Revised Common Lectionary (Semicontinuous)
ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।
126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
ଅନ୍ୟ ଜାତିର ଲୋକମାନେ କହିଲେ,
“ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
3 ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
ତହିଁରେ ଆମ୍ଭେମାନେ ଖୁସୀ ଅଟୁ।
4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
5 ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
6 ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।
2 ମୁଁ ଜଣେ ରକ୍ଷୀ ପରି ଛିଡ଼ା ହେବି।
ମୁଁ ନଗର ପ୍ରାଚୀରରେ ଜଗିବି।
ସଦାପ୍ରଭୁ ମୋତେ କ’ଣ କହିବେ, ମୁଁ ତାହା ଦେଖିବାକୁ ଅପେକ୍ଷା କରିବି।
ସେ ମୋର ପ୍ରଶ୍ନର ଉତ୍ତର କିପରି କରୁଛନ୍ତି, ମୁଁ ତାହା ଶିକ୍ଷା କରିବାକୁ ଅପେକ୍ଷା କରିବି।”
ପରମେଶ୍ୱର ହବକ୍କୂକଙ୍କୁ ଉତ୍ତର ଦିଅନ୍ତି
2 ସଦାପ୍ରଭୁ ମୋତେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ ଯେଉଁ ଦର୍ଶନ ଦେଖାଉଛୁ ତାହା ଗୋଟିଏ ଫଳକ ଉପରେ ସ୍ପଷ୍ଟ ଭାବରେ ଲେଖ ଯେପରିକି ସବୁଲୋକ ସହଜରେ ପଢ଼ି ପାରିବେ। 3 ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶେଷ ବାର୍ତ୍ତା ସମ୍ବନ୍ଧରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ୟା ହୁଏ ନାହିଁ। ଯେପରି ଜଣାଯିବ ଏହି ସମୟ କେବେ ଆସିବ ନାହିଁ। କିନ୍ତୁ ଧୈର୍ଯ୍ୟ ଧରି ଅପେକ୍ଷା କର, ସେ ସମୟ ନିଶ୍ଚୟ ଆସିବ। ଏହା ଅଧିକ ବିଳମ୍ବ ହେବ ନାହିଁ। 4 ଅହଂକାରୀ ବ୍ୟକ୍ତିର ଆତ୍ମା ସଚ୍ଚୋଟ ନୁହେଁ। ସେପରି ଅହଂକାରୀ ଲୋକ ଫୁତ୍କାରରେ ଉଡ଼ିଯାଏ। କିନ୍ତୁ ଧାର୍ମିକ ଲୋକମାନେ ସେମାନଙ୍କର ବିଶ୍ୱାସ ବଳରେ ହିଁ ବଞ୍ଚିବେ।”
5 ପରମେଶ୍ୱର କହିଲେ, “ଧନ ଗୋଟିଏ ବଳବାନ୍ ବ୍ୟକ୍ତିକୁ ପ୍ରତାରଣା କରି ପାରିବ। ସେ କେବେ ସଫଳ ହୋଇ ପାରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ୟୁ ପରି ସେ କେବେ ସନ୍ତୁଷ୍ଟ ହେବ ନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସେହି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ।
7 ସମୟ ଥିଲା, ଯେତେବେଳେ ଏଗୁଡ଼ିକ ମୋ’ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହେତୁ ସେଗୁଡ଼ିକର କିଛି ମୂଲ୍ୟ ନାହିଁ। 8 ମୁଁ ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହେତୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନେକରେ, ସେଗୁଡ଼ିକ ମୋ’ ପାଇଁ ମୂଲ୍ୟହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟ ଗୁଡ଼ିକୁ ମହତ୍ତ୍ୱପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ୟାଗ କରିଛି। ମୁଁ ଏବେ ଜାଣେ ଯେ ସେଗୁଡ଼ିକ ମୂଲ୍ୟହୀନ ସଢ଼ାକୁଟା ପରି। 9 ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି। 10 ମୁଁ ଖ୍ରୀଷ୍ଟଙ୍କୁ ଜାଣିବାକୁ ଓ ମୃତ୍ୟୁରୁ ସେ ପୁନର୍ଜୀବିତ ହୋଇ ଉଠିଥିବା ଶକ୍ତିକୁ ମଧ୍ୟ ଜାଣିବାକୁ ଇଚ୍ଛା କରେ। ମୁଁ ତାହାଙ୍କ ଦୁଃଖ ଭୋଗରେ ଅଂଶୀ ହେବାକୁ ଓ ତାହାଙ୍କ ମୃତ୍ୟୁ ଭୋଗରେ ତାହାଙ୍କ ପରି ହେବାକୁ ଗ୍ଭହେଁ। 11 ସେହିପରି ଭାବରେ ମୁଁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇପାରେ, ଏ ଭରସା ମୋର ଅଛି।
2010 by World Bible Translation Center