Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 27

ଦାଉଦଙ୍କର ଗୀତ।

27 ହେ ସଦାପ୍ରଭୁ, ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
    ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
    ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି,
    ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି।
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି
    ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ।
    ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
    ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
    ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”

ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
    ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
    ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
    ତା'ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
    ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
    ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।

ହେ ସଦାପ୍ରଭୁ, ମୋର ଡାକ ଶୁଣ।
    ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ।
    ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
ହେ ପରମେଶ୍ୱର, ମୋ'ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ।
    ମୋତେ ସାହାଯ୍ୟ କର।
    ମୋତେ ଦୂର କର ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
    ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
10 ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ।
    କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି।
ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର।
    ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ।
12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି।
    ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।
13 ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ,
    ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର,
    ବଳଶାଳୀ ଓ ସାହସିକ ହୁଅ
    ଏବଂ ସଦାପ୍ରଭୁଙ୍କର ଅନୁସରଣ କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 26:7-15

ସାଧୁତା ଧାର୍ମିକମାନଙ୍କର ଜୀବନ ଧାରଣର ମାର୍ଗ।
    ସେମାନେ ସରଳ ଓ ସତ୍ୟପଥ ଅନୁସରଣ କରନ୍ତି।
ପୁଣି ହେ ପରମେଶ୍ୱର, ତୁମ୍ଭେ ସେହି ପଥକୁ ଅନୁସରଣ ପାଇଁ
    ଅଧିକ ସୁଗମ ଓ ସରଳ କର।
ମାତ୍ର ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗର ନ୍ୟାୟକୁ ଅପେକ୍ଷା କରିଛୁ।
    ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ।
ରାତ୍ରିକାଳରେ ମୋର ପ୍ରାଣ ତୁମ୍ଭକୁ ଇଚ୍ଛା କରୁଛି
    ଏବଂ ଅନ୍ତରାତ୍ମା ପ୍ରତି ନୂତନ ପ୍ରଭାତରେ ତୁମ୍ଭକୁ ଅନ୍ୱେଷଣ କରିବ।
ଯେତେବେଳେ ତୁମ୍ଭର ଶାସନ ସକଳ
    ଓ ନ୍ୟାୟ ପ୍ରତିଷ୍ଠିତ ହେବ, ଜଗତବାସୀ ଧର୍ମ ଶିକ୍ଷା କରିବେ।
10 ମନ୍ଦାଗ୍ଭରୀମାନଙ୍କ ପ୍ରତି ଦୟା ପ୍ରଦର୍ଶନ କଲେ ମଧ୍ୟ
    ସେମାନେ ଧର୍ମ ଶିଖିବେ ନାହିଁ।
ଧର୍ମ ଓ ନ୍ୟାୟପୂର୍ଣ୍ଣ ଦେଶରେ ମଧ୍ୟ ସେମାନେ ଅନ୍ୟାୟ କରିବେ।
    ଏପରିକି ସେମାନେ ସଦାପ୍ରଭୁଙ୍କ ମହିମାକୁ ଅନାଇବେ ନାହିଁ।
11 ମାତ୍ର ହେ ସଦପ୍ରଭୁ! ସେମାନଙ୍କୁ ଦଣ୍ଡ ଦେବାକୁ ତୁମ୍ଭର ହସ୍ତ ଉ‌‌‌ତ୍‌‌‌ଥିତ ହେବ,
    ତଥାପି ସେମାନେ ତାହା ଦେଖିବେ ନାହିଁ।
ମାତ୍ର ଲୋକମାନଙ୍କ ପକ୍ଷରେ
    ତୁମ୍ଭର ଅତିଶୟ ପ୍ରେମକୁ ଦେଖି ସେମାନେ ଲଜ୍ଜିତ ହେବେ
    ଓ ତୁମ୍ଭର ଶତ୍ରୁଗଣ ଅଗ୍ନିରେ ଦ‌ଗ୍‌ଧିଭୂତ ହେବେ।
12 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସକଳ କାର୍ଯ୍ୟ ସାଧନ କରିଅଛ।
    ତେଣୁ ଆମ୍ଭମାନଙ୍କୁ ଶାନ୍ତି ପ୍ରଦାନ କର।

ପରମେଶ୍ୱର ତାଙ୍କ ସେବକଙ୍କୁ ନୂତନ ଜୀବନ ଦେବେ

13 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର,
    ତୁମ୍ଭକୁ ଛାଡ଼ି ଆମ୍ଭେ ଅନ୍ୟ ପ୍ରଭୁଙ୍କୁ ଅନୁସରଣ କରୁଥିଲୁ
ଓ ଅନ୍ୟ ପ୍ରଭୁ ଆମ୍ଭମାନଙ୍କ ଉପରେ ରାଜତ୍ୱ କରୁଥିଲେ।
    ମାତ୍ର ଆମ୍ଭେମାନେ ତୁମ୍ଭର ନାମକୁ କେବଳ ସ୍ମରଣ କରିବୁ ଓ କୀର୍ତ୍ତନ କରିବୁ।
14 ସେମାନେ ମୃତ, ସେମାନେ ଜୀବନ ଫେରି ପାଇବେ ନାହିଁ।
    ସେମାନେ ଭୂତପରି ଯେଉଁମାନେ କେବେହେଲେ ଉଠିବେ ନାହିଁ।
ସେମାନଙ୍କୁ ସେମାନଙ୍କର କାର୍ଯ୍ୟକୁ ବିବେଚନା କରି ତୁମ୍ଭେ ସଂହାର କରିଅଛ
    ଏବଂ କେହି ସେମାନଙ୍କୁ ମନେ ରଖିବେ ନାହିଁ।
15 ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ।
    ହେ ସଦାପ୍ରଭୁ, ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ।
ତୁମ୍ଭେ ଗୌରବାନ୍ୱିତ ହୋଇଅଛ।
    ତୁମ୍ଭେ ଯେପରି ସୀମା ସକଳ ବିସ୍ତାର କରିଅଛ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 2:37-42

37 ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସେମାନେ ପିତର ଓ ଅନ୍ୟ ପ୍ରେରିତମାନଙ୍କୁ ପଗ୍ଭରିଲେ, “ଭାଇମାନେ, ଆମ୍ଭେ କ’ଣ କରିବା?”

38 ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ। 39 ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ୟ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂରରେ ଅଛନ୍ତି ସେମାନଙ୍କ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଡାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।”

40 ପିତର ସେମାନଙ୍କୁ ଚେତନା ଦେଇ କହିଲେ, “ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।” 41 ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।

ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା

42 ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center