Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ।
69 ହେ ପରମେଶ୍ୱର, ମୋତେ ମୋର ସମସ୍ତ ବିପଦରୁ ବଞ୍ଚାଅ।
ମୋର ପ୍ରାଣ ପର୍ଯ୍ୟନ୍ତ ଜଳରାଶି ମାଡ଼ି ଯାଇଛି।
2 ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ।
ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି।
ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି।
କେବଳ ମୁଁ ବୁଡ଼ିଯିବା ଉପରେ।
3 ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି।
ମୋର କଣ୍ଠ ଯନ୍ତ୍ରଣା ହେଉଛି।
ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି।
ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।
4 ମୋର ଶତ୍ରୁମାନେ, ମୋର ମୁଣ୍ଡବାଳଠାରୁ ଅଧିକ।
ସେମାନେ ବୃଥାରେ ମୋ’ ସହିତ ଶତ୍ରୁତା କରନ୍ତି।
ସେମାନେ ମୋର ବିନାଶର କାମନା ବହୁତ କରୁଛନ୍ତି।
ମୋର ଅନେକ ଶତ୍ରୁଗଣ ମୋ’ ବିଷୟରେ ମିଛ କଥା କହନ୍ତି।
ସେମାନେ ମିଛରେ ମୋତେ ଗ୍ଭେର କହିଲେ
ଏବଂ ସେହି ବସ୍ତୁଗୁଡ଼ିକ ମୋତେ ଦେବାକୁ କହିଲେ, ଯାହା ମୁଁ ଗ୍ଭେରି କରି ନାହିଁ।
5 ହେ ପରମେଶ୍ୱର, ମୋର ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ।
ମୁଁ ମୋର ପାପଗୁଡ଼ିକ ତୁମ୍ଭଠାରେ ଲୁଗ୍ଭଇ ପାରିବି ନାହିଁ।
30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା ଗାନ କରିବି
ଓ ଧନ୍ୟବାଦ ସହ ତାଙ୍କର ଗୌରବ ଗାନ କରିବି।
31 ସଦାପ୍ରଭୁ ଏଥିରେ ପ୍ରସନ୍ନ ହେବେ।
ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦେବା ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।
32 ହେ ଗରିବ ଲୋକମାନେ, କିଏ ପରମେଶ୍ୱରଙ୍କ ଆରାଧନା କରିବା ପାଇଁ ଆସିଅଛି,
ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହୋଇଯିବ।
33 ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି।
ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ
ତାଙ୍କର ପ୍ରଶଂସା କରନ୍ତୁ।
35 ସଦାପ୍ରଭୁ ସିୟୋନକୁ ପରିତ୍ରାଣ କରିବେ
ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ।
ତାଙ୍କର ଲୋକମାନେ ସେଠାରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହେବ।
36 ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ।
ଆଉ ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
ସୁନ୍ନତ୍-ଚୁକ୍ତିର ପ୍ରମାଣ
17 ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର। 2 ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନେଇ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।”
3 ତହିଁରେ ଅବ୍ରାମ ପରମେଶ୍ୱରଙ୍କଠାରେ ମଥାନତ କଲେ। ପରମେଶ୍ୱର ତାଙ୍କୁ କହିଲେ, 4 “ଏହା ହେଉଛି ତୁମ୍ଭ ସହିତ ମୋର ଚୁକ୍ତିର ଏକ ଅଂଶ। ମୁଁ ତୁମ୍ଭକୁ ବହୁଜାତିର ପିତା କରିବି। 5 ମୁଁ ତୁମ୍ଭର ନାମ ପରିବର୍ତ୍ତନ କରି ଦେବି। ତୁମ୍ଭର ନାମ ଅବ୍ରାମ ରହିବ ନାହିଁ। ତୁମ୍ଭର ନାମ ଅବ୍ରହାମ ରହିବ। ମୁଁ ତୁମ୍ଭକୁ ଏପରି ନାମ ଦେବି କାରଣ ମୁଁ ତୁମ୍ଭକୁ ଅନେକ ଜାତିଗଣର ଜନକ କରିବି। 6 ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହେବେ। 7 ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସେହି ଚୁକ୍ତି ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ ହେବ। ଏହି ଚୁକ୍ତି ଅନନ୍ତକାଳସ୍ଥାୟୀ ହେବ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ୟଦ୍ ବଂଶଧରମାନଙ୍କର ପରମେଶ୍ୱର ହେବି। 8 ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶରେ ଅସ୍ଥାୟୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହେବ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ୟଦ୍ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦେବି ଏବଂ ମୁଁ ସେମାନଙ୍କର ପରମେଶ୍ୱର ହେବି।”
