Revised Common Lectionary (Semicontinuous)
ପରମେଶ୍ୱରଙ୍କ ସେବକ ପରିତ୍ରାଣ ଆଣିବେ
10 “ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି,
ମୋର ପ୍ରାଣ ମୋର ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ;
କାରଣ ବର ଯେପରି ଭୂଷଣରେ ନିଜକୁ ଭୂଷିତ କରେ
ଓ କନ୍ୟା ଯେପରି ନିଜକୁ ରତ୍ନରେ ଭୂଷିତା କରେ
ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି
ଓ ଧର୍ମରୂପକ ରାଜବସ୍ତ୍ରରେ ମୋତେ ଆବୃତ କରିଅଛନ୍ତି।
11 କାରଣ ଭୂମି ଯେପରି ବୀଜକୁ ଅଙ୍କୁରିତ କରାଏ
ଓ ଉଦ୍ୟାନରେ ବୁଣା ଯାଇଥିବା ମଞ୍ଜି ଯେପରି ଅଙ୍କୁରିତ ହୋଇ ବଢ଼େ,
ସେହିପରି ସଦାପ୍ରଭୁ ସମଗ୍ର ଜାତିଗଣଙ୍କ ମଧ୍ୟରେ ଧର୍ମ
ଓ ପ୍ରଶଂସା ଅଙ୍କୁରିତ କରିବେ।”
ନୂତନ ଯିରୁଶାଲମ-ଏକ ଧର୍ମପୂର୍ଣ୍ଣ ନଗରୀ
62 ମୁଁ ସିୟୋନକୁ ଭଲ ପାଏ,
ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ
ଯିରୁଶାଲମରେ ପ୍ରକଟ ନ ହୋଇଛି,
ସେ ପର୍ଯ୍ୟନ୍ତ ଆମ୍ଭେ ତା’ ନିମନ୍ତେ ବିଶ୍ରାମ ନେବା ନାହିଁ।
ପ୍ରଭାତରେ ଦୀପ୍ତି ଲାଭ କରିବା ପରି
ମୁଁ ଯିରୁଶାଲମରେ ବିଜୟ ଗ୍ଭହେଁ।
2 ସେତେବେଳେ ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ
ଓ ରାଜାମାନେ ତୁମ୍ଭର ମହିମା ଦେଖିବେ;
ଆଉ ତୁମ୍ଭେ ସଦାପ୍ରଭୁଙ୍କ ମୁଖରେ
ଏକ ନୂତନ ନାମରେ ଖ୍ୟାତ ହେବ।
3 ଆଉ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ
ଓ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
5 ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
8 ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।
4 କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ। 5 ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।
6 ତୁମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସେହି ଆତ୍ମା “ଆବ୍ବା, ପ୍ରିୟ ପିତା” ବୋଲି ଡାକନ୍ତି। 7 ଅତଏବ, ତୁମ୍ଭେମାନେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହୋଇଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।
ଯୀଶୁଙ୍କୁ ମନ୍ଦିରରେ ହାଜିର କରାଗଲା
22 ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି[a] ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ। 23 ପ୍ରଭୁଙ୍କ ‘ନିୟମ’[b]ରେ ଲେଖାଅଛି: “ପରିବାରରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ ‘ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ’ ହେବ।”[c] 24 ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।”(A) ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ।
ଶିମିୟୋନ ଯୀଶୁଙ୍କୁ ଦେଖାକଲେ
25 ଯିରୁଶାଲମରେ ଶିମିୟୋନ ନାମରେ ଜଣେ ଅତ୍ୟନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇସ୍ରାଏଲକୁ ସାନ୍ତ୍ୱନା କରିବା ନିମନ୍ତେ ପରମେଶ୍ୱର କେବେ ଆସିବେ, ସେହି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ରଆତ୍ମା ତାହାଙ୍କ ମଧ୍ୟରେ ଥିଲେ। 26 ପବିତ୍ରଆତ୍ମା ତାହାଙ୍କୁ କହି ଦେଇଥିଲେ ଯେ, ସେ ପ୍ରଭୁ ପରମେଶ୍ୱରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନ କରିବା ପୂର୍ବରୁ ତାହାଙ୍କର ମୃତ୍ୟୁ ହେବ ନାହିଁ। 27 ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ। 28 ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନେଇ ପରମେଶ୍ୱରଙ୍କ ସ୍ତୁତିଗାନ କରି କହିଲେ:
29 “ପ୍ରଭୁ, ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତିରେ ମରିବାକୁ ଦିଅ।
30 ମୁଁ ମୋ’ ଆଖିରେ ତୁମ୍ଭର ପରିତ୍ରାଣକୁ ଦେଖିଛି।
31 ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଆଗରେ ପ୍ରସ୍ତୁତ କରିଛ।
32 ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦେଖାଇବା ପାଇଁ ଆଲୋକ ଅଟନ୍ତି
ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।”
33 ଯୀଶୁଙ୍କ ବାପାମା ଯୀଶୁଙ୍କ ବିଷୟରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। 34 ତା'ପରେ ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, “ଏ ବାଳକ ଯୋଗୁଁ ଅନେକ ଯିହୂଦୀଙ୍କର ଉତ୍ଥାନ ଓ ପତନ ହେବ। ସେ ପରମେଶ୍ୱରଙ୍କର ଏକ ଚିହ୍ନ ହେବେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ। 35 ଲୋକମାନଙ୍କ ମନ ଭିତରେ ଥିବା ଗୋପନକଥା ପ୍ରକାଶିତ ହେବ। ସେହି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।”
ହାନ୍ନା ଯୀଶୁଙ୍କୁ ଦେଖାକଲେ
36 ସେତେବେଳେ ହାନ୍ନା ନାମରେ ଜଣେ ମହିଳା ଭବିଷ୍ୟଦ୍ବକ୍ତ୍ରୀ ମନ୍ଦିର ଭିତରେ ଥିଲେ। ସେ ଆଶେର ବଂଶର ଫିନୂୟେଲଙ୍କ ଝିଅ ଥିଲେ। ହାନ୍ନା ବହୁତ ବୁଢ଼ୀ ହୋଇ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ଯ୍ୟନ୍ତ ସେ ସ୍ୱାମୀଙ୍କ ସହିତ ରହିଥିଲେ। 37 ତା'ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।
38 ସେ ସେହି ସମୟରେ ଶିଶୁ ଓ ତା'ର ବାପାମାଙ୍କ ପାଖକୁ ଆସିଲେ। ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଯେଉଁମାନେ ଯିରୁଶାଲମର ମୁକ୍ତିର ଅପେକ୍ଷାରେ ଥିଲେ, ସେହି ସମସ୍ତ ଲୋକଙ୍କୁ ସେ ଯୀଶୁଙ୍କ ବିଷୟରେ କହିଲେ।
ଯୋଷେଫ ଓ ମରିୟମ ଘରକୁ ଫେରିଗଲେ
39 ଯୋଷେଫ ଓ ମରିୟମ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ। ତା'ପରେ ସେମାନେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫେରିଗଲେ। 40 ସାନ ଶିଶୁଟି ଦିନକୁ ଦିନ ବଢ଼ିବାକୁ ଲାଗିଲେ। ସେ ହୃଷ୍ଟପୁଷ୍ଟ ଓ ବୁଦ୍ଧିମାନ ହେବାକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ୱରଙ୍କର ଆଶୀର୍ବାଦ ଥିଲା।
2010 by World Bible Translation Center