Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ।
69 ହେ ପରମେଶ୍ୱର, ମୋତେ ମୋର ସମସ୍ତ ବିପଦରୁ ବଞ୍ଚାଅ।
ମୋର ପ୍ରାଣ ପର୍ଯ୍ୟନ୍ତ ଜଳରାଶି ମାଡ଼ି ଯାଇଛି।
2 ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ।
ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି।
ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି।
କେବଳ ମୁଁ ବୁଡ଼ିଯିବା ଉପରେ।
3 ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି।
ମୋର କଣ୍ଠ ଯନ୍ତ୍ରଣା ହେଉଛି।
ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି।
ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।
4 ମୋର ଶତ୍ରୁମାନେ, ମୋର ମୁଣ୍ଡବାଳଠାରୁ ଅଧିକ।
ସେମାନେ ବୃଥାରେ ମୋ’ ସହିତ ଶତ୍ରୁତା କରନ୍ତି।
ସେମାନେ ମୋର ବିନାଶର କାମନା ବହୁତ କରୁଛନ୍ତି।
ମୋର ଅନେକ ଶତ୍ରୁଗଣ ମୋ’ ବିଷୟରେ ମିଛ କଥା କହନ୍ତି।
ସେମାନେ ମିଛରେ ମୋତେ ଗ୍ଭେର କହିଲେ
ଏବଂ ସେହି ବସ୍ତୁଗୁଡ଼ିକ ମୋତେ ଦେବାକୁ କହିଲେ, ଯାହା ମୁଁ ଗ୍ଭେରି କରି ନାହିଁ।
5 ହେ ପରମେଶ୍ୱର, ମୋର ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ।
ମୁଁ ମୋର ପାପଗୁଡ଼ିକ ତୁମ୍ଭଠାରେ ଲୁଗ୍ଭଇ ପାରିବି ନାହିଁ।
30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା ଗାନ କରିବି
ଓ ଧନ୍ୟବାଦ ସହ ତାଙ୍କର ଗୌରବ ଗାନ କରିବି।
31 ସଦାପ୍ରଭୁ ଏଥିରେ ପ୍ରସନ୍ନ ହେବେ।
ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦେବା ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।
32 ହେ ଗରିବ ଲୋକମାନେ, କିଏ ପରମେଶ୍ୱରଙ୍କ ଆରାଧନା କରିବା ପାଇଁ ଆସିଅଛି,
ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହୋଇଯିବ।
33 ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି।
ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ
ତାଙ୍କର ପ୍ରଶଂସା କରନ୍ତୁ।
35 ସଦାପ୍ରଭୁ ସିୟୋନକୁ ପରିତ୍ରାଣ କରିବେ
ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ।
ତାଙ୍କର ଲୋକମାନେ ସେଠାରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହେବ।
36 ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ।
ଆଉ ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
14 ହେ କୀଟରୂପୀ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ,
ଭୟ କର ନାହିଁ।
ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା”
ସଦାପ୍ରଭୁ କୁହନ୍ତି,
“ଓ ଇସ୍ରାଏଲର ଧର୍ମସ୍ୱରୂପ
ତୁମ୍ଭର ମୁକ୍ତିଦାତା ଅଟନ୍ତି।
15 ଦେଖ, ମୁଁ ତୁମ୍ଭକୁ ତୀକ୍ଷ୍ଣ ଛୁରିକା ବିଶିଷ୍ଟ ଏକ ନୂଆ ଶସ୍ୟ-ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବି,
ତୁମ୍ଭେ କୃଷକ ଶସ୍ୟକୁ ମର୍ଦ୍ଦନ କଲାପରି ପର୍ବତଗୁଡ଼ିକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ
