Revised Common Lectionary (Semicontinuous)
96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
3 ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
4 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
5 ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
7 ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
ଓ ପରାକ୍ରମର ଗୁଣ ଗାନ କର।
8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
8 ସଦାପ୍ରଭୁ କହିଲେ, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭର ଅପେକ୍ଷାରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ୟଗଣକୁ ଏକତ୍ରିତ କରିବା। ଆମ୍ଭେ ଆପଣା କ୍ରୋଧ ସେମାନଙ୍କ ଉପରେ ଢାଳି ଦେବା। ଆମ୍ଭେ ଆପଣା ପ୍ରଚଣ୍ତ କ୍ରୋଧ ଦେଖାଇବା। ଆମ୍ଭର କ୍ରୋଧରେ ସମଗ୍ର ପୃଥିବୀ ଧ୍ୱଂସ ହେବ। 9 ତା’ପରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସେମାନେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭକୁ ଉପାସନା କରିବେ। 10 ଇଥିଓପିଆରୁ ନଦୀ ପାର ହୋଇ ସମସ୍ତ ଲୋକେ ଆମ୍ଭକୁ ଉପାସନା କରିବାକୁ ଆସିବେ। ଆମ୍ଭର ଛିନ୍ନବିଛିନ୍ନ ଲୋକମାନେ ଆମ୍ଭ ନିକଟକୁ ଆସିବେ। ସେମାନେ ଉପହାର ନେଇ ଆମ୍ଭ ନିକଟକୁ ଆସିବେ।
11 “ତା’ପରେ ହେ ଯିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହେବେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ଯିରୁଶାଲମରୁ ତଡ଼ି ଦେଇଛୁ। ଆମ୍ଭର ପବିତ୍ର ପର୍ବତରେ ଆଉ କୌଣସି ଦାମ୍ଭିକ ଲୋକ କେବେହେଲେ ରହିବେ ନାହିଁ। 12 ଆମ୍ଭେ କେବଳ ନମ୍ର ଓ ଦରିଦ୍ର ଲୋକମାନଙ୍କୁ ଯିରୁଶାଲମରେ ରହିବାକୁ ଦେବା। ସେମାନେ ସଦାପ୍ରଭୁଙ୍କଠାରେ ଆଶ୍ରୟ ପାଇବେ। 13 ଇସ୍ରାଏଲରେ ବଞ୍ଚି ରହିଥିବା ଲୋକମାନେ ଖରାପ କାର୍ଯ୍ୟ କରିବେ ନାହିଁ। ସେମାନେ ମିଥ୍ୟା କହିବେ ନାହିଁ। ସେମାନଙ୍କ ମଧ୍ୟରେ କୌଣସି ମିଥ୍ୟାବାଦୀ ରହିବେ ନାହିଁ। ସେମାନେ ମେଣ୍ଢାମାନଙ୍କ ପରି ଖାଇବେ ପିଇବେ ଓ ଶାନ୍ତିରେ ଶୋଇବେ। କେହି ସେମାନଙ୍କୁ ବ୍ୟସ୍ତ କରିବେ ନାହିଁ।”
5 ବ୍ୟବସ୍ଥା ପାଳନ ଦ୍ୱାରା ଧାର୍ମିକ ହେବା ବିଷୟରେ ମୋଶା କହିଛନ୍ତି: “ଯେଉଁ ଲୋକ ବ୍ୟବସ୍ଥା ପାଳନ ଦ୍ୱାରା ଜୀବନ ପାଇବା ପାଇଁ ଚେଷ୍ଟା କରେ, ସେ ନିଜର କାର୍ଯ୍ୟ ବ୍ୟବସ୍ଥା ଅନୁସାରେ କରିବା ଆବଶ୍ୟକ।” [a] 6 କିନ୍ତୁ ବିଶ୍ୱାସ ଦ୍ୱାରା ଧାର୍ମିକ ହେବା ବିଷୟରେ ଶାସ୍ତ୍ର ଏହିପରି କୁହେ: “ନିଜେ ନିଜକୁ ପଗ୍ଭର ନାହିଁ ଯେ ‘ସ୍ୱର୍ଗକୁ କିଏ ଯିବ?’”(ଅର୍ଥାତ୍ “କିଏ ସ୍ୱର୍ଗରୁ ଖ୍ରୀଷ୍ଟଙ୍କୁ ପୃଥିବୀକୁ ଆଣିବ?”) 7 “ଓ ଏପରି କୁହ ନାହିଁ ଯେ, ‘ପାତାଳକୁ କିଏ ଯିବ?’” (ଅର୍ଥାତ୍ “ମୃତମାନଙ୍କ ଭିତରୁ ଖ୍ରୀଷ୍ଟଙ୍କୁ ଉପରକୁ କିଏ ଆଣିବ?”)
8 ଶାସ୍ତ୍ର କୁହେ: “ପରମେଶ୍ୱରଙ୍କ ଶିକ୍ଷା ତୁମ୍ଭ ପାଖରେ ଅଛି; ଏହା ତୁମ୍ଭ ମୁହଁରେ ଓ ତୁମ୍ଭ ହୃଦୟରେ ଅଛି।” [b] ଆମ୍ଭେ ଲୋକମାନଙ୍କୁ ଘୋଷଣା କରୁଥିବା ସେହି ଶିକ୍ଷାଟି ବିଶ୍ୱାସର ଶିକ୍ଷା ଅଟେ। 9 ଯଦି ତୁମ୍ଭେ ନିଜ ମୁହଁରେ କୁହ, “ଯୀଶୁ ପ୍ରଭୁ ଅଟନ୍ତି,” ଓ ତୁମ୍ଭର ମନ ବିଶ୍ୱାସ କରେ ଯେ, ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ଉଠାଇ ଆଣିଥିଲେ; ତେବେ ତୁମ୍ଭେ ଉଦ୍ଧାର ପାଇଯିବ। 10 ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।
11 ଶାସ୍ତ୍ର କୁହେ: “ଯିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।” [c] 12 ଏଠାରେ “ଯିଏ” ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତରେ ଭେଦ ନ ଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ୱାସ କରନ୍ତି, ପରମେଶ୍ୱର ସେମାନଙ୍କୁ ଅନେକ ଆଶୀର୍ବାଦ କରନ୍ତି। 13 ଶାସ୍ତ୍ର କୁହେ: “ପ୍ରଭୁଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରିତ୍ରାଣ ପାଇବ।” [d]
2010 by World Bible Translation Center