Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 85:1-2

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣଙ୍କର ଗୀତ।

85 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ।
    ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ।
    ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ।
    ଆଉ ତୁମ୍ଭେ ସେମାନଙ୍କର ପାପସବୁ ପୋଛିଲ।

ଗୀତସଂହିତା 85:8-13

ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି।
    ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ।
    ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।
ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ।
    ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
10 ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ।
    ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
11 ପୃଥିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହେବେ
    ଏବଂ ସ୍ୱର୍ଗରେ ପରମେଶ୍ୱର ସେମାନଙ୍କର ମଙ୍ଗଳ କରିବେ।
12 ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ
    ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
13 ଧର୍ମ ପରମେଶ୍ୱରଙ୍କର ଆଗେ ଆଗେ ଯିବ
    ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 36:24-28

24 ପରମେଶ୍ୱର କହନ୍ତି, “ମୁଁ ଜାତିମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ନେଇ ଆସିବି ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭ ନିଜ ଦେଶକୁ ଆଣିବି 25 ମୁଁ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭେମାନେ ପବିତ୍ର ହେବ। ଆଉ ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।” 26 ପରମେଶ୍ୱର କହିଲେ, “ଆଉ ମୁଁ ତୁମ୍ଭମାନଙ୍କୁ ଏକ ନୂତନ ଆତ୍ମା ଦେବି। ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବି ଓ ମୁଁ ତୁମ୍ଭମାନଙ୍କୁ ମାଂସମୟ କୋମଳ ହୃଦୟ ଦେବି। 27 ଏବଂ ମୁଁ ତୁମ୍ଭମାନଙ୍କ ଅନ୍ତରରେ ମୋର ଆତ୍ମା ସ୍ଥାପନ କରିବି। ଏବଂ ମୁଁ ତୁମ୍ଭମାନଙ୍କୁ ପରିବର୍ତ୍ତନ କରିବି ଯେପରି ତୁମ୍ଭେମାନେ ମୋର ନିୟମ ସକଳ ମାନିବ ଏବଂ ମୋର ଆଜ୍ଞାସବୁ ରଖିବାକୁ ଯତ୍ନବାନ ହେବ। 28 ତାହାହେଲେ ତୁମ୍ଭେମାନେ ସେହି ଦେଶରେ ବାସ କରିବ ଯାହା ମୁଁ ଦେଲି ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଓ ତୁମ୍ଭେମାନେ ମୋର ଲୋକ ହେବ ଆଉ ମୁଁ ତୁମ୍ଭମାନଙ୍କର ପରମେଶ୍ୱର ହେବି।”

ମାର୍କ ଲିଖିତ ସୁସମାଗ୍ଭର 11:27-33

ଯିହୂଦୀ ନେତାମାନଙ୍କର ଯୀଶୁଙ୍କ କ୍ଷମତା ପ୍ରତି ସନ୍ଦେହ(A)

27 ଯୀଶୁ ଓ ତାହଙ୍କ ଶିଷ୍ୟମାନେ ପୁଣି ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିର ଭିତରେ ବୁଲୁଥିଲେ। ପ୍ରଧାନଯାଜକ ଧର୍ମଶାସ୍ତ୍ରୀ ପ୍ରାଚୀନ ଓ ଯିହୂଦୀ ନେତାମାନେ ତାହାଙ୍କ ପାଖକୁ ଆସିଲେ। 28 ସେମାନେ ଯୀଶୁଙ୍କୁ କହିଲେ, “ଆମ୍ଭଙ୍କୁ କୁହ, କେଉଁ ଅଧିକାରରେ ତୁମ୍ଭେ ଏସବୁ କାମ କରୁଛ? ଏ ସବୁ କରିବାକୁ ତୁମ୍ଭକୁ କିଏ ଅଧିକାର ଦେଲା?”

29 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋ’ ପ୍ରଶ୍ନର ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହିବି ଯେ, କେଉଁ ଅଧିକାରରେ ମୁଁ ଏସବୁ କାର୍ଯ୍ୟ କରୁଛି। 30 ମୋତେ କୁହ, ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମନୁଷ୍ୟଠାରୁ? ମୋର ପ୍ରଶ୍ନର ଉତ୍ତର ଦିଅ।”

31 ଯିହୂଦୀ ନେତାମାନେ ଯୀଶୁଙ୍କ ପ୍ରଶ୍ନ ଉପରେ ଆଲୋଚନା କଲେ। ସେମାନେ କୁହାକୁହି ହେଲେ, “ଆମ୍ଭେମାନେ ଯଦି କହିବା ଯେ, ‘ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା’, ତେବେ ଯୀଶୁ କହିବେ, ‘ତେବେ ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’ 32 କିନ୍ତୁ ଯଦି ଆମ୍ଭେମାନେ କହିବା, ‘ଯୋହନଙ୍କ ବାପ୍ତିସ୍ମ ମନୁଷ୍ୟଠାରୁ ଆସିଥିଲା, ତେବେ ଲୋକମାନେ ଆମ୍ଭ ଉପରେ ରାଗିଯିବେ।” ସେମାନେ ଲୋକମାନଙ୍କୁ ଖୁବ୍ ଡରୁଥିଲେ। କାରଣ ସବୁ ଲୋକ ବିଶ୍ୱାସ କରୁଥିଲେ ଯେ, ଯୋହନ ପ୍ରକୃତରେ ଜଣେ ଭବିଷ୍ୟ‌ଦ୍‌ବକ୍ତା।

33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଆମ୍ଭେମାନେ ଜାଣି ନାହୁଁ।”

ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତା’ହେଲେ ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ଯେ, କେଉଁ ଅଧିକାରରେ ମୁଁ ଏ ସବୁ କାର୍ଯ୍ୟ କରୁଛି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center