Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 100

ଧନ୍ୟବାଦାର୍ଥକ ଗୀତ।

100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
    ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
    ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
    ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
    ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
    ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
ସଦାପ୍ରଭୁ ଉତ୍ତମ ଅଟନ୍ତି।
    ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
    ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।

ଆଦିପୁସ୍ତକ 48:15-22

15 ଅନନ୍ତର ଇସ୍ରାଏଲ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ,

“ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋର ପୂର୍ବପୁରୁଷ ଅବ୍ରହାମ ଓ ଇ‌ସ୍‌ହାକ ଗମନାଗମନ କରିଥିଲେ।
    ଯେଉଁ ପରମେଶ୍ୱର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି।
16 ସେ ଦୂତ ଥିଲେ ଯିଏ ମୋତେ ବିପଦରୁ ଉଦ୍ଧାର କରିଛନ୍ତି।
    ମୁଁ ପ୍ରାର୍ଥନା କରୁଛି ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ।
ସେମାନେ ମୋ’ ନାମ
    ମୋର ପୂର୍ବପୁରୁଷ ଅବ୍ରହାମ ଓ ଇ‌ସ୍‌ହାକଙ୍କ ନାମ ବହନ କରିବେ।
ମୁଁ ପ୍ରାର୍ଥନା କରୁଛି, ସେମାନେ ବୃଦ୍ଧି ପାଇବେ ଏବଂ ଦେଶ ସେମାନଙ୍କର ପରିବାର ଦ୍ୱାରା ଜନପୂର୍ଣ୍ଣ ହୋଇଯିବ।”

17 ଯୋଷେଫ ଦେଖିଲେ, ତାଙ୍କର ପିତା ତାଙ୍କର ପୁତ୍ର ଇଫ୍ରୟିମଙ୍କ ମୁଣ୍ଡରେ ଦକ୍ଷିଣ ହସ୍ତ ରଖିଥିଲେ। ଏହା ଯୋଷେଫଙ୍କୁ ଖୁସୀ କରି ନ ଥିଲା। ଯୋଷେଫ ତାଙ୍କର ହସ୍ତକୁ ଧରି ଇଫ୍ରୟିମଙ୍କ ମୁଣ୍ଡରୁ କାଢ଼ିଲେ ଏବଂ ସେହି ହସ୍ତକୁ ମନଃଶିର ମୁଣ୍ଡରେ ଥୋଇଲେ। 18 ଯୋଷେଫ ତାଙ୍କର ପିତାଙ୍କୁ କହିଲେ, “ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ଭୁଲରେ ରଖି ଅଛନ୍ତି। ମନଃଶି ପ୍ରଥମଜାତ ସନ୍ତାନ। ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ମନଃଶିର ମସ୍ତକରେ ରଖନ୍ତୁ।”

19 କିନ୍ତୁ ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ଜାଣେ ଯେ, ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମହାନ ହେବ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା'ଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁ ଗୋଷ୍ଠୀକ ହେବ।”

20 ତେଣୁ ଇସ୍ରାଏଲ ସେ ଉଭୟଙ୍କୁ ଆଶୀର୍ବାଦ କରି କହିଲେ,

“ଯେତେବେଳେ ଇସ୍ରାଏଲର ଲୋକମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରିବେ
    ସେମାନେ ତୁମ୍ଭର ନାମ ନେବେ।
ସେମାନେ କହିବେ,
    ‘ଇଫ୍ରୟିମ ଓ ମନଃଶି ପରି ପରମେଶ୍ୱର ତୁମ୍ଭଙ୍କୁ କରନ୍ତୁ।’”

ଏହି ପ୍ରକାରରେ ଇସ୍ରାଏଲ ମନଃଶିଠାରୁ ଇଫ୍ରୟିମଙ୍କୁ ମହାନ କଲେ।

21 ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୋର ମୃତ୍ୟୁ ସମୟ ପ୍ରାୟ ସନ୍ନିକଟ। ପରମେଶ୍ୱର ତୁମ୍ଭକୁ ସଦୟ ହୁଅନ୍ତୁ। ସେ ତୁମ୍ଭକୁ ପୁନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନେଇ ଯିବେ। 22 ମୁଁ ତୁମ୍ଭକୁ ଯାହାକିଛି ଦେଲି ତୁମ୍ଭ ଭାଇମାନଙ୍କୁ ଦେଇ ନ ଥିଲି, ମୁଁ ଆପଣା ଖ‌‌‌‌ଡ଼୍‌‌‌‌ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:1-11

