Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 86

ଦାଉଦଙ୍କର ପ୍ରାର୍ଥନା।

86 ହେ ସଦାପ୍ରଭୁ, ମୋର ଗୁହାରି ଶୁଣ।
    ଏବଂ ମୋ’ ପ୍ରାର୍ଥନାର ଉତ୍ତର ଦିଅ।
    କାରଣ ମୁଁ ଜଣେ ଦିନହୀନ, ନିଃସହାୟ ମଣିଷ।
ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର!
    ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର।
    ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
ହେ ମୋର ପ୍ରଭୁ, ମୋ’ ପ୍ରତି ଦୟା ଦେଖାଅ।
    ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
ହେ ସଦାପ୍ରଭୁ, ମୁଁ ମୋ’ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି,
    ତେଣୁ ମୋତେ ତୁମ୍ଭର ସେବକକୁ ଆନନ୍ଦ ଦିଅ।
ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ,
    ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
    ହୃଦୟ ସହକାରେ ମୋର କରୁଣାମୟ ପ୍ରାର୍ଥନା ଶୁଣ।
ସଦାପ୍ରଭୁ, ମୋର ବିପଦକାଳରେ ମୁଁ ତୁମ୍ଭକୁ ଡାକିବି।
    ମୁଁ ଜାଣେ ତୁମ୍ଭେ ଉତ୍ତର ଦେବ।
ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ।
    ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ।
ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ।
    ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
10 ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟ କର୍ମମାନ କର।
    ତୁମ୍ଭେ ହିଁ ଏକମାତ୍ର, ପରମେଶ୍ୱର ଅଟ।
11 ସଦାପ୍ରଭୁ, ତୁମ୍ଭର ପଥ, ମୋତେ ଶିକ୍ଷା ଦିଅ
    ଓ ମୁଁ ତୁମ୍ଭପରି ହେବାକୁ ଶିଖିବି।
ମୋତେ ତୁମ୍ଭର ନାମକୁ ସମ୍ମାନ ଦେବାରେ ସାହାଯ୍ୟ କର,
    ଯାହା ମୋ’ ଜୀବନର ମୁଖ୍ୟ ଜିନିଷ ଅଟେ।
12 ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି।
    ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।
13 ମୋ’ ପ୍ରତି ତୁମ୍ଭର ଦୟା ମହତ୍ ଅଟେ।
    ତୁମ୍ଭେ ମୋ’ ଜୀବନକୁ ଶେଷାବସ୍ଥା ମୃତ୍ୟୁ ମୁଖରୁ ଉଦ୍ଧାର କରିଛ।
14 ହେ ପରମେଶ୍ୱର, ଗର୍ବୀ ଲୋକମାନେ ମୋତେ ଆକ୍ରମଣ କରିଛନ୍ତି।
    ଦଳେ ଦୁଷ୍ଟ ଲୋକ ମୋତେ ହତ୍ୟା କରିବାକୁ ଉଦ୍ୟମ କରୁଛନ୍ତି।
    ଏବଂ ସେମାନେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।
15 ହେ ମୋର ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କରୁଣାମୟ ପରମେଶ୍ୱର।
    ତୁମ୍ଭେ ଧୈର୍ଯ୍ୟଶୀଳ, ପ୍ରେମ ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
16 ତୁମ୍ଭେ ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର।
    ମୁଁ ତୁମ୍ଭର ଦାସ, ମୋତେ ଶକ୍ତି ଦିଅ।
    ମୁଁ ତୁମ୍ଭର ଦାସ, ମୋତେ ରକ୍ଷା କର।
17 ହେ ସଦାପ୍ରଭୁ, ମୋତେ ଟିକେ ସୂଚନା ଦିଅ ଯେ, ମୋର ସବୁକିଛି ପାଇଁ ଉତ୍ତମ ହୋଇ ପାରିବ।
    ମୋର ଶତ୍ରୁଗଣ ତାହା ଦେଖି ନିରାଶ ହେବେ।
    ଏଥିରୁ ସେମାନେ ଜାଣିବେ ଯେ ତୁମ୍ଭେ ମୋର ପ୍ରାର୍ଥନା ଗ୍ରହଣ କଲ ଓ ମୋତେ ସାନ୍ତ୍ୱନା କଲ।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 9:27-10:8

27 ଶାଉଲ, ଦାସ ଏବଂ ଶାମୁୟେଲ ସହର ପ୍ରାନ୍ତରେ ପହଞ୍ଚିବା ସମୟରେ ଶାମୁୟେଲ କହିଲେ, “ଦାସକୁ ଆଗକୁ ଯିବାକୁ କୁହ। ମୁଁ ତୁମ୍ଭକୁ ପରମେଶ୍ୱରଙ୍କ ବାର୍ତ୍ତା କହିବାକୁ ଗ୍ଭହେଁ।” ତେଣୁ ଦାସ ଆଗରେ ଗ୍ଭଲିଲା।

ଶାମୁୟେଲ ଶାଉଲଙ୍କୁ ଅଭିଷେକ କଲେ

10 ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ। ଆଜି ତୁମ୍ଭେ ମୋତେ ଏଠି ଛାଡ଼ି ଗଲାପରେ ବିନ୍ୟାମୀନ ସୀମାର ସେଲଠାରେ ରାହେଲର କବର ନିକଟରେ ଦୁଇ ପୁରୁଷଙ୍କ ସାକ୍ଷାତ ପାଇବ। ସେ ଦୁଇଜଣ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜୁଥିଲ, ସେମାନେ ମିଳିଛନ୍ତି। ତୁମ୍ଭ ବାପା ଗଧମାନଙ୍କ ପାଇଁ ବ୍ୟସ୍ତ ନୁହନ୍ତି ବରଂ ତୁମ୍ଭ ପାଇଁ ଅଟନ୍ତି ଓ କହନ୍ତି, ମୋ’ ପୁଅ ପାଇଁ ମୁଁ କ’ଣ କରିବି।’”

