Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 34:11-16

11 ତେଣୁ ମୋର ପ୍ରଭୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଜେ ଆମ୍ଭ ମେଷମାନଙ୍କର ପାଳକ ହେବୁ। ଆମ୍ଭେ ସେମାନଙ୍କର ଅନ୍ୱେଷଣ କରିବୁ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱ ନେବୁ। 12 ଯେପରି ଜଣେ ମେଷପାଳକ ନିଜର ଛିନ୍ନଭିନ୍ନ ମେଷମାନଙ୍କର ଅନୁସନ୍ଧାନ କରେ, ସେହିପରି ମୁଁ ମୋର ମେଷମାନଙ୍କର ତତ୍ତ୍ୱାବଧାନ କରିବି। ଆଉ ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେସବୁ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବି। 13 ଏବଂ ମୁଁ ନାନା ଜାତିମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବି ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବି। ଏବଂ ମୁଁ ସେମାନଙ୍କୁ ଇସ୍ରାଏଲର ପର୍ବତମାନଙ୍କରେ, ଝରଣାଗୁଡ଼ିକ ନିକଟରେ ଓ ଦେଶର ବନ୍ଦୋବସ୍ଥ ସ୍ଥାନଗୁଡ଼ିକରେ ଚରାଇବି। 14 ମୁଁ ସେମାନଙ୍କୁ ଉତ୍ତମ ଗ୍ଭରଣଭୂମିରେ ଚରାଇବି। ଏବଂ ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତମାନଙ୍କ ଉପରେ ସେମାନଙ୍କର ଗୋଠ ହେବ। ସେହି ସ୍ଥାନରେ ସେମାନେ ଉତ୍ତମ ଗୋଠରେ ଶୟନ କରିବେ ଓ ଇସ୍ରାଏଲର ପର୍ବତଗୁଡ଼ିକର ପୁଷ୍ଟିକର ଗ୍ଭରଣଭୂମିରେ ସେମାନେ ଚରିବେ। 15 ହଁ, ମୁଁ ନିଜ ମେଷମାନଙ୍କୁ ଚରାଇବି ଓ ସେମାନଙ୍କୁ ଉତ୍ତମ ସ୍ଥାନରେ ଶୟନ କରାଇବି।” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।

16 “ହଜି ଯାଇଥିବା ମେଷମାନଙ୍କୁ ମୁଁ ଅନ୍ୱେଷଣ କରିବି ଆଉ ଛିନ୍ନଭିନ୍ନ ହୋଇଥିବା ମେଷମାନଙ୍କୁ ଫେରାଇ ଆଣିବି। ଏବଂ ଆହତ ମେଷର କ୍ଷତରେ ପଟି ବାନ୍ଧିବି ଓ ଦୁର୍ବଳକୁ ସବଳ କରିବି। କିନ୍ତୁ ମୁଁ ସେହି ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବି ଓ ଯଥାର୍ଥ ଭାବେ ସେମାନଙ୍କୁ ମଣିବି।”

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 34:20-24

20 ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “କିନ୍ତୁ ଦେଖ, ମୁଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଗ୍ଭର କରିବି। 21 ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ସେମାନଙ୍କୁ ଦୂରକୁ ତଡ଼ିଦେବା ପର୍ଯ୍ୟନ୍ତ ନିଜ ଶୃଙ୍ଗରେ ଠେଲି ଦେଉଅଛ। 22 କିନ୍ତୁ ମୁଁ ମୋର ପଲକୁ ରକ୍ଷା କରିବି। ସେମାନେ ଆଉ ବନ୍ୟ ପଶୁମାନଙ୍କ ଦ୍ୱାରା ଧ୍ୱଂସ ହେବେ ନାହିଁ। ଏବଂ ମୁଁ ଯଥାର୍ଥ ଭାବରେ ସେମାନଙ୍କର ବିଗ୍ଭର କରିବି। 23 ପୁଣି ସେମାନଙ୍କ ଉପରେ ମୋର ମେଷପାଳକ ଦାଉଦଙ୍କୁ ନିଯୁକ୍ତ କରିବି। ସେ ସେମାନଙ୍କୁ ଚରାଇବ ଓ ସେମାନଙ୍କର ପାଳକ ହେବ। 24 ମୁଁ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବି ଓ ମୋର ଦାସ ଦାଉଦ ସେମାନଙ୍କ ମଧ୍ୟରେ ପ୍ରଭୁ ହେବ। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।

