Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 80:1-7

ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।

80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
    ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
    ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ;
    ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
    ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
    କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
    ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
    ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।

ଗୀତସଂହିତା 80:17-19

17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
    ମନୁଷ୍ୟ[a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
    ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।

ଯିଖରିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 13

13 ମାତ୍ର ସେତେବେଳେ, ଏକ ନିର୍ଝର ଦାଉଦର ପରିବାର ଓ ଯିରୁଶାଲମ ନିବାସୀ ପାଇଁ ଖୋଲା ହେବ। ସେହି ଝରଣା ସେମାନଙ୍କର ପାପସବୁ ଓ ଅପବିତ୍ରତାକୁ ଧୋଇଦେବ।

ମିଥ୍ୟା ଭବିଷ୍ୟ‌ଦ୍‌ବକ୍ତା ଆଉ ହେବେ ନାହିଁ

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦେବା। ଏପରିକି ଲୋକମାନେ ସେମାନଙ୍କର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ୟ ଆମ୍ଭେ ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡ଼ିକୁ ପୃଥିବୀରୁ ବିଲୋପ କରିବା। ଯଦି କେହି ଭବିଷ୍ୟ‌ଦ୍‌ବାଣୀ କରୁଛି ତା'ର ପିତାମାତା ତାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା ବାକ୍ୟ କହିଛ।’ ତା'ର ପିତା ଏବଂ ମାତା ଯିଏ ତାକୁ ଧାରଣ କରିଛନ୍ତି ସେ ଯେତେବେଳେ ଭବିଷ୍ୟ‌ଦ୍‌ବାଣୀ କରିବ ତାକୁ ‌‌ଖ‌ଡ଼୍‌ଗରେ ବିନାଶ କରିବେ। ସେଦିନ ପ୍ରତ୍ୟେକ ଭବିଷ୍ୟ‌ଦ୍‌ବକ୍ତା ନିଜର କଳ୍ପିତ ଦର୍ଶନ ପାଇଁ ଲଜ୍ଜିତ ହେବେ। ସେମାନେ ଭବିଷ୍ୟ‌ଦ୍‌ବକ୍ତା ପରି ପ୍ରତାରିତ କରିବା ପାଇଁ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ। ସେହି ଲୋକମାନେ କହିବେ, ‘ମୁଁ ଜଣେ ଭବିଷ୍ୟ‌ଦ୍‌ବକ୍ତା ନୁହେଁ, ମୁଁ ଜଣେ କୃଷକ। ଏହି ଭୂମି ମୋର ବାଲ୍ୟକାଳରୁ ମୋର ଅଧିକାରରେ ଅଛି।’ କିନ୍ତୁ ଅନ୍ୟଲୋକମାନେ କହିବେ, ‘ତୁମ୍ଭର ହାତରେ ଏହି କ୍ଷତଗୁଡ଼ିକ କ’ଣ? ସେ ଉତ୍ତର ଦେବେ, ‘ମୁଁ ମୋ’ ବନ୍ଧୁମାନଙ୍କ ଗୃହରେ କ୍ଷତ ବିକ୍ଷତ ହୋଇଥିଲି।’”

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ହେ ‌‌ଖ‌ଡ଼୍‌ଗ, ଯାଅ! ଏବଂ ମେଷପାଳକ ଆମ୍ଭର ଘନିଷ୍ଟ ବନ୍ଧୁଙ୍କୁ ଆଘାତ କର। ମେଷପାଳକଙ୍କୁ ଆଘାତ କର, ଯେପରି ମେଷପଲ ପଳାୟନ କରିବେ। ଆମ୍ଭେ ଆପଣା ହସ୍ତ ସେହି କ୍ଷୁଦ୍ରମାନଙ୍କ ବିରୁଦ୍ଧରେ ଉଠାଇବା। ଦେଶର ଦୁଇ ତୃତୀୟାଂଶ ଲୋକ ଚ୍ଛେଦନ ହେବେ ଓ ମୃତ୍ୟୁବରଣ କରିବେ। ମାତ୍ର ଏକ ତୃତୀୟାଂଶ ଜୀବିତ ରହିବେ। ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:6-13

