Revised Common Lectionary (Semicontinuous)
148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
5 ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
8 ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।
ଜ୍ଞାନୀ ଏବଂ ଦୁଷ୍ଟ
9 ଜ୍ଞାନ ତା'ର ଗୃହ ନିର୍ମାଣ କରିଅଛି। ସେ ତା'ର ସପ୍ତସ୍ତମ୍ଭ ନିର୍ମାଣ କରିଅଛି। 2 ଜ୍ଞାନ ମାଂସ ରାନ୍ଧିଅଛି ଏବଂ ଦ୍ରାକ୍ଷାରସ ପ୍ରସ୍ତୁତ କରିଅଛି। ସେ ଆପଣା ମେଜରେ ଖାଦ୍ୟ ସଜାଇ ଅଛି। 3 ସେ ଆପଣା ଦାସୀମାନଙ୍କୁ ପଠାଇ ଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ, 4 “ଯେଉଁ ଲୋକର ଅଭିଜ୍ଞତା ନାହିଁ ମୋ’ ପାଖକୁ ଆସୁ।” ଯେଉଁମାନେ ନିର୍ବୋଧ, ସେ ତାହାଙ୍କୁ କହେ। 5 “ଆସ ମୋର ଖାଦ୍ୟକୁ ଭକ୍ଷ୍ୟଣ କର ଏବଂ ମୋରଦ୍ରାକ୍ଷାରସ ପାନ କର। 6 ଅବୋଧ ଲୋକମାନଙ୍କର ସାଙ୍ଗ ପରିତ୍ୟାଗ କରି ତୁମ୍ଭେ ଜୀବନ ରକ୍ଷା କର। ସୁବିବେଚନାର ପଥରେ ଗ୍ଭଲ।”
7 ଜଣେ ଯିଏ ଗୋଟିଏ ମନୁଷ୍ୟକୁ ଭର୍ତ୍ସନା କରେ, ଯିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ। 8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଘୃଣା କରିବ। ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ। 9 ଯଦି ଜ୍ଞାନୀକୁ ଉପଦେଶ ଦେବ ସେ ଆହୁରି ଜ୍ଞାନବାନ ହେବ। ଯଦି ତୁମ୍ଭେ ଜଣେ ଧାର୍ମିକ ବ୍ୟକ୍ତିକୁ ଶିକ୍ଷା ଦେବ, ତା'ର ପାଣ୍ଡିତ୍ୟ ବୃଦ୍ଧି ପାଇବ।
10 ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ ଏବଂ ପବିତ୍ର ସ୍ୱରୂପଙ୍କ ବିଷୟକ ଜ୍ଞାନର ସୁବିବେଚନା ଅଟେ। 11 କାରଣ ମୋ’ ଦ୍ୱାରା ତୁମ୍ଭର ଜୀବନ ବୃଦ୍ଧି ପାଇବ। ତୁମ୍ଭେ ଦୀର୍ଘଜୀବୀ ହେବ। 12 ଯଦି ତୁମ୍ଭେ ଜ୍ଞାନୀ ଅଟ, ତେବେ ନିଜକୁ ନିଜେ ତୁମ୍ଭେ ଲାଭବାନ ହେବ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।
8 ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ। 9 ଯଦିଓ କିଛି ଲୋକେ ଏହାକୁ ଡେରି ବୋଲି ଭାବୁଛନ୍ତି, ତଥାପି ପରମେଶ୍ୱର ନିଜ ପ୍ରତିଜ୍ଞା ପୂରଣ କରିବାରେ ଡେରି କରିବେ ନାହିଁ। ବରଂ ପରମେଶ୍ୱର ତୁମ୍ଭ ପ୍ରତି ଧୈର୍ଯ୍ୟବାନ ହେଉଛନ୍ତି। ପରମେଶ୍ୱର କୌଣସି ଲୋକ ନଷ୍ଟ ହେଉ ବୋଲି ଗ୍ଭହାନ୍ତି ନାହିଁ। ପରମେଶ୍ୱର ଗ୍ଭହାନ୍ତି ଯେ ପ୍ରତ୍ୟେକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।
10 କିନ୍ତୁ ଗ୍ଭେର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରତ୍ୟେକଙ୍କୁ ଆଶ୍ଚର୍ଯ୍ୟ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ୟ ହୋଇଯିବ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନିରେ ଧ୍ୱଂସ ହୋଇଯିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳିଯିବ। 11 ମୁଁ କହିଲା ଭଳି, ଏପରି ଭାବରେ ସବୁକିଛି ନଷ୍ଟ ହୋଇଯିବ। ଅତଏବ, ତୁମ୍ଭେ କିପରି ଲୋକ ହେବା ଉଚିତ୍? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ୱରଙ୍କ ସେବା କରିବା ଉଚିତ୍। 12 ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷାରେ ରହିବା ଉଚିତ୍। ସେହି ଦିନ ଆସିଲେ ଅଗ୍ନି ଦ୍ୱାରା ଆକାଶ ନଷ୍ଟ ହୋଇ ଯିବ ଓ ଆକାଶରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ଯିବ। 13 କିନ୍ତୁ ପରମେଶ୍ୱର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦେଇଛନ୍ତି। ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷାରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହେବ।
2010 by World Bible Translation Center