Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 148

148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
    ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
    ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
    ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
    ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
    କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
    ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
    ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
    ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
    ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
    ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
    ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
    ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
    ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
    ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 31:15-17

15 ପୁଣି ସଦାପ୍ରଭୁ ଏହି କଥା କହନ୍ତି,
“ରାମାରେ କୋଳାହଳ
    ଓ ଅତି କରୁଣ ଚିତ୍କାର ଶୁଣାଯିବ।
ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ।
    ସେ ତା'ର ସନ୍ତାନମାନଙ୍କ ବିଷୟରେ ସାନ୍ତ୍ୱନାବାଣୀ ଶୁଣିବ ନାହିଁ,
    କାରଣ ସେମାନେ ମୃତ।”

16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କ୍ରନ୍ଦନରୁ ନିବୃତ୍ତ ହୁଅ
    ଓ ଚକ୍ଷୁରୁ ଲୋତକ ବନ୍ଦ କର।
କାରଣ ତୁମ୍ଭେ ତୁମ୍ଭର କର୍ମାନୁସାରେ ପୁରସ୍କୃତ ହେବ।”
    ଆଉ ସଦାପ୍ରଭୁ କହନ୍ତି,
    “ତୁମ୍ଭେମାନେ ଶତ୍ରୁ ଦେଶରୁ ଫେରି ଆସିବ।
17 ତୁମ୍ଭ ଅନ୍ତିମକାଳ ବିଷୟରେ ପ୍ରତ୍ୟାଶ ଅଛି।”
    ସଦାପ୍ରଭୁ କହନ୍ତି,
    ଆଉ “ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫେରି ଆସିବେ।

ମାଥିଉ ଲିଖିତ ସୁସମାଗ୍ଭର 2:13-18

ଯୀଶୁଙ୍କ ବାପା-ମାଆ ତାହାଙ୍କୁ ମିଶରକୁ ନେଲେ

13 ପଣ୍ଡିତମାନେ ଗ୍ଭଲିଯିବାପରେ ପରମେଶ୍ୱରଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁଟିକୁ ଓ ତା’ ମାଙ୍କୁ ନେଇ ମିଶର ଦେଶକୁ ପଳାଅ ଏବଂ ମୁଁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ। କାରଣ ହେରୋଦ ତାହାକୁ ମାରିଦେବା ପାଇଁ ଗ୍ଭହୁଁଥିବାରୁ ତାହାଙ୍କୁ ଖୋଜିବ।”

14 ତେଣୁ ଯୋଷେଫ ଉଠିଲେ, ସେ ଶିଶୁ ଓ ତା’ ମାଙ୍କୁ ଧରି ମିଶର ଦେଶକୁ ଯିବା ପାଇଁ ରାତିରେ ବାହାରି ପଡ଼ିଲେ। 15 ସେଠାରେ ଯୋଷେଫ ହେରୋଦଙ୍କ ମୃତ୍ୟୁ ପର୍ଯ୍ୟନ୍ତ ରହିଲେ। ପରମେଶ୍ୱର ତାହାଙ୍କ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ୱର କହିଥିଲେ, “ମୁଁ ମୋର ପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।”(A)

ହେରୋଦ ବେ‌‌‌‌‌‌ଥ୍‌‌‌‌‌‌ଲେହିମର ଶିଶୁ ପୁତ୍ରମାନଙ୍କୁ ହତ୍ୟା କଲେ

16 ହେରୋଦ ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନେଇ ଦେଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇ ବର୍ଷ ତଳର କଥା ହୋଇଥିବାରୁ ସେ ବେ‌‌‌‌‌‌ଥ୍‌‌‌‌‌‌ଲେହିମ ଓ ତା’ ଆଖପାଖ ଅଞ୍ଚଳର ଦୁଇ ବର୍ଷ ବା ତା'ଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ୟା କରିବାକୁ ଆଦେଶ ଦେଲେ। 17 ଏହିଭଳି ଭାବରେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିରିମିୟଙ୍କ ମାଧ୍ୟମରେ କୁହାଯାଇଥିବା ପ୍ରଭୁଙ୍କ ବାକ୍ୟ ସଫଳ ହେଲା:

18 “ରାମାରେ ଏକ ଦୁଃଖଭରା ସ୍ୱର ଶୁଣାଗଲା।
    ତାହା ରୋଦନ ଓ ଅତିଶୟ ବିଳାପର ସ୍ୱର ଥିଲା।
ରାହେଲ ତା’ ପିଲାମାନଙ୍କ ପାଇଁ କାନ୍ଦୁଥିଲା।
    କେହିହେଲେ ତାକୁ ସାନ୍ତ୍ୱନା ଦେଇ ପାରିବେନି।
    କାରଣ ତା'ର ପିଲାମାନେ ମରିଯାଇଥିଲେ।”(B)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center