Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 83:1-4

ଆସଫର ଏକ ପ୍ରଶଂସା ଗୀତ।

83 ହେ ପରମେଶ୍ୱର, ତୁମ୍ଭେ ନୀରବ ରୁହ ନାହିଁ!
    ତୁମ୍ଭର କାନ ବନ୍ଦ କର ନାହିଁ!
    ହେ ପରମେଶ୍ୱର, ଦୟାକରି କିଛି କୁହ!
ହେ ପରମେଶ୍ୱର, ତୁମ୍ଭର ଶତ୍ରୁଗଣ ତୁମ୍ଭ ବିରୁଦ୍ଧରେ ଯୋଜନା କରୁଛନ୍ତି
    ଏବଂ ସେମାନେ ଶୀଘ୍ର ତୁମ୍ଭକୁ ଆକ୍ରମଣ କରିବେ।
ସେମାନେ ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ଗୁପ୍ତ ମନ୍ତ୍ରଣା କରନ୍ତି।
    ତୁମ୍ଭର ଶତ୍ରୁଗଣ ତୁମ୍ଭ ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ଯୋଜନା କରୁଛନ୍ତି।
ସେହି ଶତ୍ରୁମାନେ କହନ୍ତି, “ଆସ ଆମ୍ଭେମାନେ ସେମାନଙ୍କୁ ପୁରାପୁରି ଧ୍ୱଂସ କରିଦେବା, ତେବେ ସେମାନେ ଗୋଟିଏ ଜାତି ହୋଇ ରହିବେ ନାହିଁ।
    ତାହାହେଲେ ଇସ୍ରାଏଲର ନାମକୁ କେହି ମନେପକାଇବେ ନାହିଁ।”

ଗୀତସଂହିତା 83:9-10

ହେ ପରମେଶ୍ୱର, ଶତ୍ରୁମାନଙ୍କୁ ଏପରି ପରାସ୍ତ କର, ଯେପରି ମିଦିୟନମାନଙ୍କୁ,
    ସୀଷରା ଓ ଯାବୀନକୁ କିଶୋନ ନଦୀ ନିକଟରେ ପରାସ୍ତ କରିଥିଲ।
10 ସେମାନଙ୍କୁ ଐନଦୋର ନିକଟରେ ପରାସ୍ତ କଲ
    ଏବଂ ସେମାନଙ୍କ ଶରୀର ସେହି ସ୍ଥାନରେ ସଢ଼ି ଗଲା।

ଗୀତସଂହିତା 83:17-18

17 ହେ ପରମେଶ୍ୱର, ସେମାନଙ୍କୁ ଭୟଭୀତ ଓ ଚିରଦିନ ପାଇଁ ଲଜ୍ଜିତ କର।
    ସେମାନଙ୍କୁ ଅପମାନିତ କର ଓ ବିନାଶ କର।
18 ଏହା ପରେ ସେମାନେ ଜାଣିବେ ଯେ,
    ଯାହାର ନାମ ଯିହୋବାଃ,
ତୁମ୍ଭେ ପ୍ରକୃତରେ, ସମୁଦାୟ ଭୂମଣ୍ଡଳରେ
    ସର୍ବୋପରିସ୍ଥ ପରମେଶ୍ୱର ଅଟ।

ଏଷ୍ଟର ବିବରଣ 7

ହାମ‌ନଙ୍କୁ ଫାଶି ଦିଆଗଲା

ତେଣୁ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍ ଦ୍ରାକ୍ଷାରସ ପାନ କରିବାକୁ ଗଲେ। ସେହି ଦ୍ୱିତୀୟ ଦିନ ରାଜା ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ ପୁନର୍ବାର କହିଲେ, “ରାଣୀ ଏଷ୍ଟର! ତୁମ୍ଭର ନିବେଦନ କ’ଣ? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ଇଚ୍ଛା କ’ଣ? ତହା ମୋର ଅର୍ଦ୍ଧେକ ରାଜ୍ୟ ହେଲେ ହେଁ ମୁଁ ତାହା ତୁମ୍ଭକୁ ଦେବି।”

ଏହା ପରେ ରାଣୀ ଏଷ୍ଟର କହିଲେ, “ହେ ମହାରାଜ, ମୁଁ ଯଦି ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ ଯେବେ ମହାରାଜ ସନ୍ତୁଷ୍ଟ ହୋଇଛନ୍ତି, ତେବେ ମୋହର ନିବେଦନ ଅନୁସାରେ ମୋ’ ପ୍ରାଣ ଓ ମୋର ପ୍ରାର୍ଥନାନୁସାରେ ମୋ’ ଲୋକମାନଙ୍କୁ ମୋତେ ଦିଆଯାଉ। କାରଣ ମୁଁ ଓ ମୋହର ଲୋକମାନେ ସଂହାରିତ, ହତ ଓ ବିନଷ୍ଟ ହେବା ନିମନ୍ତେ ବୀକ୍ରି ହୋଇଅଛୁ। ଯଦି ଆମ୍ଭେ ମାତ୍ର କ୍ରୀତଦାସ ରୂପେ ବିକ୍ରୀ ହୋଇଥାଆନ୍ତୁ ମୁଁ ନୀରବ ହୋଇ ରହିଥା’ନ୍ତି। ଯଦି ଏହା ରାଜାଙ୍କୁ ବିବ୍ରତ କଲାପରି ଆମ୍ଭର ଅସୁବିଧା ହୋଇ ନ ଥା’ନ୍ତା।”

ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକି କହିଲା, “ଯେ ଏପର୍ଯ୍ୟନ୍ତ କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି। ସେ କିଏ ଓ ସେ କେଉଁଠାରେ ଅଛି?”