ତିନି ଜଣ ସ୍ୱର୍ଗଦୂତ

ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତ ଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦେବା ପାଇଁ ସେହି ସ୍ୱର୍ଗଦୂତଙ୍କ ପାଖରେ ଏକ ଅନନ୍ତକାଳୀନ ସୁସମାଗ୍ଭର ଥିଲା। ସେହି ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ କହିଲେ, “ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ୱରଙ୍କ ଦ୍ୱାରା ଲୋକମାନଙ୍କୁ ବିଗ୍ଭର କରିବା ସମୟ ଉପସ୍ଥିତ। ପରମେଶ୍ୱରଙ୍କର ଉପାସନା କର। ସେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।”

ତା'ପରେ ଦ୍ୱିତୀୟ ଦୂତ ଜଣକ, ପ୍ରଥମ ସ୍ୱର୍ଗଦୂତଙ୍କୁ ଅନୁସରଣ କରି କହିଲେ, “ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦେଖାଇ ଭ୍ରଷ୍ଟାଗ୍ଭର କାମ ଓ ପରମେଶ୍ୱରଙ୍କ କ୍ରୋଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହୋଇଯାଇଛି।”

ତା'ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ୱରରେ ଅନୁସରଣ କରି କହିଲେ, “ଯଦି କେହି ଲୋକ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା’ ନିଜ କପାଳରେ ଓ ହାତରେ ତା'ର ଚିହ୍ନ ଧାରଣ କରେ, 10 ସେହି ଲୋକ ପରମେଶ୍ୱରଙ୍କ କ୍ରୋଧର ସୁରା ପାନ କରିବ। ଏହି ସୁରା ପରମେଶ୍ୱରଙ୍କ କ୍ରୋଧର ପାତ୍ରରେ ଅମିଶ୍ରିତ ଭାବେ ଢଳା ହୋଇଛି। ସେ ପବିତ୍ର ଦୂତଗଣ ଓ ମେଷଶାବକଙ୍କ ସମ୍ମୁଖରେ ଜ୍ୱଳନ୍ତ ଗନ୍ଧକରେ ଯନ୍ତ୍ରଣା ପାଇବ। 11 ସେମାନଙ୍କ ଯନ୍ତ୍ରଣାର ଧୂଆଁ ସବୁବେଳ ପାଇଁ ଉଠୁଥିବ। ସେମାନଙ୍କୁ ଯନ୍ତ୍ରଣାରୁ ଦିନରାତି କେବେ ହେଲେ ଆରାମ ମିଳିବ ନାହିଁ, କାରଣ ସେମାନେ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି। 12 ଏହାର ଅର୍ଥ ହେଉଛି ଯେ, ପରମେଶ୍ୱରଙ୍କର ପବିତ୍ର ଲୋକମାନେ ଧୈର୍ଯ୍ୟବାନ୍ ହୁଅନ୍ତୁ। ସେମାନେ ପରମେଶ୍ୱରଙ୍କର ଆଜ୍ଞା ମାନିବା ଓ ଯୀଶୁଙ୍କ ପାଖରେ ବିଶ୍ୱାସ ରଖୁଥିବା ଉଚିତ୍।

13 ତା'ପରେ ମୁଁ ଗୋଟିଏ ସ୍ୱର ସ୍ୱର୍ଗରୁ ଶୁଣିଲି। ସେହି ସ୍ୱର କହିଲା, “ଏହା ଲେଖିରଖ: ବର୍ତ୍ତମାନଠାରୁ ପ୍ରଭୁଙ୍କଠାରେ ବିଶ୍ୱାସ ରଖି ଯେଉଁମାନେ ମୃତ୍ୟୁବରଣ କରନ୍ତି, ସେମାନେ ଧନ୍ୟ।”

ଆତ୍ମା କହନ୍ତି, “ହଁ, ତାହା ସତ୍ୟ। ସେହି ଲୋକମାନେ ସେମାନଙ୍କର କଠିନ ପରିଶ୍ରମରୁ ବିଶ୍ରାମ ନେବେ କାରଣ ସେମାନେ କରିଥିବା କାମ ସେମାନଙ୍କ ସାଙ୍ଗରେ ଯିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center