Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 86

ଦାଉଦଙ୍କର ପ୍ରାର୍ଥନା।

86 ହେ ସଦାପ୍ରଭୁ, ମୋର ଗୁହାରି ଶୁଣ।
    ଏବଂ ମୋ’ ପ୍ରାର୍ଥନାର ଉତ୍ତର ଦିଅ।
    କାରଣ ମୁଁ ଜଣେ ଦିନହୀନ, ନିଃସହାୟ ମଣିଷ।
ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର!
    ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର।
    ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
ହେ ମୋର ପ୍ରଭୁ, ମୋ’ ପ୍ରତି ଦୟା ଦେଖାଅ।
    ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
ହେ ସଦାପ୍ରଭୁ, ମୁଁ ମୋ’ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି,
    ତେଣୁ ମୋତେ ତୁମ୍ଭର ସେବକକୁ ଆନନ୍ଦ ଦିଅ।
ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ,
    ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
    ହୃଦୟ ସହକାରେ ମୋର କରୁଣାମୟ ପ୍ରାର୍ଥନା ଶୁଣ।
ସଦାପ୍ରଭୁ, ମୋର ବିପଦକାଳରେ ମୁଁ ତୁମ୍ଭକୁ ଡାକିବି।
    ମୁଁ ଜାଣେ ତୁମ୍ଭେ ଉତ୍ତର ଦେବ।
ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ।
    ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ।
ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ।
    ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
10 ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟ କର୍ମମାନ କର।
    ତୁମ୍ଭେ ହିଁ ଏକମାତ୍ର, ପରମେଶ୍ୱର ଅଟ।
11 ସଦାପ୍ରଭୁ, ତୁମ୍ଭର ପଥ, ମୋତେ ଶିକ୍ଷା ଦିଅ
    ଓ ମୁଁ ତୁମ୍ଭପରି ହେବାକୁ ଶିଖିବି।
ମୋତେ ତୁମ୍ଭର ନାମକୁ ସମ୍ମାନ ଦେବାରେ ସାହାଯ୍ୟ କର,
    ଯାହା ମୋ’ ଜୀବନର ମୁଖ୍ୟ ଜିନିଷ ଅଟେ।
12 ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି।
    ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।
13 ମୋ’ ପ୍ରତି ତୁମ୍ଭର ଦୟା ମହତ୍ ଅଟେ।
    ତୁମ୍ଭେ ମୋ’ ଜୀବନକୁ ଶେଷାବସ୍ଥା ମୃତ୍ୟୁ ମୁଖରୁ ଉଦ୍ଧାର କରିଛ।
14 ହେ ପରମେଶ୍ୱର, ଗର୍ବୀ ଲୋକମାନେ ମୋତେ ଆକ୍ରମଣ କରିଛନ୍ତି।
    ଦଳେ ଦୁଷ୍ଟ ଲୋକ ମୋତେ ହତ୍ୟା କରିବାକୁ ଉଦ୍ୟମ କରୁଛନ୍ତି।
    ଏବଂ ସେମାନେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।
15 ହେ ମୋର ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କରୁଣାମୟ ପରମେଶ୍ୱର।
    ତୁମ୍ଭେ ଧୈର୍ଯ୍ୟଶୀଳ, ପ୍ରେମ ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
16 ତୁମ୍ଭେ ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର।
    ମୁଁ ତୁମ୍ଭର ଦାସ, ମୋତେ ଶକ୍ତି ଦିଅ।
    ମୁଁ ତୁମ୍ଭର ଦାସ, ମୋତେ ରକ୍ଷା କର।
17 ହେ ସଦାପ୍ରଭୁ, ମୋତେ ଟିକେ ସୂଚନା ଦିଅ ଯେ, ମୋର ସବୁକିଛି ପାଇଁ ଉତ୍ତମ ହୋଇ ପାରିବ।
    ମୋର ଶତ୍ରୁଗଣ ତାହା ଦେଖି ନିରାଶ ହେବେ।
    ଏଥିରୁ ସେମାନେ ଜାଣିବେ ଯେ ତୁମ୍ଭେ ମୋର ପ୍ରାର୍ଥନା ଗ୍ରହଣ କଲ ଓ ମୋତେ ସାନ୍ତ୍ୱନା କଲ।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 15:10-31