ଶାମୁୟେଲ କହିଲେ, “ତୁମ୍ଭେ ସେଠାରୁ ଆଗକୁ ଗଲେ ତାବୋରର ଅଲୋନବୃକ୍ଷ ନିକଟରେ ପହଞ୍ଚିବ, ତୁମ୍ଭେ ବୈଥେ‌ଲ୍‌କୁ ପରମେଶ୍ୱରଙ୍କ ନିକଟକୁ ଉପାସନା ପାଇଁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ। ସେଠାରେ ଜଣେ ତିନୋଟି ଯୁବା ଛେଳି, ଆଉ ଜଣେ ତିନୋଟି ରୋଟୀ ଏବଂ ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ନେବ। ସେମାନେ ତୁମ୍ଭକୁ ଅଭ୍ୟର୍ଥନା କରିବେ ଓ ଦୁଇଟି ରୋଟୀ ଦେବେ, ଏବଂ ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କରିବ। ତା’ପରେ ତୁମ୍ଭେମାନେ ଗିବିୟୋଥ ଓ ଲୋହିମକୁ ଯିବ। ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତେବେଳେ ତୁମ୍ଭେ ସହରର ପ୍ରବେଶ ଦ୍ୱାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରୁ ଦଳେ ଯାଜକ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସୁଥିବାର ଦେଖିବ। ସଦାପ୍ରଭୁଙ୍କର ଆତ୍ମା ତୁମ୍ଭ ନିକଟକୁ ବିରାଟ ଶକ୍ତିରେ ଆସିବ ଏବଂ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟ‌ଦ୍‌ବାଣୀ କହିବ ଏବଂ ତୁମ୍ଭେ ଜଣେ ଅଲଗା ବ୍ୟକ୍ତି ହୋଇଯିବ। ସମ୍ଭବତଃ ସେହି ସମସ୍ତ ଚିହ୍ନ ଅତିକ୍ରମ କରିବାକୁ ଲାଗିଲା, ତୁମ୍ଭେ ଯାହା କରିବାକୁ ପସନ୍ଦ କରିବ ତାହା କରିବ। କାରଣ ପରମେଶ୍ୱର ତୁମ୍ଭ ସହିତ ଅଛନ୍ତି।

“ମୋ’ ପୂର୍ବରୁ ପ୍ରଥମେ ତୁମ୍ଭେ ଗି‌ଲ୍‌ଗ‌ଲ୍‌କୁ ଯିବ। ତା’ପରେ ମୁଁ ସେଠାକୁ ହୋମବଳି ଓ ମଙ୍ଗଳାର୍ଥକ ବଳିରେ ଉତ୍ସର୍ଗ କରିବି। ମୁଁ ଆସି ତୁମ୍ଭକୁ କ’ଣ କରିବାକୁ ହେବ କହିବା ପର୍ଯ୍ୟନ୍ତ, ତୁମ୍ଭେ ସେଠାରେ ସାତ ଦିନ ଅପେକ୍ଷା କରିବାକୁ ହେବ।”

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:14-7:1

ଅଣଖ୍ରୀଷ୍ଟିୟାନମାନଙ୍କ ବିଷୟରେ ସତର୍କବାଣୀ

14 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ତୁମ୍ଭେମାନେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସେମାନଙ୍କ ସହିତ ଯୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧ୍ୟରେ କି ସହଭାଗିତା ଅଛି? 15 ଯୀଶୁ ଖ୍ରୀଷ୍ଟ ଓ ବିଲିୟାର୍ ଭିତରେ ଚୁକ୍ତି ହୋଇପାରେ କି? ଜଣେ ବିଶ୍ୱାସୀ ଓ ଜଣେ ଅବିଶ୍ୱାସୀଙ୍କ ଭିତରେ କ’ଣ କିଛି ମେଳ ହୋଇପାରେ? 16 ପରମେଶ୍ୱରଙ୍କ ମନ୍ଦିର [a] ଓ ମୂର୍ତ୍ତିଗୁଡ଼ିକ ମଧ୍ୟରେ ଚୁକ୍ତି ହୋଇ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ୱରଙ୍କ ମନ୍ଦିର। ଯେପରି ପରମେଶ୍ୱର କହିଛନ୍ତି:

“ମୁଁ ସେମାନଙ୍କ ସହିତ ରହିବି
    ଓ ସେମାନଙ୍କ ସହିତ ଗ୍ଭଲିବି,
ମୁଁ ସେମାନଙ୍କର ପରମେଶ୍ୱର ହେବି
    ଓ ସେମାନେ ମୋର ଲୋକ ହେବେ।” (A)

17 “ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ
    ସେମାନଙ୍କଠାରୁ ନିଜକୁ ଅଲଗା କରି ରଖ,
ଯାହା ଅଶୁଦ୍ଧ, ତାହାକୁ ଛୁଅଁ ନାହିଁ,
    ତା’ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି।” (B)

18 “ମୁଁ ତୁମ୍ଭମାନଙ୍କର ପିତା ହେବି
    ଓ ତୁମ୍ଭେମାନେ ମୋ’ ପୁଅ ଓ ଝିଅ ହେବ
    ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି।” (C)

ଅତଏବ, ଆସ ପରମେଶ୍ୱରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନଯାପନ ପ୍ରଣାଳୀରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରତ୍ୟେକ ବିଷୟକୁ ଦୂର କରିବା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center