Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 86

ଦାଉଦଙ୍କର ପ୍ରାର୍ଥନା।

86 ହେ ସଦାପ୍ରଭୁ, ମୋର ଗୁହାରି ଶୁଣ।
    ଏବଂ ମୋ’ ପ୍ରାର୍ଥନାର ଉତ୍ତର ଦିଅ।
    କାରଣ ମୁଁ ଜଣେ ଦିନହୀନ, ନିଃସହାୟ ମଣିଷ।
ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର!
    ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର।
    ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
ହେ ମୋର ପ୍ରଭୁ, ମୋ’ ପ୍ରତି ଦୟା ଦେଖାଅ।
    ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
ହେ ସଦାପ୍ରଭୁ, ମୁଁ ମୋ’ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି,
    ତେଣୁ ମୋତେ ତୁମ୍ଭର ସେବକକୁ ଆନନ୍ଦ ଦିଅ।
ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ,
    ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
    ହୃଦୟ ସହକାରେ ମୋର କରୁଣାମୟ ପ୍ରାର୍ଥନା ଶୁଣ।
ସଦାପ୍ରଭୁ, ମୋର ବିପଦକାଳରେ ମୁଁ ତୁମ୍ଭକୁ ଡାକିବି।
    ମୁଁ ଜାଣେ ତୁମ୍ଭେ ଉତ୍ତର ଦେବ।
ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ।
    ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ।
ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ।
    ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
10 ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟ କର୍ମମାନ କର।
    ତୁମ୍ଭେ ହିଁ ଏକମାତ୍ର, ପରମେଶ୍ୱର ଅଟ।
11 ସଦାପ୍ରଭୁ, ତୁମ୍ଭର ପଥ, ମୋତେ ଶିକ୍ଷା ଦିଅ
    ଓ ମୁଁ ତୁମ୍ଭପରି ହେବାକୁ ଶିଖିବି।
ମୋତେ ତୁମ୍ଭର ନାମକୁ ସମ୍ମାନ ଦେବାରେ ସାହାଯ୍ୟ କର,
    ଯାହା ମୋ’ ଜୀବନର ମୁଖ୍ୟ ଜିନିଷ ଅଟେ।
12 ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି।
    ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।
13 ମୋ’ ପ୍ରତି ତୁମ୍ଭର ଦୟା ମହତ୍ ଅଟେ।
    ତୁମ୍ଭେ ମୋ’ ଜୀବନକୁ ଶେଷାବସ୍ଥା ମୃତ୍ୟୁ ମୁଖରୁ ଉଦ୍ଧାର କରିଛ।
14 ହେ ପରମେଶ୍ୱର, ଗର୍ବୀ ଲୋକମାନେ ମୋତେ ଆକ୍ରମଣ କରିଛନ୍ତି।
    ଦଳେ ଦୁଷ୍ଟ ଲୋକ ମୋତେ ହତ୍ୟା କରିବାକୁ ଉଦ୍ୟମ କରୁଛନ୍ତି।
    ଏବଂ ସେମାନେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।
15 ହେ ମୋର ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କରୁଣାମୟ ପରମେଶ୍ୱର।
    ତୁମ୍ଭେ ଧୈର୍ଯ୍ୟଶୀଳ, ପ୍ରେମ ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
16 ତୁମ୍ଭେ ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର।
    ମୁଁ ତୁମ୍ଭର ଦାସ, ମୋତେ ଶକ୍ତି ଦିଅ।
    ମୁଁ ତୁମ୍ଭର ଦାସ, ମୋତେ ରକ୍ଷା କର।
17 ହେ ସଦାପ୍ରଭୁ, ମୋତେ ଟିକେ ସୂଚନା ଦିଅ ଯେ, ମୋର ସବୁକିଛି ପାଇଁ ଉତ୍ତମ ହୋଇ ପାରିବ।
    ମୋର ଶତ୍ରୁଗଣ ତାହା ଦେଖି ନିରାଶ ହେବେ।
    ଏଥିରୁ ସେମାନେ ଜାଣିବେ ଯେ ତୁମ୍ଭେ ମୋର ପ୍ରାର୍ଥନା ଗ୍ରହଣ କଲ ଓ ମୋତେ ସାନ୍ତ୍ୱନା କଲ।

