଃ ହୋଇଥିଲା। 6 ସେହି ଲୋକଟି ସେଠାରେ ସେହି ପର୍ଯ୍ୟନ୍ତ ରହିବ ଯେପର୍ଯ୍ୟନ୍ତ ସେ ବିଗ୍ଭରକ ମଣ୍ଡଳୀ ସାକ୍ଷାତରେ ଠିଆ ହୋଇଥିବେ। ପୁଣି ସେହି ସମୟରେ ମହାଯାଜକର ମୃତ୍ୟୁ ହେବାଯାଏ, ସେ ସେହି ନଗରରେ ବାସ କରିବ। ଏହା ପରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ନିଜର ସେହି ନଗରକୁ ଓ ନିଜ ଗୃହକୁ ଫେରିଯିବ।”
7 ତେଣୁ ଇସ୍ରାଏଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହା “ନିରାପଦ ସହର” ନାମରେ ପରିଚିତ। ସେହି ସହରଗୁଡ଼ିକ ଥିଲା। ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ୍ ଓ ଯିହୁଦାର ପର୍ବତମୟ ଦେଶରେ କିରିୟଥ-ଅର୍ବ (ହିବ୍ରୋଣ) ପ୍ରତିଷ୍ଠା କଲେ। 8 ଏହା ପରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲିୟଦରେ ରାମୋତ୍ ମନଃଶି ବଂଶର ବାଶନର ଗୋଲନ୍ ନିରୂପଣ କଲେ।
9 ସେମାନଙ୍କ ମଧ୍ୟରେ ବାସ କରୁଥିବା ଯଦି ଜଣେ ବିଦେଶୀ ଅନିଛାରେ ଜଣେ ବ୍ୟକ୍ତିକୁ ହତ୍ୟାକରେ, ତାକୁ ଯେକୌଣସି ନିରାପଦ ସହରକୁ ଯିବା ପାଇଁ ଅନୁମତି ଦିଆଯିବ। ତା'ହେଲେ ସେହି ମନୁଷ୍ୟଟି ନିରାପଦ ହେବ ଏବଂ ପ୍ରତିଶୋଧ ପାଇଁ ଗୋଡ଼ାଇଥିବା ସମ୍ପର୍କୀୟମାନଙ୍କ ଦ୍ୱାରା ମୃତ୍ୟୁଦଣ୍ଡରେ ଦଣ୍ତିତ ହେବ ନାହିଁ। ନ୍ୟାୟାଳୟରେ ବିଗ୍ଭର ହେବା ପର୍ଯ୍ୟନ୍ତ ସେହି ନିରାପଦ ସହରରେ ରହିବ।
ମନ୍ଦିର ଧ୍ୱଂସ ବିଷୟରେ ଭବିଷ୍ୟଦ୍ବାଣୀ
(ମାର୍କ 13:1-31; ଲୂକ 21:5-33)
24 ଯୀଶୁ ମନ୍ଦିର ଛାଡ଼ି ବାହାରି ଆସିଲେ ଓ ଗ୍ଭଲି ଯାଉଥିଲେ। ସେହି ସମୟରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦେଖାଇବା ପାଇଁ ତାହାଙ୍କ ପାଖକୁ ଆସିଲେ। 2 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏହି ଭବନଗୁଡ଼ିକୁ ତୁମ୍ଭେମାନେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ସବୁତକ ଭବନ ଧ୍ୱଂସ ହୋଇଯିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବ ନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼େଇ ହୋଇ ପଡ଼ିବ।”
3 ପରେ ଯେତେବେଳେ ଯୀଶୁ ଜୀତପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ୟମାନେ ସେ ଏକାନ୍ତରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କେବେ ଘଟିବ? କେଉଁ ସଙ୍କେତ ଦେଖାଇବ ଯେ ଆପଣଙ୍କ ପୁନର୍ବାର ଆସିବା ଓ ଜଗତର ଅନ୍ତ ହେବା ସମୟ ହେଲାଣି?”
4 ଯୀଶୁ ଉତ୍ତର ଦେଲେ, “ସାବଧାନ ହୁଅ! ତୁମ୍ଭମାନଙ୍କୁ ଯେପରି କେହି ପଥଭ୍ରଷ୍ଟ ନ କରେ। 5 ମୁଁ ତୁମ୍ଭମାନଙ୍କୁ ଏ କଥା ଏଥିପାଇଁ କହୁଛି ଯେ, ଅନେକ ଲୋକ ମୋ’ ନାମରେ ଆସିବେ ଓ କହିବେ ‘ମୁଁ ନିଜେ ଖ୍ରୀଷ୍ଟ,’ ଓ ସେମାନେ ଅନେକ ଲୋକଙ୍କୁ ପଥଭ୍ରଷ୍ଟ କରିବେ। 6 ତୁମ୍ଭେମାନେ ଯୁଦ୍ଧ ବିଷୟରେ ଓ ଯୁଦ୍ଧର ଗୁଜବ ବିଷୟରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। 7 ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧରେ ଓ ଗୋଟିଏ ରାଜ୍ୟ ଅନ୍ୟ ଗୋଟିଏ ରାଜ୍ୟ ବିରୁଦ୍ଧରେ ଠିଆ ହେବ। ବିଭିନ୍ନ ସ୍ଥାନରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହେବ। 8 କିନ୍ତୁ ଏ ଘଟଣାଗୁଡ଼ିକ କେବଳ ପ୍ରଥମ ପ୍ରସବବେଦନା ଭଳି ହେବ।
9 “ସେତେବେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ୟବହାର କରିବେ। ସେମାନେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ପାଇଁ ଧରାଇ ଦେବେ। ସେମାନେ ତୁମ୍ଭମାନଙ୍କୁ ମାରିଦେବେ। ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। 10 ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ। 11 ଅନେକ ଭଣ୍ଡ ଭବିଷ୍ୟଦ୍ବକ୍ତା ବାହାରିବେ। ସେମାନେ ଅନେକ ଲୋକଙ୍କୁ ଠକିବେ, ଓ ସେମାନଙ୍କ କଥାରେ ପଡ଼ି ଅନେକ ଲୋକ ଭୁଲ୍ କଥାରେ ବିଶ୍ୱାସ କରିବେ। 12 ସଂସାରରେ ମନ୍ଦ ବଢ଼ି ବଢ଼ି ଗ୍ଭଲିବ। ଅଧିକାଂଶ ବିଶ୍ୱାସୀ ଲୋକଙ୍କର ପରମେଶ୍ୱରଙ୍କ ପ୍ରେମ ଲୋପ ପାଇଯିବ। 13 କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହିବ ସେ ଉଦ୍ଧାର ପାଇବ। 14 ଈଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ସାରା ଜଗତରେ ପ୍ରଗ୍ଭରିତ ହେବ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା'ପରେ ଅନ୍ତକାଳ ଆସିବ।
2010 by World Bible Translation Center