Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 96

96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
    ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
    ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
    ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
    ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
    କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
    ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
    ଓ ପରାକ୍ରମର ଗୁଣ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
    ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
    ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10     ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
    ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
    ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
    ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
    କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
    ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।

ଉପଦେଶକ 3:1-8

ଗୋଟିଏ ସମୟ ଅଛି

ପ୍ରତ୍ୟେକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ୱର୍ଗ ତଳେ ପ୍ରତ୍ୟେକ ଯୋଜନା ଠିକ୍ ସମୟରେ ଘଟିବ।

ଜନ୍ମ ହେବାର ଏକ ସମୟ ଅଛି,
    ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି।
ବୃକ୍ଷ ରୋପଣ ପାଇଁ ସମୟ ଅଛି,
    ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି।
ବଧ କରିବାର ସମୟ ଅଛି
    ଓ ଆରୋଗ୍ୟ କରିବାର ମଧ୍ୟ ସମୟ ଅଛି।
ଧ୍ୱଂସ କରିବାର ସମୟ ଅଛି
    ଓ ଗଢ଼ିବା ପାଇଁ ମଧ୍ୟ ସମୟ ଅଛି।
କାନ୍ଦିବା ପାଇଁ ଏକ ସମୟ ଅଛି
    ଓ ହସିବା ପାଇଁ ମଧ୍ୟ ଏକ ସମୟ ଅଛି।
ବିଳାପ ପାଇଁ ସମୟ ଅଛି
    ଓ ଖୁସୀରେ ନୃତ୍ୟ କରିବାର ପାଇଁ ମଧ୍ୟ ସମୟ ଅଛି।
ପ୍ରସ୍ତର ପକାଇବାର ସମୟ ଅଛି
    ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ୟ ସମୟ ଅଛି।
ଆଲିଙ୍ଗନ ପାଇଁ ସମୟ ଅଛି
    ଓ ଆଲିଙ୍ଗନରୁ ନିବୃତ୍ତ ହେବାର ମଧ୍ୟ ସମୟ ଅଛି।
ଅନ୍ୱେଷଣ କରିବାର ସମୟ ଅଛି
    ଓ ହଜାଇବାର ମଧ୍ୟ ସମୟ ଅଛି।
ରହିବାର ସମୟ ଅଛି ଓ ହଜାଇବାର ମଧ୍ୟ ସମୟ ଅଛି।
    ରଖିବାର ସମୟ ଅଛି ଓ ପକାଇବାର ମଧ୍ୟ ସମୟ ଅଛି।
ଚିରିବାର ସମୟ ଅଛି
    ଓ ସିଲେଇ କରିବାର ମଧ୍ୟ ସମୟ ଅଛି।
ନୀରବ ରହିବାର ସମୟ ଅଛି
    ଓ କଥା କହିବାର ମଧ୍ୟ ସମୟ ଅଛି।
ପ୍ରେମ କରିବାର ସମୟ ଅଛି
    ଓ ଘୃଣା କରିବାର ମଧ୍ୟ ସମୟ ଅଛି।
ଯୁଦ୍ଧର ସମୟ ଅଛି
    ଓ ଶାନ୍ତିର ମଧ୍ୟ ସମୟ ଅଛି।

ଯାକୁବଙ୍କ ପତ୍ର 1:17-18

17 ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି। 18 ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center