ଗୀତସଂହିତା 100

ଧନ୍ୟବାଦାର୍ଥକ ଗୀତ।

100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
    ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
    ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
    ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
    ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
    ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
ସଦାପ୍ରଭୁ ଉତ୍ତମ ଅଟନ୍ତି।
    ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
    ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।

ଏଫିସୀୟଙ୍କ ପ୍ରତି ପତ୍ର 1:15-23

ପାଉଲଙ୍କ ପ୍ରାର୍ଥନା

15 ସେଥିପାଇଁ ମୁଁ ଯେତେବେଳେ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ନିରନ୍ତର ଧନ୍ୟବାଦ ଅର୍ପଣ କଲି। 16 ନିଜର ପ୍ରାର୍ଥନାରେ ମୁଁ ତୁମ୍ଭମାନଙ୍କୁ ମନେ ପକାଉଛି। 17 ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ୱରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସେହି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ୱର ବିଷୟକ ସମସ୍ତ ତଥ୍ୟକୁ ସ୍ପଷ୍ଟ କରିଦେବ, ଯାହା ଫଳରେ ତୁମ୍ଭେମାନେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।

18 ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ। 19 ତୁମ୍ଭେମାନେ ଏହା ମଧ୍ୟ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ୱାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ୱରଙ୍କ ଶକ୍ତି କେତେ ମହାନ୍। 20 ଏହି ଶକ୍ତି ହେଉଛି ସେହି ଶକ୍ତି, ଯେଉଁ ଶକ୍ତି ବଳରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌‌ଥିତ କରିଥିଲେ। ସ୍ୱର୍ଗ ରାଜ୍ୟରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ତାହାଙ୍କ ଡାହାଣ ପଟରେ ବସାଇ ଅଛନ୍ତି। 21 ପରମେଶ୍ୱର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ ପଦ ଦେଇଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାରରେ ଥିବା ଯେକୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ। 22 ପରମେଶ୍ୱର ସବୁକିଛି ଖ୍ରୀଷ୍ଟଙ୍କ ଅଧୀନରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ୟ ରୂପେ ସ୍ଥାପିତ କରିଛନ୍ତି। 23 ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହୋଇଅଛି। ସେ ସମସ୍ତ ବିଷୟ ପ୍ରତ୍ୟେକ ଉପାୟରେ ସମ୍ପୂର୍ଣ୍ଣ କରନ୍ତି।

ମାଥିଉ ଲିଖିତ ସୁସମାଗ୍ଭର 25:31-46

ମନୁଷ୍ୟପୁତ୍ର ସମସ୍ତଙ୍କର ବିଗ୍ଭର କରିବେ

31 “ମନୁଷ୍ୟପୁତ୍ର ପୁଣି ଥରେ ଆସିବେ, ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ୱର୍ଗଦୂତମାନେ ଆସିବେ। ସେ ରାଜା ହେବେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ। 32 ମନୁଷ୍ୟପୁତ୍ରଙ୍କ ଆଗରେ ଜଗତର ସବୁ ଲୋକେ ଏକାଠି ହେବେ। ତା'ପରେ ମନୁଷ୍ୟପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳରେ ବାଣ୍ଟି ଦେବେ। ଜଣେ ଜଗୁଆଳ ଯେପରି ଛେଳିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସେହିପରି ଅଟେ। 33 ମନୁଷ୍ୟପୁତ୍ର ମେଷମାନଙ୍କୁ ତାହାଙ୍କ ଡାହାଣ ପଟେ ରଖିବେ ଓ ଛାଗକୁ ତାହାଙ୍କ ବାମ ପଟେ ରଖିବେ।

34 “ତା'ପରେ ରାଜା ତାହାଙ୍କ ଡାହାଣ ପଟରେ ଥିବା ଲୋକମାନଙ୍କୁ କହିବେ, ‘ଆସ, ମୋର ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ୱର ତୁମ୍ଭକୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହେବା କାଳରୁ ତୁମ୍ଭ ପାଇଁ ସେ ରାଜ୍ୟ ପ୍ରସ୍ତୁତ ହୋଇ ସାରିଛି।” 35 ତୁମ୍ଭେ ଏହି ରାଜ୍ୟ ଲାଭ କରିବ କାରଣ ମୁଁ ଯେତେବେଳେ ଭୋକିଲା ଥିଲି, ସେତେବେଳେ ତୁମେ ମୋତେ ଖାଇବାକୁ ଦେଇଥିଲ। ମୋତେ ଶୋଷ ଲାଗୁଥିବା ସମୟରେ ମୋତେ କିଛି ପିଇବାକୁ ଦେଇଛ। ମୁଁ ଘରଠାରୁ ଦୂରରେ ଏକୁଟିଆ ଥିଲି। ତୁମ୍ଭେ ମୋତେ ତୁମ୍ଭ ଘରକୁ ଡାକିଥିଲ। 36 ମୋର କୌଣସି ଲୁଗାପଟା ନ ଥିଲା, ଏବଂ ତୁମ୍ଭେ ମୋତେ ପିନ୍ଧିବାକୁ ଦେଇଥିଲ। ମୁଁ ଅସୁସ୍ଥ ଥିଲି, ତୁମ୍ଭେ ମୋର ଯତ୍ନ ନେଇଥିଲ, ମୁଁ କାରାଗାରରେ ଥିଲି। ତୁମ୍ଭେ ମୋତେ ଦେଖିବାକୁ ଆସିଥିଲ।’