ଆଦିପୁସ୍ତକ 16:1-14

ହାଗାର, ଦାସୀବାଳିକା

16 ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀୟ ଦାସୀ ଥିଲା। ସାରୀ ଅବ୍ରାମଙ୍କୁ କହିଲେ, “ସଦାପ୍ରଭୁ ମୋତେ ସନ୍ତାନସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାୟ ତା’ ମାଧ୍ୟମରେ ମୁଁ ଏକ ପୁତ୍ର ପାଇ ପାରିବି।” ଅବ୍ରାମ ତାଙ୍କ ସ୍ତ୍ରୀଙ୍କର କଥା ଗ୍ରହଣ କଲେ।

ଅବ୍ରାମ କିଣାନ ଦେଶରେ ଦଶ ବର୍ଷ କଟାଇଲା ପରେ ଏହିପରି ହୋଇଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀୟ ଦାସୀ ହାଗାରକୁ ତାଙ୍କ ସ୍ୱାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳରେ ସେ ତା’ ସହିତ ସହବାସ କରି ପାରିବେ। ହାଗାର ଅବ୍ରାମଙ୍କ ଦ୍ୱାରା ଗର୍ଭବତୀ ହେଲା। ଯେତେବେଳେ ହାଗାର ଏହା ଜାଣିଲା ତା’ର ମାଲିକାଣୀଙ୍କୁ ସେ ବେଶି ସମ୍ମାନ ଦେଲା ନାହିଁ। କିନ୍ତୁ ସାରା ଅବ୍ରାମଙ୍କୁ କହିଲେ “ଏହା ତୁମ୍ଭର ଭୁଲ୍ ଯେ ମୋର ଦାସୀ ମୋତେ ଖରାପ ବ୍ୟବହାର କରୁଛି। ମୁଁ ତାକୁ ତୁମ୍ଭକୁ ଦେଇଥିଲି, ତା’ପରେ ସେ ଗର୍ଭବତୀ ହେଲା ଏବଂ ଏହା ପରେ ସେ ମୋତେ ଯେତିକି ସମ୍ମାନ ଦେବା ଉଚିତ୍ ସେତିକି ସମ୍ମାନ ଦେଉ ନାହିଁ। ମୁଁ ଗ୍ଭହୁଁଛି ସଦାପ୍ରଭୁ ତୁମ୍ଭ ଓ ମୋର ବିଗ୍ଭର କରନ୍ତୁ।”

କିନ୍ତୁ ଅବ୍ରାମ ସାରୀକୁ କହିଲେ, “ହାଗାର ତୁମ୍ଭର ଦାସୀ। ତୁମ୍ଭେ ତା’ ପ୍ରତି ଯାହା ଗ୍ଭହଁ ତାହା କରିପାର।” ତେଣୁ ସାରୀ ତା’ ପ୍ରତି କଠିନ ବ୍ୟବହାର କରନ୍ତେ, ହାଗାର ଛାଡ଼ି ପଳାଇଲା।

ହାଗାରର ପୁତ୍ର ଇଶ୍ମାଏଲ

ସଦାପ୍ରଭୁଙ୍କର ଦୂତ ତାହାଙ୍କୁ ଏକ ମରୁଭୂମିର ଝରଣା ନିକଟରେ ଦେଖିଲେ। ସେହି ଝରଣାଟି, ଶୂରକୁ ଯାଉଥିବା ରାସ୍ତାର ପାଖରେ ଥିଲା। ସଦାପ୍ରଭୁଙ୍କର ଦୂତ କହିଲେ, “ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?”

