Revised Common Lectionary (Semicontinuous)
ଆସଫର ଗୀତ।
79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
2 ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
3 ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
4 ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
5 ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
6 ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
7 ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
ଓ ସେମାନେ ତା’ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
8 ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
9 ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
“ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା’ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
5 ବର୍ତ୍ତମାନ, ହେ ଶକ୍ତିଶାଳୀ ନଗରୀ, ତୁମ୍ଭର ସୈନ୍ୟଦଳକୁ ଏକତ୍ରିତ କର।
ସେମାନେ ଆକ୍ରମଣ କରିବାକୁ ଆମ୍ଭମାନଙ୍କୁ ଘେରି ରହନ୍ତୁ।
ସେମାନେ ମଧ୍ୟ ଇସ୍ରାଏଲର ବିଗ୍ଭରକଙ୍କୁ
ତାଙ୍କ ଗାଲରେ ବାଡ଼ି ସାହାଯ୍ୟରେ ଆଘାତ କରିବେ।
ମସିହା ବୈଥ୍ଲେହମରେ ଜନ୍ମ ନେବେ
2 କିନ୍ତୁ ହେ ବୈଥ୍ଲେହମ୍-ଉଫ୍ରାଥା,
ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ।
କିନ୍ତୁ ତୁମ୍ଭ ମଧ୍ୟରୁ “ଇସ୍ରାଏଲର ଶାସନକର୍ତ୍ତା” ହେବା ନିମନ୍ତେ
ଜଣେ ବ୍ୟକ୍ତି ଆମ୍ଭ ଉଦ୍ଦେଶ୍ୟରେ ଜନ୍ମ ହେବେ।
ତାଙ୍କର ଉତ୍ପତ୍ତି ପୁରାତନ
ତଥା ଅନାଦିକାଳରୁ ହୋଇଅଛି।
3 ସେଥିପାଇଁ ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କୁ ତ୍ୟାଗ କରିବେ,
ଯେପର୍ଯ୍ୟନ୍ତ ସ୍ତ୍ରୀଲୋକ ତା’ର ସନ୍ତାନ ପ୍ରସବ ନ କରିଛି।
ତାହାପରେ ଅବଶିଷ୍ଟ ଭାତୃଗଣ
ଇସ୍ରାଏଲର ଲୋକଙ୍କ ନିକଟକୁ ଫେରି ଆସିବେ।
4 ତା’ପରେ ଇସ୍ରାଏଲର ଶାସକ ସଦାପ୍ରଭୁଙ୍କ ଶକ୍ତିରେ
ଓ ତାଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଅପୂର୍ବ ମହିମାରେ ଦଣ୍ଡାୟମାନ ହୋଇ ତାଙ୍କ ପଲଙ୍କୁ ଚରାଇବେ।
ସେମାନେ ଶାନ୍ତିରେ ବାସ କରିବେ
କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶେଷ ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୃତ ହେବ।
5 ସେଠାରେ ଶାନ୍ତି ବିରାଜିତ ହେବ।
ଯଦି ଅଶୂରୀୟ ଗୋଷ୍ଠୀ ଆମ୍ଭ ଦେଶକୁ ଆସିବେ
ଏବଂ ଆମ୍ଭ ରାଜ୍ୟକୁ ଆକ୍ରମଣ କରିବେ,
ତେବେ ଆମ୍ଭେ ଇସ୍ରାଏଲର ସାତ ଜଣ ମେଷପାଳକ
ଓ ଆଠଜଣ ପ୍ରଧାନ ଲୋକଙ୍କୁ ନିର୍ବାଚନ କରିବୁ।
ସବୁବେଳେ ପ୍ରସ୍ତୁତ ଥାଅ
34 “ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ। 35 ପୃଥିବୀରେ ରହୁଥିବା ସମସ୍ତ ଲୋକମାନଙ୍କ ପାଖକୁ ଏହା ଏକ ଫାନ୍ଦ ଭଳି ଆସିଯିବ। 36 ତେଣୁ ସଦାବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସେଗୁଡ଼ିକ ମଧ୍ୟଦେଇ ନିରାପଦରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭେମାନେ ଆତ୍ମବିଶ୍ୱାସର ସହିତ ମନୁଷ୍ୟପୁତ୍ରଙ୍କ ଆଗରେ ଠିଆ ହୋଇ ପାରିବା ପାଇଁ ପ୍ରାର୍ଥନା କରା”
37 ସେହି ଦିନଗୁଡ଼ିକରେ ଯୀଶୁ ଲୋକମାନଙ୍କୁ ମନ୍ଦିରରେ ଉପଦେଶ ଦେଉଥିଲେ। ରାତ୍ରିକାଳରେ ସେ ନଗର ବାହାରକୁ ଗ୍ଭଲି ଯାଉଥିଲେ ଓ ସାରା ରାତି ଜୀତପର୍ବତ ଉପରେ କଟାଉଥିଲେ। 38 ଲୋକମାନେ ମନ୍ଦିରକୁ ଯାଇ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ପ୍ରତିଦିନ ଅତି ସକାଳୁ ଉଠି ପଡ଼ୁଥିଲେ।
2010 by World Bible Translation Center