Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣଙ୍କର ଗୀତ।
85 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ।
ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ।
ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।
2 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ।
ଆଉ ତୁମ୍ଭେ ସେମାନଙ୍କର ପାପସବୁ ପୋଛିଲ। ସେଲା
8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି।
ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ।
ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।
9 ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ।
ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
10 ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ।
ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
11 ପୃଥିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହେବେ
ଏବଂ ସ୍ୱର୍ଗରେ ପରମେଶ୍ୱର ସେମାନଙ୍କର ମଙ୍ଗଳ କରିବେ।
12 ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ
ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
13 ଧର୍ମ ପରମେଶ୍ୱରଙ୍କର ଆଗେ ଆଗେ ଯିବ
ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।
ଯିରିମିୟଙ୍କୁ ପରମେଶ୍ୱରଙ୍କ ଡାକରା
4 ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।
5 “ମାତୃଗର୍ଭରେ ତୁମ୍ଭର ସୃଷ୍ଟି ପୂର୍ବରୁ
ଆମ୍ଭେ ତୁମ୍ଭକୁ ଜାଣିଲୁ।
ଏପରିକି ତୁମ୍ଭେ ଜନ୍ମ ହେବା ପୂର୍ବରୁ
ଆମ୍ଭେ ତୁମ୍ଭକୁ ଅଲଗା କଲୁ
ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ୟଦ୍ବକ୍ତା ରୂପେ ନିଯୁକ୍ତ କଲୁ।”
6 ତା'ପରେ ମୁଁ କହିଲି, “ହାୟ, ହାୟ, ହେ ସୈନ୍ୟାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କେବଳ ବାଳକ।”
7 ମାତ୍ର ସଦାପ୍ରଭୁ ମୋତେ କହିଲେ,
“ଆମ୍ଭେ ଜଣେ ବାଳକ ବୋଲି, ‘କୁହ ନାହିଁ।’
କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ।
ଆଉ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
8 ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ,
କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା।”
ଏହା ସଦାପ୍ରଭୁ କହନ୍ତି।
9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ପାଟି ସ୍ପର୍ଶ କଲେ ଓ ମୋତେ କହିଲେ,
“ହେ ଯିରିମିୟ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ।
10 ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ୟଗୁଡ଼ିକର ଦାୟିତ୍ୱରେ ନିଯୁକ୍ତ କଲୁ।
ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ,
ବିନାଶ ଓ ନିପାତ କରିବ।
କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ୟ କରିବ।”
ଆନ୍ତିୟଖିଆରେ ସୁସମାଗ୍ଭର
19 ସ୍ତିଫାନ ମୃତ ହେବାପରେ ଯେଉଁ ତାଡ଼ନା ଘଟିଲା, ସେଥିପାଇଁ ବିଶ୍ୱାସୀମାନେ ଗ୍ଭରିଆଡ଼େ ଛିନ୍ନଭିନ୍ନ ହୋଇଗଲେ। ସେମାନଙ୍କ ମଧ୍ୟରୁ କେତେଜଣ ଫୈନୀକିଆ, କୁପ୍ର ଓ ଆନ୍ତିୟଖିଆକୁ ଗଲେ। ସେଠାରେ ସେମାନେ ଯିହୂଦୀମାନଙ୍କ ବ୍ୟତୀତ ଅନ୍ୟ କାହାରି ନିକଟରେ ସୁସମାଗ୍ଭର ପ୍ରଗ୍ଭର କଲେ ନାହିଁ। 20 ଏହି ବିଶ୍ୱାସୀମାନଙ୍କ ମଧ୍ୟରେ କେତେଜଣ କୁପ୍ର ଓ କୁରୀଣୀର ଲୋକ ଥିଲେ। ସେମାନେ ଆନ୍ତିୟଖିଆକୁ ଆସି ଗ୍ରୀକ୍ମାନଙ୍କୁ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ଦେଲେ। 21 ପ୍ରଭୁ ସେହି ବିଶ୍ୱାସୀମାନଙ୍କୁ ସାହାଯ୍ୟ କରୁଥିଲେ। ତେଣୁ ଅନେକ ଲୋକ ବିଶ୍ୱାସ କଲେ ଓ ପ୍ରଭୁଙ୍କର ଅନୁଗମନ କଲେ।
22 ଆନ୍ତିୟଖିଆର ଏହି ନୂଆ ବିଶ୍ୱାସୀମାନଙ୍କ ବିଷୟରେ ଯିରୁଶାଲମର ବିଶ୍ୱାସୀ ମଣ୍ଡଳୀ ଶୁଣିବାକୁ ପାଇଲେ। ତେଣୁ ସେମାନେ ବର୍ଣ୍ଣବ୍ବାଙ୍କୁ ଆନ୍ତିୟଖିଆକୁ ପଠାଇଦେଲେ। 23 ବର୍ଣ୍ଣବ୍ବା ସେଠାରେ ପହଞ୍ଚି ସେହି ଲୋକମାନଙ୍କୁ ପରମେଶ୍ୱର ଦେଇଥିବା ଆଶୀର୍ବାଦ ଦେଖି ବହୁତ ଖୁସୀ ହେଲେ। ସେ ସେମାନଙ୍କୁ ଆହୁରି ଉତ୍ସାହିତ କଲେ। ସେ ସେମାନଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣରେ ପ୍ରଭୁଙ୍କର ବାଧ୍ୟ ହୁଅ।” 24 ବର୍ଣ୍ଣବ୍ବା ଜଣେ ଉତ୍ତମ ବ୍ୟକ୍ତି ଥିଲେ। ସେ ପବିତ୍ରଆତ୍ମା ଓ ବିଶ୍ୱାସରେ ପୂର୍ଣ୍ଣ ଥିଲେ। ତେଣୁ ଅନେକ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ୟ ହେଲେ।
25 ବର୍ଣ୍ଣବ୍ବା ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷ ନଗରକୁ ଯାତ୍ରା କଲେ। 26 ଯେତେବେଳେ ସେ ତାହାଙ୍କୁ ପାଇଲେ, ସେ ତାହାଙ୍କୁ ଆନ୍ତିୟଖିଆକୁ ନେଇ ଆସିଲେ। ଶାଉଲ ଓ ବର୍ଣ୍ଣବ୍ବା ସେଠାରେ ବର୍ଷେ ପର୍ଯ୍ୟନ୍ତ ରହିଲେ ଓ ଯେତେଥର ବିଶ୍ୱାସୀମାନଙ୍କ ଦଳ ସେମାନଙ୍କ ନିକଟକୁ ଆସିଲେ, ସେମାନେ ସେମାନଙ୍କୁ ସାକ୍ଷାତ କଲେ ଓ ବହୁତ ଲୋକଙ୍କୁ ଉପଦେଶ ଦେଲେ। ଆନ୍ତିୟଖିଆରେ ଯୀଶୁଙ୍କ ଅନୁଗମନକାରୀମାନେ ପ୍ରଥମରେ ଖ୍ରୀଷ୍ଟିଆନ ନାମରେ ନାମିତ ହେଲେ।
2010 by World Bible Translation Center