ଶାମୁୟେଲ ଶାଉଲଙ୍କୁ ତାଙ୍କ ପାପ କଥା କହିଲେ

10 ଶାମୁୟେଲ ସଦାପ୍ରଭୁଙ୍କ ପାଖରୁ ଏକ ବାର୍ତ୍ତା ପାଇଲେ। 11 ସଦାପ୍ରଭୁ କହିଲେ, “ଶାଉଲ ମୋତେ ଅନୁସରଣ କରୁ ନାହିଁ। ତେଣୁ ଶାଉଲଙ୍କୁ ରାଜା କରିଥିବାରୁ ମୁଁ ଦୁଃଖିତ ଅଟେ। ସେ ମୋର ଆଦେଶକୁ ଅବଜ୍ଞା କଲା।” ଏଥିରେ ଶାମୁୟେଲ କ୍ରୋଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।

12 ଶାମୁୟେଲ ତା’ ପରଦିନ ପ୍ରତ୍ୟୁଷରୁ ଶାଉଲଙ୍କୁ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତାରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, “ଶାଉଲ ଯିହୁଦାର କର୍ମିଲ୍ ସହରକୁ ଆସିଥିଲେ। ଶାଉଲ ସେଠାକୁ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡ଼େ ଯାତ୍ରା କରି ସାରିବା ପରେ ଗି‌ଲ୍‌ଗ‌ଲ୍‌ରେ ପହଞ୍ଚିଲେ।”

13 ତେଣୁ ଶାମୁୟେଲ ଶାଉଲ ଥିବା ସ୍ଥାନକୁ ଯାତ୍ରା କଲେ। ଶାଉଲ ତାଙ୍କୁ ଅଭ୍ୟର୍ଥନା କଲେ, “ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ମୁଁ ସଦାପ୍ରଭୁଙ୍କ ଆଜ୍ଞା ମାନିଛି।”

14 କିନ୍ତୁ ଶାମୁୟେଲ କହିଲେ, “ତେବେ ଏହା କ’ଣ, ମୁଁ ଶୁଣିଅଛି? ମୁଁ କାହିଁକି ମେଷର ଭେଁ ଭେଁ ଶବ୍ଦ ଶୁଣୁଅଛି ଏବଂ ଗାଈର ହମ୍ବାରବ ଶୁଣୁଛି?”

15 ଶାଉଲ କହିଲେ, “ସୈନ୍ୟମାନେ ସେମାନଙ୍କୁ ଅମାଲେକୀୟମାନଙ୍କଠାରୁ ଆଣିଛନ୍ତି। ସୈନ୍ୟମାନେ ଉତ୍ତମ ଗୋରୁ ଓ ମେଷମାନଙ୍କୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ବଳିଦେବା ନିମନ୍ତେ ରଖିଲେ ଓ ଅନ୍ୟମାନଙ୍କୁ ବିନାଶ କଲେ।”

16 ଶାମୁୟେଲ ଶାଉଲଙ୍କୁ କହିଲେ, “କହିବା ବନ୍ଦ କର! ସଦାପ୍ରଭୁ ମୋତେ ଗତ ରାତିରେ ଯାହା କରିଛନ୍ତି ତାହା ମୁଁ ତୁମ୍ଭକୁ କହିବି।”

ଶାଉଲ ଉତ୍ତର ଦେଲେ, “ମୋତେ କୁହ।”

17 ଶାମୁୟେଲ କହିଲେ, “ଅତୀତରେ ତୁମ୍ଭେ ନିଜକୁ ମୁଖ୍ୟ ବୋଲି ଭାବୁ ନ ଥିଲ। କିନ୍ତୁ ତା’ପରେ ତୁମ୍ଭେ ଇସ୍ରାଏଲ ପରିବାରବର୍ଗଗୁଡ଼ିକର ମୂଖ୍ୟ ହୋଇ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ଭାବେ ବାଛିଲେ। 18 ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ହତ୍ୟା କର। ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ନ କରିବା ପର୍ଯ୍ୟନ୍ତ ତାଙ୍କ ସହ ଯୁଦ୍ଧ କର।’ 19 କିନ୍ତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲ ନାହିଁ କାହିଁକି? ତୁମ୍ଭେ ଗ୍ଭହିଁଲ ସେ ଲୁଟଦ୍ରବ୍ୟ ଗୁଡ଼ିକ ରଖିବା ପାଇଁ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଅଟେ।”

