Revised Common Lectionary (Semicontinuous)
ଇଷ୍ରାହୀୟ ଏଥନର ମସ୍କୀଲ୍।
89 ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି।
ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି।
2 ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି।
ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।”
3 ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି।
ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
4 ‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି
ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’” ସେଲା
19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ନିଆଗଲା
6 ଦାଉଦ ଆଉ ଥରେ ବଛା ବଛା 30,000 ସୈନ୍ୟମାନଙ୍କୁ ଇସ୍ରାଏଲରେ ଏକତ୍ରିତ କଲେ। 2 ଦାଉଦ ଏବଂ ତାଙ୍କର ଲୋକମାନେ ଯିହୁଦାର ବାଲିକୁ ଗଲେ। ସେମାନେ ବାଲିର ଯିହୁଦାଠାରୁ ପ୍ରଭୁଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ଆଣିବାକୁ ଗଲେ। ସେହି ପବିତ୍ର ସିନ୍ଦୁକ ସଦାପ୍ରଭୁଙ୍କର ସିଂହାସନ ତୁଲ୍ୟ ଥିଲା। ସେହି ପବିତ୍ର ସିନ୍ଦୁକ ଉପରେ କିରୁବଦୂତମାନଙ୍କର ପ୍ରତିମୂର୍ତ୍ତିମାନ ଥିଲା ଏବଂ ସଦାପ୍ରଭୁ ସେମାନଙ୍କ ଉପରେ ବସୁଥିଲେ। 3 ଦାଉଦର ଲୋକମାନେ ସେହି ପବିତ୍ର ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାରକୁ ଆଣିଲେ। ସେଇ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସେମାନେ ଏହି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏକ ନୂଆ ଶଗଡ଼ରେ ଲଦିଲେ ଏବଂ ଅବୀନାଦବର ପୁତ୍ର ଉଷ ଅହୀୟୋ ସେହି ନୂଆ ଶଗଡ଼କୁ ଚଲେଇଲେ।
4 ସେମାନେ ପର୍ବତସ୍ଥ ଶିର୍ଷଦେଶରେ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆଣିଲେ ଓ ଉଷ ପବିତ୍ର ସିନ୍ଦୁକ ପାର୍ଶ୍ୱରେ ଗ୍ଭଲିଲା ଏବଂ ଅହୀୟୋ ପବିତ୍ର ସିନ୍ଦୁକ ଆଗେ ଆଗେ ଗ୍ଭଲିଲା। 5 ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗରେ ଦେବଦାରୁ କାଠରେ ତିଆରି ନାନା ପ୍ରକାର ବାଦ୍ୟଯନ୍ତ୍ର ବୀଣା ଓ ନେବଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନାଚୁ ଥିଲେ। 6 ସେମାନେ ନାଖୋନ ନାମକ ଶସ୍ୟ ମର୍ଦ୍ଦନ ସ୍ଥାନରେ ପହଞ୍ଚିଲେ। ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବଢ଼ାଇ ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ଧରି ନେଲେ। 7 ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରୁ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ[a]। ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପାଖରେ ମୃତ୍ୟୁବରଣ କଲେ। 8 ସଦାପ୍ରଭୁ ଉଷକୁ ମାରି ଦେଇଥିବାରୁ ଦାଉଦ ବ୍ୟତିବ୍ୟସ୍ତ ହେଲେ ଓ ସେହି ସ୍ଥାନର ନାମ “ପେରସ୍ଉଷ” ରଖିଲେ। ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ପେରସ୍ଉଷ ରହିଅଛି।
9 ସେହି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, “ମୁଁ କିପରି ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ମୋ’ ପାଖକୁ ଆଣିବି।” 10 ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିଲେ ନାହିଁ। ଦାଉଦ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ନେଇ ଗାଥ୍ର ଓବେଦଇଦୋମର ଗୃହରେ ରଖିଲେ। 11 ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସେଠାରେ ତିନି ମାସ ରହିଲା। ସଦାପ୍ରଭୁ ଓବେଦଇଦୋମ ଓ ତାଙ୍କର ପରିବାରକୁ ଆଶୀର୍ବାଦ କଲେ।
ପରମେଶ୍ୱର ନିଜ ପୁତ୍ର ମାଧ୍ୟମରେ କଥା କହିଛନ୍ତି
1 ଅତୀତରେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ କଥା କହିଥିଲେ। 2 କିନ୍ତୁ ଏହି ଶେଷ ସମୟରେ ପରମେଶ୍ୱର ଆପଣା ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ୱାରା ସାରା ବିଶ୍ୱ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସେହି ପୁତ୍ର ପରମେଶ୍ୱରଙ୍କ ମହିମା ପ୍ରକାଶ କରନ୍ତି। 3 ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ। 4 ପରମେଶ୍ୱର ତାହାଙ୍କୁ ସମସ୍ତ ସ୍ୱର୍ଗଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେକୌଣସି ସ୍ୱର୍ଗଦୂତଙ୍କଠାରୁ ମଧ୍ୟ ଅଧିକ ମହାନ୍ ହୋଇଅଛନ୍ତି।
2010 by World Bible Translation Center