Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 1:1-5

ପୃଥିବୀର ଆରମ୍ଭ

ଆରମ୍ଭରେ ପରମେଶ୍ୱର ଆକାଶ ଓ ପୃଥିବୀକୁ ସୃଷ୍ଟି କଲେ। ପୃଥିବୀ ସେତେବେଳେ ସମ୍ପୂର୍ଣ୍ଣଭାବେ ଶୂନ୍ୟ ଓ କିଛି ନ ଥିଲା। ଜଳଭାଗ ଉପରେ ଅନ୍ଧକାର ଘୋଡ଼େଇ ରଖିଥିଲା ଏବଂ ପରମେଶ୍ୱରଙ୍କର ଆତ୍ମା ଜଳଭାଗ ଉପରେ ବ୍ୟାପ୍ତ ଥିଲେ।

ପ୍ରଥମ ଦିନ-ଆଲୋକ

ଏହା ପରେ ପରମେଶ୍ୱର କହିଲେ, “ଆଲୋକିତ ହେଉ!” ତହିଁରେ ଆଲୋକିତ ହେଲା। ପରମେଶ୍ୱର ଆଲୋକକୁ ଦେଖିଲେ ଏବଂ ସେ ଜାଣିଲେ, ତାହା ଉତ୍ତମ, ଏହା ପରେ ପରମେଶ୍ୱର ଆଲୋକକୁ ଅନ୍ଧକାରରୁ ଅଲଗା କଲେ। ପରମେଶ୍ୱର ସେହି ଆଲୋକର ନାମ ଦେଲେ “ଦିନ” ଏବଂ ଅନ୍ଧକାରର ନାମ ଦେଲେ “ରାତି।”

ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହେଲା। ଏହା ପ୍ରଥମ ଦିନ ଥିଲା।

ଗୀତସଂହିତା 29

ଦାଉଦଙ୍କର ଗୀତ।

29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
    ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
    ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
    ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
    ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
    ସଦାପ୍ରଭୁ ଲିବାନୋ‌ନ୍‌ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
ସେ ଲିବାନୋ‌ନ୍‌କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
    ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
    ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
    ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।

10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
    ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
    ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 19:1-7

ପାଉଲ ଏଫିସ ନଗରରେ

19 ଆପଲ୍ଲ କରିନ୍ଥରେ ଥିଲାବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦେଇ ଯାତ୍ରା କରି ଏଫିସରେ ଆସି ପହଞ୍ଚିଲେ। ତା’ପରେ ପାଉଲ ସେଠାରେ ସେ ଯୋହନଙ୍କ କେତେକ ଶିଷ୍ୟଙ୍କୁ ଦେଖିଲେ। ପାଉଲ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ବିଶ୍ୱାସୀ ହେଲାବେଳେ ପବିତ୍ରଆତ୍ମାଙ୍କୁ ପ୍ରାପ୍ତ ହୋଇଥିଲ କି?”

ସେହି ଶିଷ୍ୟମାନେ ତାହାଙ୍କୁ କହିଲେ, “ଜଣେ ପବିତ୍ରଆତ୍ମା ଯେ ଅଛନ୍ତି, ଏହା ଆମ୍ଭେମାନେ ଆଦୌ ଶୁଣି ନାହୁଁ।”

ସେ ପୁଣି ପଗ୍ଭରିଲେ, “ତେବେ ତୁମ୍ଭେମାନେ କେଉଁଥିରେ ବାପ୍ତିଜିତ ହୋଇଥିଲ?”

ସେମାନେ କହିଲେ, “ବାପ୍ତିଯୋକ ଯୋହନ ଯେଉଁ ବାପ୍ତିସ୍ମ ବିଷୟ ଶିକ୍ଷା ଦେଇଥିଲେ।”

ପାଉଲ ଏହା ଶୁଣି କହିଲେ, “ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ୟ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସେହି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ୟକ୍ତି, ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କହୁଥିଲେ।”

ସେମାନେ ଏ କଥା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ। ପାଉଲ ଯେତେବେଳେ ସେମାନଙ୍କ ଉପରେ ହାତ ରଖିଲେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ। ସେମାନେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ୟ‌ଦ୍‌ବାଣୀ କହିବାକୁ ଲାଗିଲେ। ସେମାନେ ସମୁଦାୟ ବାରଜଣ ଥିଲେ।

ମାର୍କ ଲିଖିତ ସୁସମାଗ୍ଭର 1:4-11

ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଗ୍ଭହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା’ପରେ ତୁମ୍ଭମାନଙ୍କର ପାପଗୁଡ଼ିକୁ କ୍ଷମା କରାଯିବ। ଯିହୂଦା ଓ ଯିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ୱୀକାର କରି ଯର୍ଦ୍ଦନ ନଦୀରେ ସେମାନେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।

ଯୋହନ ଓଟ ଲୋମରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଗ୍ଭରିପଟେ ଗୋଟିଏ ଚମଡ଼ାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।

ଯୋହନ ଲୋକମାନଙ୍କ ଆଗରେ ଘୋଷଣା କରୁଥିଲେ: “ମୋ’ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡ଼ି ବସି ତାହାଙ୍କର ଜୋତା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ। ମୁଁ ତୁମ୍ଭମାନଙ୍କୁ ଜଳ ଦ୍ୱାରା ବାପ୍ତିସ୍ମ ଦେଉଛି, କିନ୍ତୁ ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିସ୍ମ ଦେବେ।”

ଯୀଶୁଙ୍କ ବାପ୍ତିସ୍ମ ଗ୍ରହଣ(A)

ସେହି ସମୟରେ ଯୀଶୁ ଗାଲିଲୀର ନାଜରିତ ସହରରୁ ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ଯର୍ଦ୍ଦନ ନଦୀରେ ବାପ୍ତିସ୍ମ ଦେଲେ। 10 ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ୱର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ, ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି। 11 ଆକାଶରୁ ବାଣୀ ହେଲା: “ହେ ମୋହର ପୁତ୍ର, ମୁଁ ତୁମ୍ଭକୁ ପ୍ରେମ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସୀ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center