Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 7:1-11

ଦାଉଦ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହିଁଲେ

ଏହା ପରେ ଦାଉଦ, ଯେତେବେଳେ ନୂତନ ଗୃହକୁ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ଶାନ୍ତି ପ୍ରଦାନ କଲେ। ରାଜା ଦାଉଦ ଭବିଷ୍ୟ‌ଦ୍‌ବକ୍ତା ନାଥନଙ୍କୁ କହିଲେ, “ଦେଖ ମୁଁ ଏବେ ଏରସ ନିର୍ମିତ କାଠ ଘରେ ବାସ କରୁଅଛି କିନ୍ତୁ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ସେହି ତମ୍ବୁ ତଳେ ରହି ଅଛି। ଆମ୍ଭେମାନେ ପବିତ୍ର ସିନ୍ଦୁକ ପାଇଁ ଏକ ସୁନ୍ଦର ପ୍ରାସାଦ ତିଆରି କରିବା କଥା।”

ନାଥନ ରାଜା ଦାଉଦଙ୍କୁ କହିଲେ, “ତୁମ୍ଭର ଯାହା ଇଚ୍ଛା ତାହା କର, କାରଣ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”

କିନ୍ତୁ ସେହି ରାତ୍ରିରେ ସଦାପ୍ରଭୁଙ୍କର ବାର୍ତ୍ତା ନାଥନଙ୍କ ନିକଟକୁ ଆସିଲା: ଏହା ଥିଲା,

“ତୁମ୍ଭେ ଯାଅ ଓ ମୋର ଦାସ ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମୋର ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଧିଷ୍ଟ ବ୍ୟକ୍ତି ନୁହଁ। ମୁଁ ଇସ୍ରାଏଲୀୟ ସନ୍ତାନଗଣକୁ ମିଶରରୁ ବାହାର କରି ଆଣିବାଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହିଁ। ମାତ୍ର ମୁଁ ଏକ ତମ୍ବୁ ମଧ୍ୟରେ ଯାତାୟାତ କଲି। ମୁଁ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେ ସବୁ ସ୍ଥାନକୁ ଗମନାଗମନ କଲି, ମୁଁ ମୋର ଇସ୍ରାଏଲର ଏହିପରି କୌଣସି ପରିବାରବର୍ଗ ମୋ’ ପାଇଁ ଏରସ କାଠରେ ଏକ ସୁନ୍ଦର ଗୃହ ନିର୍ମାଣ କରିବାକୁ କହି ନାହିଁ।’

“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି। ଏହା ପରେ ତୁମ୍ଭେ ଯେଉଁ ସ୍ଥାନକୁ ଗଲ, ମୁଁ ତୁମ୍ଭ ସହିତ ଗଲି ଓ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଧ୍ୱଂସ କଲି ଏବଂ ମୁଁ ତୁମ୍ଭକୁ ପୃଥିବୀର ବିଖ୍ୟାତ ଲୋକମାନଙ୍କ ମଧ୍ୟରୁ ଜଣେ କରିବି। 10-11 ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ[a]

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 7:16

16 ତୁମ୍ଭ ପରିବାର ଓ ତୁମ୍ଭ ରାଜତ୍ୱ ଓ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରିକୃତ ହେବ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”