ଓ ଉପପର୍ବତଗୁଡ଼ିକୁ ଭୂଷି ତୁଲ୍ୟ କରିବ।
16 ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ ବାୟୁ ସେମାନଙ୍କୁ ଉଡ଼ାଇ ଦେବ
ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ।
ପୁଣି ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ
ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଗର୍ବ କରିବ।’
17 “ଦରିଦ୍ର ଓ ଦିନହୀନମାନେ ଜଳ ଅନ୍ୱେଷଣ କରନ୍ତି,
ମାତ୍ର ସେମାନେ ଜଳ ପାଆନ୍ତି ନାହିଁ।
ସେମାନଙ୍କର ଜିହ୍ୱା ତୃଷାରେ ଶୁଖିଯାଏ।
ଆମ୍ଭେ ସଦାପ୍ରଭୁ, ସେମାନଙ୍କୁ ଉତ୍ତର ଦେବା।
ଆମ୍ଭେ ଇସ୍ରାଏଲର, ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚଭୂମିରେ ନଦନଦୀ ସୃଷ୍ଟି କରିବା,
ଉପତ୍ୟକାର ମଧ୍ୟ ଭାଗରେ ଝରଣାମାନ ଫିଟାଇବା,
ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିରେ
ନିର୍ଝର ଜଳ ପ୍ରବାହିତ କରାଇବା।
19 ଆମ୍ଭେ ପ୍ରାନ୍ତରରେ ଏରସ, ବାବଲ, ମେହେନ୍ଦି, ତୈଳବୃକ୍ଷ ରୋପଣ କରିବା
ଓ ମରୁଭୂମିରେ ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ଲଗାଇବା।
20 ଲୋକମାନେ ଏହା ଦେଖି ବୁଝିବେ ଓ ଜାଣିବେ
ଏବଂ ବିବେଚନା କରିବେ ଯେ
ସଦାପ୍ରଭୁଙ୍କ ହସ୍ତ ଏହିକାର୍ଯ୍ୟ କରିଅଛି
ଓ ଇସ୍ରାଏଲର ପରମେଶ୍ୱର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି।”
ଯୀଶୁ, ପରମେଶ୍ୱରଙ୍କ ମେଷଶାବକ
29 ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି। 30 ମୁଁ ଆଗରୁ ଏହି ବ୍ୟକ୍ତିଙ୍କ ବିଷୟରେ କହିଥିଲି। ମୁଁ କହିଥିଲି, ‘ମୋ’ ପରେ ଜଣେ ବ୍ୟକ୍ତି ଆସୁଛନ୍ତି, ସେ ମୋ’ଠାରୁ ଶ୍ରେଷ୍ଠ। ସେ ମୋ’ ପୂର୍ବରୁ ବାସ କରୁଥିଲେ, ସେ ସର୍ବଦା ରହିଛନ୍ତି।’ 31 ମୁଁ ନିଜେ ମଧ୍ୟ ତାହାଙ୍କୁ ଜାଣି ନ ଥିଲି। କିନ୍ତୁ ଇସ୍ରାଏଲ ଯେପରି ଜାଣି ପାରିବ ଯେ ଯୀଶୁ ଖ୍ରୀଷ୍ଟ [a] ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳରେ ବାପ୍ତିଜିତ କରିବା ପାଇଁ ଆସିଅଛି।”
32-33 ତା’ପରେ ଯୋହନ କହିଲେ, “ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ୟ ଜାଣି ନ ଥିଲି। କିନ୍ତୁ ପରମେଶ୍ୱର ମୋତେ ଲୋକମାନଙ୍କୁ ଜଳରେ ବାପ୍ତିଜିତ ଦେବା ପାଇଁ ପଠେଇଥିଲେ। ଏବଂ ପରମେଶ୍ୱର ମୋତେ କହିଥିଲେ, ‘ତୁମ୍ଭେ ପବିତ୍ରଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ୟକ୍ତିଙ୍କ ଉପରେ ସ୍ଥିର ହୋଇ ରହିବା ଦେଖିବ, ସେହି ବ୍ୟକ୍ତି ଯେକି ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ଦେବେ।’” ଯୋହନ କହିଲେ, “ଏସବୁ ଘଟିବାର ମୁଁ ଦେଖିଛି। ସ୍ୱର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସେହି ଆତ୍ମା ଗୋଟିଏ କପୋତ ପରି ଦେଖା ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି। 34 ତେଣୁ ମୁଁ ଲୋକମାନଙ୍କୁ ଏହା କହେ: ‘ସେ (ଯୀଶୁ) ପରମେଶ୍ୱରଙ୍କର ପୁତ୍ର।’”
2010 by World Bible Translation Center