ମୁକ୍ତପ୍ରାପ୍ତ ଲୋକଙ୍କର ଗୀତ

14 ତା'ପରେ ମୁଁ ମୋ’ ସମ୍ମୁଖରେ ମେଷଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହୋଇଥିଲେ। ତାହାଙ୍କ ସହିତ 144,000 ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲେଖାଥିଲା।

ମୁଁ ସ୍ୱର୍ଗରୁ ମହାଜଳପ୍ରପାତ ଓ ମହାବଜ୍ରନାଦ ଭଳି ଏକ ଏକ ସ୍ୱର ଶୁଣିଲି। ଏହା ବୀଣାବାଦକମାନେ ସେମାନଙ୍କର ବୀଣାବାଦନ କରିବାପରି ମନେ ହେଲା। ଏହି ଲୋକମାନେ ସିଂହାସନ ସମ୍ମୁଖରେ ଗ୍ଭରି ଜଣ ଜୀବନ୍ତ ପଶୁଙ୍କ ସମ୍ମୁଖରେ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କେବଳ 144,000 ଜଣ ଲୋକମାନଙ୍କ ଛଡ଼ା କେହିହେଲେ ଏହି ଗୀତ ଶିଖି ପାରିଲେ ନାହିଁ।

ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି। ସେମାନେ କେବେ ମିଥ୍ୟା କହନ୍ତି ନାହିଁ। ସେମାନେ ସର୍ବଦା ନିର୍ଦ୍ଦୋଷ।

ତିନି ଜଣ ସ୍ୱର୍ଗଦୂତ

ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତ ଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦେବା ପାଇଁ ସେହି ସ୍ୱର୍ଗଦୂତଙ୍କ ପାଖରେ ଏକ ଅନନ୍ତକାଳୀନ ସୁସମାଗ୍ଭର ଥିଲା। ସେହି ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ କହିଲେ, “ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ୱରଙ୍କ ଦ୍ୱାରା ଲୋକମାନଙ୍କୁ ବିଗ୍ଭର କରିବା ସମୟ ଉପସ୍ଥିତ। ପରମେଶ୍ୱରଙ୍କର ଉପାସନା କର। ସେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।”

ତା'ପରେ ଦ୍ୱିତୀୟ ଦୂତ ଜଣକ, ପ୍ରଥମ ସ୍ୱର୍ଗଦୂତଙ୍କୁ ଅନୁସରଣ କରି କହିଲେ, “ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦେଖାଇ ଭ୍ରଷ୍ଟାଗ୍ଭର କାମ ଓ ପରମେଶ୍ୱରଙ୍କ କ୍ରୋଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହୋଇଯାଇଛି।”

ତା'ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ୱରରେ ଅନୁସରଣ କରି କହିଲେ, “ଯଦି କେହି ଲୋକ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା’ ନିଜ କପାଳରେ ଓ ହାତରେ ତା'ର ଚିହ୍ନ ଧାରଣ କରେ, 10 ସେହି ଲୋକ ପରମେଶ୍ୱରଙ୍କ କ୍ରୋଧର ସୁରା ପାନ କରିବ। ଏହି ସୁରା ପରମେଶ୍ୱରଙ୍କ କ୍ରୋଧର ପାତ୍ରରେ ଅମିଶ୍ରିତ ଭାବେ ଢଳା ହୋଇଛି। ସେ ପବିତ୍ର ଦୂତଗଣ ଓ ମେଷଶାବକଙ୍କ ସମ୍ମୁଖରେ ଜ୍ୱଳନ୍ତ ଗନ୍ଧକରେ ଯନ୍ତ୍ରଣା ପାଇବ। 11 ସେମାନଙ୍କ ଯନ୍ତ୍ରଣାର ଧୂଆଁ ସବୁବେଳ ପାଇଁ ଉଠୁଥିବ। ସେମାନଙ୍କୁ ଯନ୍ତ୍ରଣାରୁ ଦିନରାତି କେବେ ହେଲେ ଆରାମ ମିଳିବ ନାହିଁ, କାରଣ ସେମାନେ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center