ଲୂକ ଲିଖିତ ସୁସମାଗ୍ଭର 1:46-55

ମରିୟମ ପରମେଶ୍ୱରଙ୍କ ସ୍ତୁତି କଲେ

46 ତା'ପରେ ମରିୟମ କହିଲେ,

“ମୋର ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି।
47     ମୋର ହୃଦୟ ଆନନ୍ଦରେ ପରିପୂର୍ଣ୍ଣ। କାରଣ ପରମେଶ୍ୱର ମୋର ଉଦ୍ଧାର କର୍ତ୍ତା।
48 ମୋର କିଛି ମହତ୍ତ୍ୱ ନାହିଁ,
    କିନ୍ତୁ ପରମେଶ୍ୱର ମୋ’ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ।
ଆଜିଠାରୁ ସମସ୍ତେ ମୋତେ ଧନ୍ୟ କହିବେ।
49 କାରଣ ସର୍ବଶକ୍ତିମାନ ପରମେଶ୍ୱର ମୋ’ ପାଇଁ ମହାନ୍ କାର୍ଯ୍ୟ ସବୁ କରିଛନ୍ତି।
    ତାହାଙ୍କର ନାମ ପବିତ୍ର ହେଉ।
50 ଯେଉଁମାନେ ତାହାଙ୍କର ଉପାସନା କରନ୍ତି,
    ସେ ସେମାନଙ୍କୁ ସଦାସର୍ବଦା ଦୟା କରନ୍ତି।
51 ସେ ତାହାଙ୍କର ବାହୁର ଶକ୍ତି ଦେଖାଇଛନ୍ତି।
    ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସେମାନଙ୍କର ସମସ୍ତ ଯୋଜନା ଧ୍ୱଂସ କରିଦେଲେ।
52 ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ
    ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।
53 ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦେଇ ତୃପ୍ତ କଲେ,
    କିନ୍ତୁ ଧନୀ ଓ ସ୍ୱାର୍ଥପର ଲୋକଙ୍କୁ ଖାଲି ହାତରେ ଫେରାଇଦେଲେ।
54 ତାହାଙ୍କର ସେବା କରିବା ପାଇଁ ସେ ନିଜେ ବାଛିଥିବା ଇସ୍ରାଏଲର ଲୋକମାନଙ୍କୁ ସାହାଯ୍ୟ କଲେ।
    ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।
55 ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦେଖାଇବା ପାଇଁ ଦେଇଥିବା,
    ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।”

ଗୀତସଂହିତା 89:1-4

ଇଷ୍ରାହୀୟ ଏଥନର ମସ୍କୀଲ୍।

89 ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି।
    ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି।
ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି।
    ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।”

ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି।
    ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି
    ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’” ସେଲା

ଗୀତସଂହିତା 89:19-26

19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
    ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
    ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
    ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
    ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
    ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
    ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
    ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
    ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’

ରୋମୀୟଙ୍କ ପ୍ରତି ପତ୍ର 16:25-27

25 ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା। 26 ପରମେଶ୍ୱର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦେଇଛନ୍ତି। ଏହି ଗୁପ୍ତ ସତ୍ୟ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଲେଖା ଦ୍ୱାରା ତାହା ପ୍ରକାଶିତ ହେଲା। ଏହା ଦ୍ୱାରା ସମସ୍ତ ଲୋକମାନଙ୍କର ପରମେଶ୍ୱରଙ୍କ ପାଇଁ ବିଶ୍ୱାସ ଓ ଆଜ୍ଞାକାରିତା ବଢ଼ି ପାରିବ। 27 ଯୀଶୁ ଖ୍ରୀଷ୍ଟଙ୍କ ଜରିଆରେ ଏକ ମାତ୍ର ଜ୍ଞାନବାନ ପରମେଶ୍ୱରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ୟାପ୍ତ ରହୁ। ଆମେନ୍।

ଲୂକ ଲିଖିତ ସୁସମାଗ୍ଭର 1:26-38

କୁମାରୀ କନ୍ୟା ମରିୟମ

26-27 ଏଲୀଶାବେଥଙ୍କର ଗର୍ଭର ଷଷ୍ଠ ମାସ ଗ୍ଭଲୁଥିଲା। ଗାଲିଲୀର ଗୋଟିଏ ସହର ନାଜରିତରେ ବାସ କରୁଥିବା ଜଣେ କୁମାରୀକନ୍ୟା ପାଖକୁ ପରମେଶ୍ୱର ଦୂତ ଗାବ୍ରିଏଲଙ୍କୁ ପଠାଇଲେ। ଦାଉଦଙ୍କ ବଂଶଜ ଯୋଷେଫ ନାମକ ଜଣେ ପୁରୁଷ ସହିତ ସେ କନ୍ୟାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ତାହାଙ୍କର ନାମ ମରିୟମ ଥିଲା। 28 ସ୍ୱର୍ଗଦୂତ ସେହି କନ୍ୟା ପାଖକୁ ଆସି କହିଲେ, “ନମସ୍କାର। ପ୍ରଭୁ ତୁମ୍ଭକୁ ଅନୁଗ୍ରହ କରିଛନ୍ତି। ସେ ତୁମ୍ଭ ସହିତ ଅଛନ୍ତି।”