ଏଷ୍ଟର କହିଲା, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ।”

ତହିଁରେ ରାଜା ଓ ରାଣୀ ସାକ୍ଷାତରେ ହାମନ୍ ଭୀତ ହେଲା। ଆଉ ରାଜା କ୍ରୋଧରେ ଦ୍ରାକ୍ଷାରସ ପାନ ଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା। ତହିଁରେ ରାଜାଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣଭିକ୍ଷା ମାଗିଲା। ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସର ପାନଶାଳାକୁ ଲେଉଟି ଆସିଲା, ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲା ହାମନ୍ ତହିଁ ଉପରେ ବସି ପଡ଼ିଲା। ତେଣୁ ରାଜା କହିଲା, “ଏ କ’ଣ ଗୃହ ମଧ୍ୟରେ ମୋ’ ସାକ୍ଷାତରେ ରାଣୀକୁ ବଳାତ୍କାର କରିବ?”

ଏହିକଥା ରାଜା ମୁଖରୁ ବାହାରିବା ମାତ୍ରେ ଲୋକମାନେ ହାମ‌ନ୍‌ର ମୁଖ ଢାଙ୍କି ପକାଇଲେ। ଏହା ପରେ ରାଜାର ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲା, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଗ୍ଭଶ୍ ହାତ ଉଚ୍ଚ ଫାଶିକାଠ ପ୍ରସ୍ତୁତ କରିଅଛି। ତାହା ହାମା‌ନ୍‌ର ଗୃହରେ ସ୍ଥାପିତ ହୋଇଅଛି।”

ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶି ଦିଅ।”

10 ଏଥିରେ ହାମନ୍, ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମ‌ନ୍‌କୁ ଫାଶି ଦେଲେ। ତହିଁରେ ରାଜାଙ୍କର କ୍ରୋଧ ଶାନ୍ତ ହେଲା।

ମାଥିଉ ଲିଖିତ ସୁସମାଗ୍ଭର 24:45-51

ଉତ୍ତମ ଓ ମନ୍ଦ ସେବକ

(ଲୂକ 12:41-48)

45 “କିଏ ବିଶ୍ୱାସ ଯୋଗ୍ୟ ଓ ବିଜ୍ଞ ଗ୍ଭକର? ଯିଏ ଅନ୍ୟ ଗ୍ଭକରମାନଙ୍କୁ ଠିକ୍ ସମୟରେ ସେମାନଙ୍କର ଖାଦ୍ୟ ଦେବ, ମାଲିକ ସେହିଭଳି ଗ୍ଭକରକୁ ବିଶ୍ୱାସ କରିଥା’ନ୍ତି। କିଏ ସେ ଗ୍ଭକର, ସେହି କାମ କରିବା ପାଇଁ, ସେ କେଉଁ ଗ୍ଭକରକୁ ବିଶ୍ୱାସ କରିବେ? 46 ଯେତେବେଳେ ମାଲିକ ଫେରି ଆସି ଦେଖିବେ ଯେ ସେ ଗ୍ଭକରଟିକୁ ଯେଉଁ କାମ ଦେଇଥିଲେ, ସେ ସେହି କାମ ଠିକ୍ ଭାବରେ କରୁଛି, ସେତେବେଳେ ସେ ଗ୍ଭକରଟି ଉପରେ ବହୁତ ଖୁସୀ ହେବ। 47 ମୁଁ ତୁମ୍ଭକୁ ସତ୍ୟ କହୁଛି, ମାଲିକ ତାହାଙ୍କ ନିଜର ସମସ୍ତ ସମ୍ପତ୍ତିର ଦାୟିତ୍ୱ ଦେବା ପାଇଁ ସେହି ଗ୍ଭକରଟିକୁ ବାଛିବେ।

48 “ଅନ୍ୟ ପକ୍ଷରେ ଗ୍ଭକରଟି ଯଦି ମନ୍ଦ ଲୋକ ହୋଇଥିବ, ଏବଂ ସେ ମନେ ମନେ ଭାବିବ ଯେ ମାଲିକ ଏତେ ଶୀଘ୍ର ଆସିବେ ନାହିଁ। 49 ତେବେ ସେ ଅନ୍ୟ ଗ୍ଭକରମାନଙ୍କୁ ପିଟିବା ଆରମ୍ଭ କରିଦେବ। ସେ ଖାଇ ଓ ଅନ୍ୟ ଲୋକମାନଙ୍କ ସହିତ ମଦ୍ୟପାନ କରି ରହିବ। 50 ଗ୍ଭକରଟି ଆଶା କରି ନ ଥିବା ଦିନ ଓ ତାକୁ ଜଣା ନ ଥିବା ସମୟରେ ସେ ମାଲିକ ଆସି ପହଞ୍ଚିବେ। 51 ମାଲିକ ତାକୁ କଠିନ ଶାସ୍ତି ଦେବେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠାରେ ଲୋକମାନେ କାନ୍ଦନ୍ତି ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରନ୍ତି ସେହି ସ୍ଥାନକୁ ପଠାଇଦେବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center