Revised Common Lectionary (Semicontinuous)
148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
5 ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
8 ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।
5 ପୁଣି ମୋତେ ତାଙ୍କର ସେବକ ହେବା ପାଇଁ,
ଯାକୁବଙ୍କୁ ତାଙ୍କ ନିକଟକୁ ଆଣିବା ପାଇଁ
ଓ ଇସ୍ରାଏଲ ତାହାଙ୍କ ନିକଟରେ ପହଞ୍ଚିବା ପାଇଁ ସେ ମୋତେ ମାତୃଗର୍ଭରେ ସୃଷ୍ଟି କଲେ।
ସେହି ସଦାପ୍ରଭୁ ମୋତେ ଏବେ କୁହନ୍ତି, “କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ
ଆଦରଣୀୟ ଅଟେ ଓ ମୋର ପରମେଶ୍ୱର ମୋର ବଳସ୍ୱରୂପ ହୋଇଅଛନ୍ତି।”
6 ପୁଣି ସଦାପ୍ରଭୁ କହିଲେ, “ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ
ଓ ଇସ୍ରାଏଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ
ଆମ୍ଭର ସେବକ ହେବ।
ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ଯେପରି ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ
ଆମ୍ଭ କୃତ ପରିତ୍ରାଣ ସ୍ୱରୂପ ହେବ,
ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତିସ୍ୱରୂପ କରିବା।”
7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି,
ଯେ ଶାସକ କର୍ତ୍ତାମାନଙ୍କର ଦାସ,
ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା’ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି।
ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ
ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି,
“ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ,
ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
This will happen for the LORD. The Holy One of Israel is the one who chose you, and he can be trusted.
ପରିତ୍ରାଣର ଦିନ
8 ସଦାପ୍ରଭୁ କୁହନ୍ତି,
“ଆମ୍ଭେ ଯେଉଁ ସମୟରେ ଦୟା ଦେଖାଇବା କଥା
ସେହି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ।
ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିଅଛୁ।
ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ
ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାରର
ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ
ଲୋକମାନଙ୍କର ଚୁକ୍ତି ସ୍ୱରୂପ ନିଯୁକ୍ତ କରିବା।
9 ତୁମ୍ଭେ ବନ୍ଦୀଗଣଙ୍କୁ ‘ବାହାରି ଯାଅ ବୋଲି,’
‘ଅନ୍ଧକାରସ୍ଥିତ’ ଲୋକମାନଙ୍କୁ ଆପଣାମାନଙ୍କୁ ଦେଖାଅ ବୋଲି କହିବ।
ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀ ସକଳ
ସେମାନଙ୍କର ଚରାସ୍ଥାନ ହେବ।
10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ।
ଗ୍ରୀଷ୍ମ କିମ୍ବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ।
କାରଣ ଯେଉଁ ପରମେଶ୍ୱର ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ;
ଜଳ ନିର୍ଝର ଦେଇ ସେ ସେମାନଙ୍କୁ କଢ଼ାଇ ଦେବେ।
11 “ପୁଣି ଆମ୍ଭେ ଆମ୍ଭର ପର୍ବତଗୁଡ଼ିକୁ ଏକ ପଥ କରିବା
ଓ ଆମ୍ଭର ରାଜପଥଗୁଡ଼ିକ ଉଚ୍ଚ କରାଯିବ।
12 “ଦେଖ, କେତେକ ଲୋକ ଦୂର ଦେଶରୁ ଆସିବେ,
କେତେକ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ
ଓ ଆଉ କେତେକ ସୀନୀମ ଦେଶରୁ ଆସିବେ।”
13 ହେ ସ୍ୱର୍ଗମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ;
ହେ ପର୍ବତଗଣ, ଉଚ୍ଚ ସ୍ୱରରେ ଆନନ୍ଦ ଧ୍ୱନି କର;
କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ୱନା କରିଛନ୍ତି
ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।
14 ମାତ୍ର ସିୟୋନ କହେ, “ସଦାପ୍ରଭୁ ମୋତେ ପରିତ୍ୟାଗ କରିଛନ୍ତି।
ମୋର ପ୍ରଭୁ ମୋତେ ଭୁଲି ଯାଇଛନ୍ତି।”
15 “ଜଣେ ସ୍ତ୍ରୀଲୋକ ତା’ର ଗର୍ଭଜାତ ସନ୍ତାନକୁ ସ୍ନେହ ନ କରି କ’ଣ ଭୁଲି ପାରିବ?
ସେ କ’ଣ ତାର ସ୍ତନ୍ୟପାୟୀ ସନ୍ତାନକୁ ଦୟା ନ ଦେଖାଇ ପାସୋରି ପାରିବ?
ଏମାନେ ତାହା କରି ପାରନ୍ତି,
ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କର ପରିବାର(A)
46 ଯୀଶୁ ଯେତେବେଳେ ଏହିସବୁ କଥା ସେଠାରେ ଜମା ହୋଇଥିବା ଲୋକମାନଙ୍କୁ କହୁଥିଲେ, ସେତେବେଳେ ତାହାଙ୍କ ମା ଏବଂ ଭାଇ ଆସି ବାହାରେ ଠିଆ ହେଲେ। ସେମାନେ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ। 47 ଜଣେ କେହି ଯୀଶୁଙ୍କୁ କହିଲେ, “ତୁମ୍ଭର ମା ଏବଂ ଭାଇମାନେ ବାହାରେ ଅପେକ୍ଷା କରିଛନ୍ତି। ସେମାନେ ତୁମ୍ଭ ସହିତ କଥାବାର୍ତ୍ତା ହେବାକୁ ଗ୍ଭହୁଁଛନ୍ତି।”
48 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋର ମା କିଏ? ମୋର ଭାଇମାନେ କିଏ?” 49 ତା’ପରେ ସେ ତାହାଙ୍କର ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼େଇ କହିଲେ, “ଏମାନେ ମୋର ମା ଓ ଭାଇ। 50 ଯିଏ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଇଚ୍ଛା ଅନୁସାରେ କାମ କରନ୍ତି, ସେ ମୋର ଭାଇ, ଭଉଣୀ ଓ ମା।”
2010 by World Bible Translation Center