Revised Common Lectionary (Semicontinuous)
96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
3 ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
4 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
5 ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
7 ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
ଓ ପରାକ୍ରମର ଗୁଣ ଗାନ କର।
8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
ଗୋଟିଏ ସୁଖ ସଙ୍ଗୀତ
14 ହେ ଯିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ।
ଇସ୍ରାଏଲ ମଧ୍ୟ ଆନନ୍ଦ କରିବ।
ଯିରୁଶାଲମ ମଧ୍ୟ ସୁଖୀ ହେବ।
15 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ।
ସେ ତୁମ୍ଭର ଶତ୍ରୁମାନଙ୍କୁ ବିନାଶ କଲେ।
ଇସ୍ରାଏଲର ରାଜା, ସ୍ୱୟଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି।
ତୁମ୍ଭେ ମନ୍ଦ ବିଷୟ ପାଇଁ ଆଉ ଭୟଭୀତ ହେବ ନାହିଁ।
16 ସେତେବେଳେ ଯିରୁଶାଲମକୁ କୁହାଯିବ,
“ଭୟ କର ନାହିଁ, ତୁମ୍ଭର ହସ୍ତ ଦୁର୍ବଳ ହେବ ନାହିଁ।
17 ଜଣେ ଶକ୍ତିଶାଳୀ ସୈନିକ ସଦୃଶ
ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।
ସେ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦେଖାଇବେ।
ଆଉ ମଧ୍ୟ ସେ ଦେଖାଇ ଦେବେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ।
ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହେବେ, ଭୋଜିରେ ଆନନ୍ଦ କଲାପରି ହେବେ।”
18 ସଦାପ୍ରଭୁ କହିଲେ, “ମୁଁ ତୁମ୍ଭମାନଙ୍କର
ଲଜ୍ଜା ଅପମାନ ନେଇଯିବି।
ସେହି ଲୋକମାନେ ତୁମ୍ଭକୁ ଆଘାତ କରିବା ବନ୍ଦ କରିବେ।
19 ସେତେବେଳେ ତୁମ୍ଭକୁ ଆଘାତ କରୁଥିବା ଲୋକଙ୍କୁ ଆମ୍ଭେ ଦଣ୍ତ ଦେବା,
ଆମ୍ଭର ଆଘାତପ୍ରାପ୍ତ ଲୋକମାନଙ୍କୁ ରକ୍ଷା କରିବା।
ପଳାତକମାନଙ୍କୁ ଆମ୍ଭେ ପୁନର୍ବାର ଫେରାଇ ଆଣିବା।
ସେମାନଙ୍କୁ ଆମ୍ଭେ ଏପରି ବିଖ୍ୟାତ କରାଇବା
ସବୁଲୋକ ସେମାନଙ୍କୁ ପ୍ରଶଂସା କରିବେ।
20 ସେତେବେଳେ ଆମ୍ଭେ ତୁମ୍ଭ ସମସ୍ତଙ୍କୁ ଏକତ୍ର ଫେରାଇ ଆଣିବା।
ଆମ୍ଭେ ତୁମ୍ଭମାନଙ୍କୁ ଏପରି ସୁନାମଶାଳୀ କରାଇବା
ଯାହା ଫଳରେ ସବୁଲୋକ ତୁମ୍ଭମାନଙ୍କର ପ୍ରଶଂସା କରିବେ।
ତାହା ଘଟିବ ଯେତେବେଳେ ଆମ୍ଭେ ସମସ୍ତ ବନ୍ଦୀମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣି ମୁକ୍ତ କରିବା,”
ସଦାପ୍ରଭୁ ଏହି ସମସ୍ତ କହିଥିଲେ।
11 ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ। 12 ‘ରାତି’ ପ୍ରାୟ କଟି ଗଲାଣି। ‘ଦିନ’ ପ୍ରାୟ ଏହିଠାରେ। ଅତଏବ ଅନ୍ଧକାରରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ୍। ଆମ୍ଭେ ପ୍ରକାଶରେ ହେଉଥିବା ଭଲ କାମ କରିବା ପାଇଁ ପ୍ରସ୍ତୁତ ରହିବା ଉଚିତ୍। 13 ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ୍। ଆମ୍ଭେ ଖର୍ଚ୍ଚାନ୍ତ ରଙ୍ଗରସରେ ମାତିବା ଠିକ୍ ନୁହେଁ। ମାତାଲ ହେବା ଉଚିତ୍ ନୁହେଁ। ଯୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସରେ ଲିପ୍ତ ହେବା ଠିକ୍ ନୁହେଁ। ଯୁକ୍ତିତର୍କ କରିବା ଓ ଈର୍ଷାଳୁ ହେବା ଉଚିତ୍ ନୁହେଁ। 14 ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍।
2010 by World Bible Translation Center