20 ଶାଉଲ କହିଲେ, “ମୁଁ ସଦାପ୍ରଭୁଙ୍କ କଥା ମାନିଥିଲି, ସଦାପ୍ରଭୁ ମୋତେ ଯେଉଁଠାକୁ ପଠାଇ ଥିଲେ, ମୁଁ ସେଠାକୁ ଯାଇଥିଲି, ମୁଁ ସମସ୍ତ ଅମାଲେକୀୟମାନଙ୍କୁ ଧ୍ୱଂସ କରିଥିଲି। ମୁଁ ଅମାଲେକୀୟ ରାଜାଙ୍କୁ ଆଣିଥିଲି ଓ ସେମାନଙ୍କୁ ଧ୍ୱଂସ କଲି। 21 ଏବଂ ସୈନ୍ୟମାନେ ଗି‌ଲ୍‌ଗ‌ଲ୍‌ରେ ଉତ୍ତମ ମେଣ୍ଢା ଓ ଗୋରୁମାନଙ୍କୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରେ ବଳିଦାନ ଦେବା ପାଇଁ ରଖିଲେ।”

22 କିନ୍ତୁ ଶାମୁୟେଲ ଉତ୍ତର ଦେଲେ, “ସଦାପ୍ରଭୁଙ୍କୁ କ’ଣ ଅଧିକ ପ୍ରସନ୍ନ କରେ, ହୋମବଳି, ନୈବେଦ୍ୟ ନା ପରମେଶ୍ୱରଙ୍କର ଆଦେଶଗୁଡ଼ିକ ପାଳନ କରିବା? ପରମେଶ୍ୱର ହୃଷ୍ଟପୁଷ୍ଟ ମେଷର ବଳିଦାନଠାରୁ ତାଙ୍କର ଆଜ୍ଞା ମାନୁ ଥିବା ଲୋକଠାରେ ଅଧିକ ସନ୍ତୁଷ୍ଟ ହୁଅନ୍ତି। 23 ବିଦ୍ରୋହିତା ମନ୍ତ୍ରପାଠ ପାପତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନଙ୍କର ପୂଜାତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ। ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହେବା ପାଇଁ ତୁଚ୍ଛ କରିଅଛନ୍ତି।”

24 ତା’ପରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି। କାରଣ ମୁଁ ସଦାପ୍ରଭୁଙ୍କ ଆଜ୍ଞା ଓ ତୁମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ କଥା ଶୁଣିଲି। 25 ବର୍ତ୍ତମାନ ମୁଁ ମୋ’ ପାପ କ୍ଷମା କରିବାକୁ ଅନୁରୋଧ କରୁଛି, ଓ ମୁଁ ଯେମନ୍ତ ସଦାପ୍ରଭୁଙ୍କୁ ଉପାସନା କରିପାରେ ଏଥିପାଇଁ ମୋ’ ସାଙ୍ଗରେ ଫେରି ଆସ।”

26 କିନ୍ତୁ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ପାଇଁ ମନା କରିଅଛନ୍ତି।”

27 ଯେତେବେଳେ ଶାମୁୟେଲ ଫେରିଯିବା ପାଇଁ ବାହାରନ୍ତେ, ସେ ତାହାଙ୍କ ଗ୍ଭେଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା। 28 ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ଇସ୍ରାଏଲର ରାଜତ୍ୱ ତୁମ୍ଭଠାରୁ ନେଇଗଲେ ଓ ତୁମ୍ଭଠାରୁ ଜଣେ ଉତ୍ତମ ବ୍ୟକ୍ତିକୁ ଦେଲେ, ଯିଏ କି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ। 29 ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ପରମେଶ୍ୱର। ସଦାପ୍ରଭୁ ସବୁଦିନ ପାଇଁ ଏହିଠାରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ୟକ୍ତି ନୁହନ୍ତି ଯେ କି ତାଙ୍କର ମତ ବଦଳାଇ ଦେବେ।”

30 ଶାଉଲ ଉତ୍ତର ଦେଲେ, “ମୁଁ ପାପ କରିଅଛି, କିନ୍ତୁ ଇସ୍ରାଏଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋର ସମ୍ମାନ ରଖିବା ପାଇଁ ମୋ’ ସହିତ ଫେରି ଆସ। ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପାସନା କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।” 31 ଶାମୁୟେଲ ଶାଉଲଙ୍କ ସହିତ ଫେରିଯା’ନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 5:1-11