9 ଏବଂ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ବର୍ତ୍ତମାନ ଏହା ତୁମ୍ଭର ଚୁକ୍ତିର ଏକ ଅଂଶ। ତୁମ୍ଭେ ଓ ତୁମ୍ଭର ବଂଶ ଆମ୍ଭର ଚୁକ୍ତିକୁ ମାନି ଚଳିବ। 10 ଏହି ଚୁକ୍ତିକୁ ତୁମ୍ଭେମାନେ ନିଶ୍ଚୟ ପାଳନ କରିବ। ଏହା ହେଉଛି ତୁମ୍ଭ ଓ ମୋ’ ମଧ୍ୟରେ ଚୁକ୍ତି ଏବଂ ଏହା ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ। ତାହା ଏହି, ପ୍ରତ୍ୟେକ ଜନ୍ମ ହେବା ପୁରୁଷକୁ ନିଶ୍ଚୟ ସୁନ୍ନତ କରାଯିବ। 11 ତୁମ୍ଭେମାନେ ନିଶ୍ଚୟ ସୁନ୍ନତ [a] ହେବ। ଏହା ତୁମ୍ଭମାନଙ୍କର ନିୟମର ଚିହ୍ନ ହେବ। 12 ତୁମ୍ଭର ପୁତ୍ରମାନଙ୍କୁ ଯେତେବେଳେ ଆଠଦିନ ହେବ, ତୁମ୍ଭେ ସେତେବେଳେ ସେମାନଙ୍କୁ ସୁନ୍ନତ କରିବ। ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ଦାସମାନଙ୍କର, ତୁମ୍ଭର ଘରେ ଯେଉଁମାନେ ଜନ୍ମ ହୋଇଛନ୍ତି, ଯେଉଁମାନେ ବିଦେଶରୁ କିଣା ଯାଇଅଛନ୍ତି, ସମସ୍ତ ପୁତ୍ରଗଣଙ୍କୁ ସୁନ୍ନତ କରାଯିବ। 13 ସେଥିପାଇଁ ତୁମ୍ଭର ସମସ୍ତ ପୁରୁଷ ସେବକଗଣ ନିଶ୍ଚୟ ସୁନ୍ନତ ହେବେ ଓ ତୁମ୍ଭମାନଙ୍କର ଶରୀରରେ, ଚୁକ୍ତି ହିସାବରେ ମୋର ଚିରନ୍ତନ ଚିହ୍ନ ରହିବ।
ଅବ୍ରହାମଙ୍କର ଉଦାହରଣ
4 ତା’ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରହାମଙ୍କ ବିଷୟରେ କ’ଣ କହି ପାରିବା? 2 ସେ ବିଶ୍ୱାସ ବିଷୟରେ କ’ଣ ଶିଖିଲେ? ଅବ୍ରହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା’ହେଲେ, ସେଥିରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କ ଆଗରେ ଗର୍ବ କରି ପାରିଲେ ନାହିଁ। 3 ଶାସ୍ତ୍ର କୁହେ, “ଅବ୍ରହାମ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ। ପରମେଶ୍ୱର ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ। ଏହା ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଅବ୍ରହାମ ଧାର୍ମିକ ହେଲେ।” [a]
4 କାମ କରୁଥିବା ଲୋକକୁ ମଜୁରୀ ବା ଦରମା ଦେବା ଦାନ ନୁହେଁ। ସେ ମଜୁରୀ ବା ଦରମା ଅର୍ଜନ କରେ। 5 କିନ୍ତୁ ଜଣେ ଲୋକ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ଭଳି କାମ କରି ପାରେ ନାହିଁ। ତାହାର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ରହିବା ଉଚିତ୍। ତା’ହେଲେ ପରମେଶ୍ୱର ସେ ଲୋକର ବିଶ୍ୱାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ୱର ମନ୍ଦ ଲୋକକୁ ମଧ୍ୟ ଧାର୍ମିକ କରି ପାରନ୍ତି। 6 ଦାଉଦ ସେହି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନ କରି ପରମେଶ୍ୱର ଯେତେବେଳେ ତାହାକୁ ଧାର୍ମିକ ହିସାବରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତରେ ଧନ୍ୟ:
7 “ଲୋକେ ପ୍ରକୃତରେ ଧନ୍ୟ,
ଯେତେବେଳେ ସେମାନଙ୍କର ଅପରାଧ କ୍ଷମା କରାଯାଏ,
ଓ ଯେତେବେଳେ ସେମାନଙ୍କର ପାପଗୁଡ଼ିକୁ ଢାଙ୍କି ଦିଆ ଯାଏ!
8 ଓ ସେ ଲୋକମାନେ ପ୍ରକୃତରେ ଧନ୍ୟ,
ଯେତେବେଳେ ପାପରହିତ ଭାବେ ପରମେଶ୍ୱର ତାହାଙ୍କୁ ଗ୍ରହଣ କରି ନେଇଛନ୍ତି।” (A)
9 ତେବେ ଏହି ଖୁସୀ କ’ଣ କେବଳ ସୁନ୍ନତ ହୋଇଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହୋଇ ନାହାନ୍ତି ସେମାନଙ୍କ ପାଇଁ ମଧ୍ୟ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ ଓ ସେହି ବିଶ୍ୱାସ ଅବ୍ରହାମଙ୍କୁ ତାଙ୍କ ପ୍ରତି ଧାର୍ମିକ କଲା। 10 ଏହା ଘଟିଲା କିପରି? ପରମେଶ୍ୱର ଅବ୍ରହାମଙ୍କୁ ସୁନ୍ନତ ହେବାପରେ ଗ୍ରହଣ କଲେ, ନା ସୁନ୍ନତ ହେବା ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହୋଇ ସାରିଲା ପରେ ଏହା ପ୍ରକୃତରେ ଘଟି ନାହିଁ, କିନ୍ତୁ ସେ ସୁନ୍ନତ ନ ହୋଇଥିଲାବେଳେ ଏହା ଘଟିଛି। [b] 11 ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି। 12 ଅସୁନ୍ନତ ଲୋକଙ୍କର ପିତା ମଧ୍ୟ ଅବ୍ରହାମ। ସୁନ୍ନତ ହୋଇଥିବା କାରଣରୁ ଅବ୍ରହାମ ସେମାନଙ୍କର ପିତା ନୁହନ୍ତି। ସୁନ୍ନତ ହେବା ପୂର୍ବରୁ ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା, ଯଦି ସେମାନେ ମଧ୍ୟ ସେହି ବିଶ୍ୱାସ ଗ୍ରହଣ କରନ୍ତି, ତା’ହେଲେ ଅବ୍ରହାମ ସେମାନଙ୍କର ପିତା।
2010 by World Bible Translation Center