29 ମରିୟମ ସ୍ୱର୍ଗଦୂତଙ୍କ କଥା ଶୁଣି ଉ‌ଦ୍‌ବିଗ୍ନ ହୋଇଗଲେ। ତାହାଙ୍କ ଅଭିବାଦନର ଅର୍ଥ କ’ଣ ହୋଇପାରେ, ସେହି କଥା ଭାବି ସେ ଚିନ୍ତାରେ ପଡ଼ିଗଲେ।

30 ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ମରିୟମ! ଭୟ କର ନାହିଁ। କାରଣ ପରମେଶ୍ୱର ତୁମ୍ଭ ଉପରେ ପ୍ରସନ୍ନ ହୋଇଛନ୍ତି। 31 ଶୁଣ, ତୁମ୍ଭେ ଗର୍ଭବତୀ ହେବ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେବ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। 32 ସେ ମହାନ୍ ହେବେ। ଲୋକମାନେ ତାହାଙ୍କୁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ପୁତ୍ର ବୋଲି କହିବେ ଏବଂ ପ୍ରଭୁ ପରମେଶ୍ୱର ତାହାଙ୍କୁ ତାହାଙ୍କର ପୂର୍ବ ପୁରୁଷ ଦାଉଦଙ୍କ ସିଂହାସନ ପ୍ରଦାନ କରିବେ। 33 ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବବଂଶ ଉପରେ ରାଜତ୍ୱ କରିବେ। ଯୀଶୁଙ୍କ ରାଜ୍ୟର କେବେ ହେଲେ ଶେଷ ହେବ ନାହିଁ।”

34 ମରିୟମ ସ୍ୱର୍ଗଦୂତଙ୍କୁ ପଗ୍ଭରିଲେ, “ଏହା କିପରି ଘଟିବ? ମୁଁ ଏବେ ମଧ୍ୟ କୁମାରୀ ଅଛି?”

35 ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହିଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହେବେ। ସେ ପରମେଶ୍ୱରଙ୍କ ପୁତ୍ରଭାବରେ ଖ୍ୟାତ ହେବେ। 36 ତୁମ୍ଭର ସମ୍ପର୍କୀୟ ଏଲୀଶାବେଥ ମଧ୍ୟ ଗର୍ଭବତୀ ଅଛନ୍ତି। ବହୁତ ବୁଢ଼ୀ ହୋଇଯାଇଥିଲେ ମଧ୍ୟ ସେ ଏବେ ଗୋଟିଏ ପୁତ୍ରସନ୍ତାନକୁ ଜନ୍ମ ଦେବେ। ସମସ୍ତେ ଭାବୁଥିଲେ ଯେ, ସେ ଏଣିକି ଆଉ ସନ୍ତାନସନ୍ତତି ପାଇବାକୁ ସମର୍ଥ ହେବେ ନାହିଁ। କିନ୍ତୁ ସେ ଏବେ ଛଅ ମାସର ଗର୍ଭବତୀ ଅଟନ୍ତି। 37 ପରମେଶ୍ୱର ସବୁକିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।”

38 ମରିୟମ କହିଲେ, “ମୁଁ ପ୍ରଭୁଙ୍କର ଦାସୀ କନ୍ୟା ଅଟେ। ତୁମ୍ଭେ ମୋତେ ଯାହା କହିଲ, ମୋ’ ପାଇଁ ତାହା ହିଁ ହେଉ।” ତା'ପରେ ସ୍ୱର୍ଗଦୂତ ତାହାଙ୍କ ପାଖରୁ ଗ୍ଭଲିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center