ହନନିୟ ଓ ଶଫୀରା

ହନନିୟ ନାମକ ଜଣେ ଲୋକ ଥିଲେ, ତାହାଙ୍କ ସ୍ତ୍ରୀଙ୍କର ନାମ ଥିଲା ଶଫୀରା, ତାହାଙ୍କର କିଛି ଜମି ବିକ୍ରୀ କରିଦେଲେ। ସେ ତା’ ସ୍ତ୍ରୀକୁ ଜଣାଇ ତା’ର ସମ୍ମତିରେ ଏହି ସମ୍ପତ୍ତି ବିକ୍ରୀର କିଛି ଟଙ୍କା ନିଜ ପାଖରେ ରଖିଲା ଓ ବାକି ଟଙ୍କା ଆଣି ପ୍ରେରିତମାନଙ୍କ ଚରଣରେ ରଖିଲା।

ଏହା ଦେଖି ପିତର କହିଲେ, “ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦେଲ? ତୁମ୍ଭେ ମିଛ କହିଲ, ପବିତ୍ରଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସେହି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଗ୍ଭଇ ରଖିଲ। ସେ ସମ୍ପତ୍ତି କ’ଣ ବିକ୍ରୀ ପୂର୍ବରୁ ତୁମ୍ଭର ନ ଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ୟ କ’ଣ ତୁମ୍ଭ ଅଧିକାରରେ ନ ଥିଲା? ତେବେ ତୁମ୍ଭେ ମନ ଭିତରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ୱାରା ତୁମ୍ଭେ ମନୁଷ୍ୟମାନଙ୍କ ଆଗରେ ମିଥ୍ୟା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ୱରଙ୍କୁ ମିଥ୍ୟା କହିଲ।”

ଏ କଥା ଶୁଣିବା ମାତ୍ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡରିଗଲେ। ତା’ପରେ ଯୁବକମାନେ ତାହାକୁ ଲୁଗାରେ ଗୁଡ଼େଇ ନେଇ ବାହାରକୁ ଗ୍ଭଲିଗଲେ ଓ କବର ଦେଲେ।

ପ୍ରାୟ ତିନିଘଣ୍ଟା ବିତିଗଲା ପରେ ତା’ ସ୍ତ୍ରୀ ଶଫୀରା ସେଠାରେ ପହଞ୍ଚିଲା। ସେ ଏହି ଘଟଣା ବିଷୟରେ କିଛି ମଧ୍ୟ ଜାଣି ନ ଥିଲା। ପିତର ତାହାକୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ ତୁମ୍ଭ ଜମି ସେତିକି ଦା‌‌‌ମ୍‌‌‌ରେ ବିକ୍ରୀ କରିଛ କି?”

ସେ ଉତ୍ତର ଦେଲା, “ହଁ, ସେହି ଦା‌‌‌ମ୍‌‌‌ରେ।”

ତା’ପରେ ପିତର କହିଲେ, “ତୁମ୍ଭେମାନେ ଦୁହେଁ ପ୍ରଭୁଙ୍କ ଆତ୍ମାକୁ ପରୀକ୍ଷା କରିବା ପାଇଁ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭର ସ୍ୱାମୀକୁ କବର ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ପହଞ୍ଚିଗଲେଣି। ତୁମ୍ଭକୁ ମଧ୍ୟ ସେମାନେ ବାହାରକୁ ଟାଣି ନେଇଯିବେ।” 10 ସେ ସ୍ତ୍ରୀଲୋକଟି ମଧ୍ୟ ତାହାଙ୍କ ପାଦତଳେ ପଡ଼ି ମରିଗଲା। ତା’ପରେ ଯୁବକମାନେ ଭିତରକୁ ଆସିଲେ ଓ ତାହାକୁ ମୃତ ଦେଖି ବାହାରକୁ ନେଇଗଲେ ଓ ତାହାର ସ୍ୱାମୀ ପାଖରେ ତାହାକୁ କବର ଦେଲେ। 11 ମଣ୍ଡଳୀର ସମସ୍ତ ବିଶ୍ୱାସୀ ଓ ଅନ୍ୟ ସମସ୍ତ ଲୋକ, ଯେଉଁମାନେ ଏ କଥା ଶୁଣିଲେ, ବହୁତ ଭୟଭୀତ ହେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center