ହାଗାର ଉତ୍ତର ଦେଲା, “ମୁଁ ମୋର ମାଲିକାଣୀ ସାରୀ ପାଖରୁ ଦୌଡ଼ି ପଳାଇ ଯାଉଛି।”

ସଦାପ୍ରଭୁଙ୍କର ଦୂତ ହାଗାରକୁ କହିଲେ, “ତୁମ୍ଭର ମାଲିକାଣୀ ପାଖକୁ ଫେରିଯାଅ ଓ ନିଜକୁ ତା’ର ପାଖରେ ସମର୍ପଣ କର।” 10 ସଦାପ୍ରଭୁଙ୍କର ଦୂତ ହାଗାରକୁ ପୁଣି କହିଲେ, “ତୁମ୍ଭର ଅନେକ ବଂଶଧର ଜନ୍ମ ହେବେ। ସେମାନଙ୍କୁ ଗଣି ହେବ ନାହିଁ।”

11 ସଦାପ୍ରଭୁଙ୍କର ଦୂତ ମଧ୍ୟ ଏପରି କହିଲେ,

“ହାଗାର ତୁମ୍ଭେ ବର୍ତ୍ତମାନ ଗର୍ଭବତୀ।
    ତୁମ୍ଭଠାରୁ ଏକ ପୁତ୍ର ସନ୍ତାନ ଜନ୍ମିବ।
ତୁମ୍ଭେ ତା’ର ନାମ ଇଶ୍ମାଏଲ ଦେବ।
    କାରଣ ସଦାପ୍ରଭୁ ଶୁଣିଛନ୍ତି, ତୁମ୍ଭେ ଯେତେବେଳେ ଦୁଃଖ ପାଉଥିଲ।
12 ତୁମ୍ଭର ପୁତ୍ର ବନ୍ୟ ଗର୍ଦ୍ଦଭ ଭଳି
    ଜୀବନଯାପନ କରିବ।
ତା’ର ହସ୍ତ ସମସ୍ତଙ୍କ ବିରୁଦ୍ଧରେ
    ଓ ସମସ୍ତଙ୍କର ହସ୍ତ ତା’ର ବିରୁଦ୍ଧରେ ଥିବ।
    ଏବଂ ସେ ତା’ର ଭାଇମାନଙ୍କ ସମ୍ମୁଖରେ ବାସ କରିବ।”

13 ଏହା ପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, “ଯେଉଁ ପରମେଶ୍ୱର ମୋତେ ଦେଖନ୍ତି” ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, “ମୁଁ କ’ଣ ପ୍ରକୃତରେ ତାଙ୍କୁ ଏଠାରେ ଦେଖିଲି ଯିଏ ମୋତେ ଦେଖନ୍ତି?” [a] 14 ତେଣୁ ସେହି କୂପର ନାମ ବେରଲହୟ-ରୋୟୀ ରଖିଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।

ଲୂକ ଲିଖିତ ସୁସମାଗ୍ଭର 18:15-17

ପରମେଶ୍ୱରଙ୍କ ରାଜ୍ୟରେ କେଉଁମାନେ ପ୍ରବେଶ କରିବେ(A)

15 କେତେକ ଲୋକ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ, ଯେପରି ଯୀଶୁ ସେହି ପିଲାମାନଙ୍କୁ କେବଳ ଛୁଇଁବେ। ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଲୋକମାନଙ୍କୁ ଏହା ନ କରିବାକୁ କହିଲେ। 16 କିନ୍ତୁ ଯୀଶୁ ସେହି ଛୋଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି ଛୋଟ ପିଲାମାନଙ୍କ ଭଳି ହୋଇଥିବେ, କେବଳ ସେହିମାନେ ପରମେଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ। 17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଗୋଟିଏ ଛୋଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କଲେ ତା’ ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center