37 “ସେତେବେଳେ ଭଲ ଲୋକମାନେ ଉତ୍ତର ଦେବେ, ‘ହେ ପ୍ରଭୁ! ଆମ୍ଭେ କେତେବେଳେ ଆପଣଙ୍କୁ ଭୋକିଲା ଦେଖିଥିଲୁ ଓ ଖାଇବାକୁ ଦେଇଥିଲୁ? କେତେବେଳେ ଆମ୍ଭେ ଆପଣଙ୍କୁ ଶୋଷିଲା ଦେଖିଥିଲୁ ଓ ପିଇବାକୁ କିଛି ଦେଇଥିଲୁ? 38 କେତେବେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂରରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡାକିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ପୋଷାକ ନ ଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦେଇଥିଲୁ? 39 କେତେବେଳେ ଆପଣଙ୍କୁ ଆମ୍ଭେ ଅସୁସ୍ଥ ଅବସ୍ଥାରେ ବା କାରାଗାରରେ ଦେଖିଥିଲୁ ଓ ଆପଣଙ୍କର ଯତ୍ନ ନେଇଥିଲୁ?’

40 “ସେତେବେଳେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି। ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣକ ପାଇଁ ଯାହାକିଛି କଲ, ତାହା ତୁମ୍ଭେ ମୋ’ ପାଇଁ କଲ।’

41 “ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି। 42 କାରଣ ମୁଁ ଭୋକିଲା ଥିଲି କିନ୍ତୁ ତୁମ୍ଭେ ମୋତେ କିଛି ଖାଇବାକୁ ଦେଇ ନ ଥିଲ, 43 ମୁଁ ଶୋଷିଲା ଥିଲି କିନ୍ତୁ ତୁମ୍ଭେ ମୋତେ କିଛି ପିଇବାକୁ ଦେଇ ନ ଥିଲ। ମୁଁ ଏକୁଟିଆ ଘରଠାରୁ ଦୂରରେ ଥିଲି, କିନ୍ତୁ ତୁମ୍ଭେ ମୋତେ ଘର ଭିତରକୁ ଡାକିଲ ନାହିଁ, ମୋର ଲୁଗାପଟା ନ ଥିଲା, ମୋତେ ତୁମ୍ଭେ ପିନ୍ଧିବାକୁ କିଛି ଦେଇ ନ ଥିଲ। ମୁଁ ଅସୁସ୍ଥ ଥିଲି, ଓ କାରାଗାରରେ ଥିଲି ଓ ତୁମ୍ଭେ ମୋ’ ପାଇଁ ଚିନ୍ତା କରି ନ ଥିଲ।’

44 “ତା'ପରେ ସେମାନେ ମଧ୍ୟ ଉତ୍ତର ଦେବେ, ‘ପ୍ରଭୁ, ଆପଣଙ୍କୁ କେତେବେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତେବେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂରରେ ଦେଖିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନ ଥିବା ଅବସ୍ଥାରେ ବା ଅସୁସ୍ଥ ଅବସ୍ଥାରେ ବା କାରାଗାରରେ ଦେଖିଥିଲୁ? କେବେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାଯ୍ୟ କଲୁ ନାହିଁ?’

45 “ତା'ପରେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଯେତେବେଳେ ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଲୋକଙ୍କ ଭିତରୁ ଯେକୌଣସି ଲୋକକୁ ସାହାଯ୍ୟ କରିବାକୁ ମନାକଲ, ତୁମ୍ଭେ ମୋତେ ସାହାଯ୍ୟ କରିବା ପାଇଁ ମନାକଲ!’

46 “ତା'ପରେ ଏହି ଲୋକଗୁଡ଼ିକ ଗ୍ଭଲିଯିବେ, ସେମାନଙ୍କୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center