Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 139:1-6

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

139 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ।
    ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ।
    ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ।
    ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ,
    ମୁଁ କ’ଣ କହିବାକୁ ଯାଉଛି।
ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ।
    ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ।
    ମୁଁ ତାକୁ ବୁଝିପାରେ ନାହିଁ।

ଗୀତସଂହିତା 139:13-18

13 ସଦାପ୍ରଭୁ ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
    ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
    ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅ‌ଦ୍‌ଭୂତ ଅଟେ।

15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
    ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
    ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ। [a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
    ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା’ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
    କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା’ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 2:21-25

21 ପୁଣି ସଦାପ୍ରଭୁ ହାନ୍ନା ପ୍ରତି ଦୟା କଲେ ଓ ସେ ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲା। ଏଥି ମଧ୍ୟରେ ବାଳକ ଶାମୁୟେଲ ସଦାପ୍ରଭୁଙ୍କ ଉପସ୍ଥିତିରେ ବଢ଼ିଲା।

ଏଲି ଦୁଷ୍ଟ ପୁତ୍ରମାନଙ୍କୁ ଶାସନ କରିବାରେ ବିଫଳ ହେଲେ

22 ଏଲି ଅତି ବୃଦ୍ଧ ହେଲେ। ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲକୁ ଯାହା ଯାହା କଲେ ଓ ଯିଏ କି ସମାଗମ-ତମ୍ବୁର ପ୍ରବେଶ ନିକଟରେ ସେବା କାରୀଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ତାଙ୍କ ଦ୍ୱାରା ଶୁଣା ହେଲା।

23 ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣିଅଛି। 24 ନାହିଁ, ନାହିଁ, ମୋର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ଭଲ ନୁହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ। 25 ଜଣେ ମନୁଷ୍ୟ ଯେବେ ଅନ୍ୟ ଜଣେ ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ହୁଏତ ସାହାଯ୍ୟ କରି ପାରନ୍ତି। କିନ୍ତ ମନୁଷ୍ୟ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପାଇଁ ପ୍ରାର୍ଥନା କରିବ?”

ତଥାପି ସେମାନେ ପିତାଙ୍କ ବାକ୍ୟ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ହତ୍ୟା କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।

ମାଥିଉ ଲିଖିତ ସୁସମାଗ୍ଭର 25:1-13

ଦଶ ଜଣ କୁମାରୀ ଝିଅଙ୍କ କାହାଣୀ

25 “ସେ ସମୟରେ ସ୍ୱର୍ଗରାଜ୍ୟ, ବର ଖୋଜିବାକୁ ବାହାରିଥିବା ଦଶ ଜଣ କୁମାରୀ ଝିଅଙ୍କ ଭଳି ହେବ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସେମାନେ ତାହାଙ୍କ ସହିତ ଦୀପ ଆଣିଥିଲେ, ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚତୁର ଥିଲେ। ବୋକୀ ଝିଅ ପାଞ୍ଚ ଜଣ ସେମାନଙ୍କ ସାଥୀରେ ଦୀପ ସିନା ନେଇଥିଲେ, କିନ୍ତୁ ଦୀପ ଜାଳିବା ପାଇଁ ବେଶୀ ତେଲ ଆଣି ନ ଥିଲେ। ଚତୁର ଝିଅ ପାଞ୍ଚ ଜଣ ଦୀପ ତ ନେଇଥିଲେ, ତା’ଛଡ଼ା କାଚ ପାତ୍ରରେ ଅଧିକ ତେଲ ନେଇଥିଲେ। ବରର ଆସିବା ଡେରି ହୋଇଗଲା, ସବୁ ଝିଅଯାକ କ୍ଳାନ୍ତ ହୋଇ ଶେଷରେ ଶୋଇ ପଡ଼ିଲେ।

“ଅଧ ରାତିରେ ଜଣେ କେହି ଘୋଷଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର।

“ଏ କଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ। ବୋକୀ ଝିଅମାନେ ଚତୁର ଝିଅମାନଙ୍କୁ କହିଲେ, ‘ତୁମ୍ଭ ତେଲରୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତେଲ ପ୍ରାୟ ସରିଯାଇଛି।’

“ଚତୁର ଝିଅମାନେ କହିଲେ, ‘ନା, ନା, ଆମ୍ଭ ତେଲ ଆମ୍ଭ ସମସ୍ତଙ୍କ ପାଇଁ ଯଥେଷ୍ଟ ହେବ ନାହିଁ। ବରଂ ତୁମ୍ଭେମାନେ ଦୋକାନକୁ ଯାଇ ନିଜ ପାଇଁ କିଛି ତେଲ କିଣିଆଣ।’

10 “ତେଣୁ ପାଞ୍ଚ ଜଣ ଯାକ ବୋକୀ ଝୀଅ ତେଲ କିଣିବାକୁ ଗ୍ଭଲିଗଲେ। ସେମାନେ ଗ୍ଭଲିଗଲାପରେ ବର ଆସିଲେ। ଯେଉଁ ଚତୁର ଝିଅଯାକ ପ୍ରସ୍ତୁତ ଥିଲେ, ସେମାନେ ବର ସହିତ ବିବାହ ଭୋଜିକୁ ଗଲେ। ତା’ପରେ କବାଟରେ ତାଲା ପଡ଼ିଗଲା।

11 “ସେହି ସମୟରେ ବାକିତକ ଝିଅ ପହଞ୍ଚିଲେ। ସେମାନ କହିଲେ, ‘ଆଜ୍ଞା! ଆଜ୍ଞା! କବାଟ ଖୋଲନ୍ତୁ। ଯେପରି ଆମ୍ଭେ ଭିତରକୁ ଆସି ପାରିବୁ,’

12 “କିନ୍ତୁ ବର ଉତ୍ତର ଦେଲେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ତୁମ୍ଭକୁ ଚିହ୍ନି ନାହିଁ।’

13 “ତେଣୁ ସଦାବେଳେ ଜାଗ୍ରତ ରୁହ, କାରଣ ମନୁଷ୍ୟପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣି ନାହଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center