Revised Common Lectionary (Semicontinuous)
ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।
126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
ଅନ୍ୟ ଜାତିର ଲୋକମାନେ କହିଲେ,
“ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
3 ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
ତହିଁରେ ଆମ୍ଭେମାନେ ଖୁସୀ ଅଟୁ।
4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
5 ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
6 ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।
13 ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ।
ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ।
ପ୍ରତି ମନ୍ଦ ଗୃହରେ ଥିବା ମୁଖ୍ୟଙ୍କୁ ହତ୍ୟା କଲ।
ତୁମ୍ଭେ ତାକୁ ଆପାଦମସ୍ତକ
ଗ୍ଭବୁକରେ ପ୍ରହାର କଲ।
14 ତୁମ୍ଭେ ତା’ର ନିଜ ବର୍ଚ୍ଛାରେ
ତା’ର ମୁଣ୍ତକୁ ଗଣ୍ତିରୁ ଅଲଗା କଲ।
ସେହି ସୈନ୍ୟମାନେ ଶକ୍ତିଶାଳୀ ଝଡ଼ ଭଳି
ଆମ୍ଭ ବିରୁଦ୍ଧରେ ଲଢ଼ିବାକୁ ଆସିଥିଲେ।
ଗୋଟିଏ ଗରିବ ଲୋକକୁ
ଗୋପନରେ ଲୁଣ୍ଠନ କଲାପରି ସେମାନେ କଲେ।
15 କିନ୍ତୁ ତୁମ୍ଭେ ସେହି କାଦୁଅ ଓ ପ୍ରବଳ ଜଳସ୍ରୋତ ମଧ୍ୟଦେଇ
ଘୋଡ଼ାକୁ ଝପଟାଇ ଦେଲ।
16 ମୁଁ ଯେତେବେଳେ ଏହି କଥା ଶୁଣିଲି ମୋର ସମସ୍ତ ଶରୀର ଥରି ଉଠିଲା।
ସେହି ଶବ୍ଦରେ ମୋ’ ଓଷ୍ଠରେ କମ୍ପନ ହେଲା।
ମୋର ଅସ୍ଥିମଜ୍ଜାରେ ମୁଁ ଦୁର୍ବଳ ହୋଇ ପଡ଼ିଲି।
ମୁଁ ସେହି କମ୍ପନ ଅବସ୍ଥାରେ ଥରିବାକୁ ଲାଗିଲି।
ଯେତେବେଳେ ସେମାନେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସେହି ଆକ୍ରମଣ ଓ ଧ୍ୱଂସର ଦିନଗୁଡ଼ିକ ଆସିବା ପାଇଁ ଧୈର୍ଯ୍ୟ ଧରି ଅପେକ୍ଷା କରିବି।
ସର୍ବଦା ସଦାପ୍ରଭୁଙ୍କଠାରେ ଆନନ୍ଦ କର
17 ଡିମ୍ବିରି ଗଛରେ ଡିମ୍ବିରି ଫଳି ନ ପାରେ,
ଦ୍ରାକ୍ଷାଲତାରେ ଅଙ୍ଗୁର ଫଳି ନ ପାରେ,
ଅଲିଭ ଗଛରେ ଅଲିଭ୍ ଉତ୍ପନ୍ନ ନ ହୋଇପାରେ,
କ୍ଷେତରେ ଖାଦ୍ୟଶସ୍ୟ ନ ହୋଇପାରେ,
ମେଣ୍ଢାଶାଳରେ ମେଣ୍ଢା ନ ରହିପାରନ୍ତି
ଓ ଶସ୍ୟଖଳାରେ ଗୋରୁପଲ ନ ଥାଇ ପାରନ୍ତି।
18 କିନ୍ତୁ ମୁଁ ତଥାପି ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି
ଏବଂ ପରମେଶ୍ୱରଙ୍କୁ ମୋର ତ୍ରାଣକର୍ତ୍ତା ଭାବି ଖୁସୀ ହେବି।
19 ସଦାପ୍ରଭୁ ମୋର ପ୍ରଭୁ, ମୋତେ ଶକ୍ତି ଦିଅନ୍ତି,
ମୁଁ ହରିଣ ପରି ଦ୍ରୁତଗତିରେ ଦୌଡ଼ିବାରେ ମୋତେ ସାହାଯ୍ୟ କରନ୍ତି।
ସଙ୍ଗୀତ ନିର୍ଦ୍ଦେଶକ ପରି ମୋର ସ୍ପନ୍ଦିତ ବାଦ୍ୟଯନ୍ତ୍ରରେ ସେ ପର୍ବତ ଉପରକୁ ମୋତେ ନିରାପଦରେ ଆଗେଇ ନିଅନ୍ତି।
ଯୀଶୁ ଦୁଇ ପୁଅର କାହାଣୀ କହିଲେ
28 “କୁହତ ଦେଖି, ତୁମ୍ଭେ ଏବିଷୟରେ କ’ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲେ, ‘ପୁଅ ଆଜି ଯା ଓ ଅଙ୍ଗୁର ବଗିଗ୍ଭରେ କାମ କର।’
29 “ପୁଅ କହିଲା, ‘ମୁଁ ଯିବି ନାହିଁ।’ କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା।
30 “ତା’ପରେ ତା’ ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସେହି କଥା କହିଲେ। ସେ କହିଲା, ‘ହଁ, ଆଜ୍ଞା ମୁଁ ଯିବି।’ କିନ୍ତୁ ଗଲା ନାହିଁ।
31 “ତେବେ କୁହ, ‘କେଉଁ ପୁଅ ତା’ର ବାପାଙ୍କ ବାଧ୍ୟ ହେଲା?”
ଯିହୂଦୀ ଧର୍ମ ନେତାମାନେ କହିଲେ, “ପ୍ରଥମ ପୁଅଟି ମାନିଲା।’
ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଭାବ ଯେ, କରଆଦାୟକାରୀ ଓ ବେଶ୍ୟାମାନେ ଖରାପ ମଣିଷ। କିନ୍ତୁ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆଗ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ।” 32 ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ୍ ବାଟ ଦେଖାଇବାକୁ ଯୋହନ ଆସି ଥିଲେ। ତୁମ୍ଭେମାନେ ଯୋହନଙ୍କୁ ବିଶ୍ୱାସ କଲ ନାହିଁ। କିନ୍ତୁ କରଆଦାୟକାରୀ ଓ ବେଶ୍ୟାମାନେ ଯୋହନଙ୍କୁ ବିଶ୍ୱାସ କଲେ। କରଆଦାୟକାରୀ ଓ ବେଶ୍ୟାମାନେ ଯୋହନଙ୍କୁ ବିଶ୍ୱାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠାରେ ବିଶ୍ୱାସ କରିବା ଲାଗି ତୁମ୍ଭେମାନେ ହୃଦୟ ପରିବର୍ତ୍ତନ କଲ ନାହିଁ।
2010 by World Bible Translation Center