Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 89:1-4

ଇଷ୍ରାହୀୟ ଏଥନର ମସ୍କୀଲ୍।

89 ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି।
    ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି।
ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି।
    ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।”

ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି।
    ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି
    ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’” ସେଲା

ଗୀତସଂହିତା 89:19-26

19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
    ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
    ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
    ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
    ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
    ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
    ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
    ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
    ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 6:12-19

12 ତା'ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା'ର ପରିବାର ଓ ତା'ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ। 13 ଯେଉଁ ଲୋକମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବହିଥିଲେ ସେମାନେ ଛଅ ପାହୁଣ୍ଡ ଆସିଲା ପରେ ସେଠାରେ ଅଟକିଲେ ଓ ଦାଉଦ ସେଠାରେ ଏକ ଗୋରୁ ବଳି ଦେଲେ ଓ ଏକ ମୋଟା ବାଛୁରି ମଧ୍ୟ ବଳି ଦେଲେ। 14 ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ।

15 ଏହିପରି ଭାବରେ ଦାଉଦ ଓ ଇସ୍ରାଏଲୀୟମାନେ ଆନନ୍ଦ ଉଲ୍ଲାସରେ ଜୟଧ୍ୱନି କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନଗର ମଧ୍ୟକୁ ନେଇ ଆସିଲେ। 16 ଶାଉଲଙ୍କ ଝିଅ ମୀଖଲ ଝରକାରେ ଗ୍ଭହିଁ ଥିଲେ। ଯେତେବେଳେ ସେ ଦେଖିଲେ, ପବିତ୍ର ସିନ୍ଦୁକ ଦାଉଦ ନଗରକୁ ଆସିଲା, ଏବଂ ସେ ଯେତେବେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ନାଚୁଛନ୍ତି, ସେ ବ୍ୟତିବ୍ୟସ୍ତ ହେଲେ। ସେ ହୃଦୟରେ ତାଙ୍କୁ ତୁଚ୍ଛ ବୋଲି ଭାବିବାକୁ ଲାଗିଲେ।

17 ଦାଉଦ ପବିତ୍ର ସିନ୍ଦୁକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ନେଇ ସେହି ତମ୍ବୁ ମଧ୍ୟରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

18 ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ। 19 ଦାଉଦ ମଧ୍ୟ ଇସ୍ରାଏଲର ସମସ୍ତ ସ୍ତ୍ରୀ ଓ ପୁରୁଷ ଲୋକମାନଙ୍କୁ ଏକ ଏକ ଖଣ୍ତ ରୋଟୀ, ଏକ ଏକ ଅଂଶ ମାଂସ ଓ ଏକ ଏକ ଶୁଷ୍କ ଦ୍ରାକ୍ଷା ଦେଲେ ଓ ତା'ପରେ ଲୋକମାନେ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।

ଏବ୍ରୀ 1:5-14

ଆହୁରି ମଧ୍ୟ ସେ କୌଣସି ସ୍ୱର୍ଗଦୂତଙ୍କୁ କହି ନ ଥିଲେ ଯେ:

“ତୁମ୍ଭେ ମୋର ପୁତ୍ର;
    ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।”(A)

ପୁନର୍ବାର ପରମେଶ୍ୱର କୌଣସି ସ୍ୱର୍ଗଦୂତକୁ ଏହା କହି ନାହାନ୍ତି ଯେ,

“ମୁଁ ତା'ର ପିତା ହେବି,
    ସେ ମୋର ପୁତ୍ର ହେବ।”(B)

ଓ ଯେତେବେଳେ ପରମେଶ୍ୱର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ୟକୁ ଆଣିବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି:

“ପରମେଶ୍ୱରଙ୍କର ସବୁ ସ୍ୱର୍ଗଦୂତ ପୁତ୍ରଙ୍କୁ ପ୍ରଣାମ କରନ୍ତୁ।”[a]

ନିଜର ସ୍ୱର୍ଗଦୂତମାନଙ୍କ ବିଷୟରେ ପରମେଶ୍ୱର କହିଛନ୍ତି:

“ପରମେଶ୍ୱର ଆପଣା ସ୍ୱର୍ଗଦୂତମାନଙ୍କୁ ବାୟୁସ୍ୱରୂପ କରନ୍ତି,
    ଓ ଆପଣା ସେବକମାନଙ୍କୁ ଅଗ୍ନିର ଶିଖା ସ୍ୱରୂପ କରନ୍ତି।”(C)

କିନ୍ତୁ ପରମେଶ୍ୱର ନିଜ ପୁତ୍ର ବିଷୟରେ କୁହନ୍ତି:

“ହେ ପରମେଶ୍ୱର! ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ,
    ତୁମ୍ଭେ ନ୍ୟାୟରେ ରାଜ୍ୟଶାସନ କରିବ
ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର।
    ଅତଏବ ପରମେଶ୍ୱର, ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା
    ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।”(D)

10 ପରମେଶ୍ୱର ଏହା ମଧ୍ୟ କହନ୍ତି:

“ହେ ପ୍ରଭୁ! ତୁମ୍ଭେ ଆରମ୍ଭରେ ପୃଥିବୀ ନିର୍ମାଣ କଲ,
    ଓ ତୁମ୍ଭର ହାତ ଆକାଶ ନିର୍ମାଣ କଲା।
11 ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ୟସ୍ଥାୟୀ।
    ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହୋଇଯିବ।
12 ତୁମ୍ଭେ ଗ୍ଭଦର ଭଳି ସେହିସବୁ ଗୁଡ଼ାଇବ
    ଓ ସେମାନେ ବସ୍ତ୍ର ଭଳି ପରିବର୍ତ୍ତିତ ହେବେ।
କିନ୍ତୁ ତୁମ୍ଭେ କଦାପି ବଦଳିବ ନାହିଁ,
    ଓ ତୁମ୍ଭ ଜୀବନର ଶେଷ ହେବ ନାହିଁ।”(E)

13 ପରମେଶ୍ୱର କେବେ ହେଲେ କୌଣସି ସ୍ୱର୍ଗଦୂତକୁ କହିଛନ୍ତି କି ଯେ:

“ଯେତେବେଳ ପର୍ଯ୍ୟନ୍ତ ମୁଁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ତୁମ୍ଭ କର୍ତ୍ତୃତ୍ୱରେ ନ ଆଣିଛି,
    ସେ ପର୍ଯ୍ୟନ୍ତ ମୋ’ ଡାହାଣରେ ବସିଥାଅ।”(F)

14 ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center